ରଥଯାତ୍ରା ହେବ କି ନାହିଁ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରନ୍ତୁ: ଭାଜପା

ଭୁବନେଶ୍ୱର,୧୧।୬ (ବ୍ୟୁରୋ): ଜଗନ୍ନାଥଙ୍କ ରଥଯାତ୍ରା ଶତାଦ୍ଦୀ ଶତାଦ୍ଦୀର ପରମ୍ପରା। ବିଶ୍ୱର ଅଗଣିତ ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହିତ ରଥଯାତ୍ରା ଅନାଦି କାଳରୁ ରହି ଆସିଛି। ଚଳିତ ବର୍ଷ ରଥଯାତ୍ରାକୁ ନେଇ ସମସ୍ତଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଛି। ଏହା ପଛରେ ରାଜ୍ୟ ସରକାରଙ୍କ ନୀରବତା ଏକ ପ୍ରମୁଖ କାରଣ। ପୁରୀରେ ଜଗନ୍ନାଥ ମହାପ୍ରଭୁଙ୍କ ରଥଯାତ୍ରା ହେବ କି ନାହିଁ ତାହାର ଏକ ସ୍ପଷ୍ଟ ଚିତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ଜଣାନ୍ତୁ ବୋଲି ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପୃଥ୍ବୀରାଜ କହିଛନ୍ତି, ରଥ ନିର୍ମାଣ ହେବ କି ନାହିଁ ରାଜ୍ୟ ସରକାର ସେଥିଲାଗି କେନ୍ଦ୍ରର ଅନୁମତି ଲୋଡିଥିଲେ। କେନ୍ଦ୍ର ସରକାର ୨୪ ଘଣ୍ଟା ଭିତରେ ନିଷ୍ପତ୍ତି ନେଇ ରଥ ନିର୍ମାଣ ପାଇଁ ଅନୁମତି ଦେଲେ। ହେଲେ ରଥଯାତ୍ରା ହେବ ନା ନାହିଁ ସେନେଇ ସରକାର ଜଣାଇବାକୁ ବିଳମ୍ବ କରୁଛନ୍ତି। ନିକଟରେ ଜଣେ ବ୍ୟକ୍ତି କରୋନା ପରିପ୍ରେକ୍ଷୀରେ ରଥଯାତ୍ରା ବନ୍ଦ କରିବା ଲାଗି ଉଚ୍ଚ ନ୍ୟାୟାଳୟରେ ଜନସ୍ବାର୍ଥ ମାମଲା ଦାଏର କରିଛନ୍ତି। ମାତ୍ର ଏ ସମ୍ପର୍କିତ ଶୁଣାଣି କରି ହାଇକୋର୍ଟ ରାଜ୍ୟ ସରକାରଙ୍କ ଉପରେ ଦାୟିତ୍ୱ ଛାଡିଛନ୍ତି। କରୋନା ମୁକାବିଲା ସମ୍ପର୍କିତ ନିୟମାବଳୀ ଦେଖି ସରକାର ନିଷ୍ପତ୍ତି ନେବେ ବୋଲି ହାଇକୋର୍ଟ କହିଛନ୍ତି। ଏପରି ପରିସ୍ଥିତିରେ ରାଜ୍ୟ ସରକାର ତୁରନ୍ତ ନିଜ ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ ବୋଲି ପୃଥ୍ବୀରାଜ କହିଛନ୍ତି। ସେ ଆହୁରି କହିଛନ୍ତି, ସ୍ନାନ ପୂର୍ଣ୍ଣିମା ସୁଦ୍ଧା ଋଥଯାତ୍ରାକୁ ନେଇ ପୂର୍ବ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ଥାଏ। ରଥଯାତ୍ରା ପୂର୍ବରୁ ଆରଡିସି, ଆଇନମନ୍ତ୍ରୀଙ୍କ ସ୍ତରରେ ସମୀକ୍ଷା ଏବଂ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସବୁ ବିଭାଗଗୁଡିକର ବୈଠକ ଅନୁଷ୍ଠିତ ହୋଇ ପ୍ରସ୍ତୁତିର ଚୂଡାନ୍ତ ରୂପରେଖ ତିଆରି ହୁଏ। ସବୁ ବିଭାଗର ମିଳିତ ସମନ୍ବୟ ବୈଠକ ବାରମ୍ବାର ହେବାସହ ପ୍ରସ୍ତୁତି ବୈଠକ ନିଜ ନିଜ ସ୍ତରରେ କରିଥାନ୍ତି। କିନ୍ତୁ ଏଯାବତ ସରକାର କୌଣସି ପ୍ରସ୍ତୁତି ବୈଠକ କରିନାହାନ୍ତି। ସବୁ ପ୍ରକାର ନୀତି ନିୟମ ମାନି ମହାପ୍ରଭୁଙ୍କ ରଥଯାତ୍ରା ଆୟୋଜନ କରାଯାଇ ପାରିବ ବୋଲି ପୃଥ୍ବିରାଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri