ରଥରେ ଦ୍ୱାରପାଳ

ପୁରୀ ଅଫିସ, ୨୧।୬: ମହାପ୍ରଭୁ ଶ୍ରୀଗୁଣ୍ଡିଚା ଯାତ୍ରା କରିବା ପାଇଁ ଇନ୍ଦ୍ରଦ୍ୟୁମ୍ନ ମହାରାଜାଙ୍କୁ ସ୍ବମୁଖରେ ନିର୍ଦ୍ଦେଶ ଦେଇଥିଲେ। ସେହି କାଳରୁ ଶ୍ରୀଗୁଣ୍ଡିଚା ଯାତ୍ରା ବା ରଥଯାତ୍ରା ପାରମ୍ପରିକ ରୀତିରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହୋଇଆସୁଛି। ଠାକୁରମାନେ ପତିତଉଦ୍ଧାର କରିବା ପାଇଁ ଏହି ଯାତ୍ରା କରିଥାନ୍ତି। ତେଣୁ ଏହି ଯାତ୍ରାକୁ ପତିତପାବନ ଯାତ୍ରା ବୋଲି କୁହାଯାଇଥାଏ। ଏଥିପାଇଁ ଦାରୁବିଗ୍ରହ ରତ୍ନସିଂହାସନରୁ ଓହ୍ଲାଇ ବଡ଼ଦାଣ୍ଡକୁ ଆସନ୍ତି। ରଥରେ ବସି ଜନ୍ମବେଦୀକୁ ଯାତ୍ରା କରିଥାନ୍ତି। ଶ୍ରୀବଳଭଦ୍ରଙ୍କ ଲଙ୍ଗଳଧ୍ୱଜ ରଥ ସିଂହାସନ ଉପରେ ରଥର ଅଧିଶ୍ୱର ଦେବତା ଭାବେ ତିନିବିଗ୍ରହ ଶ୍ରୀବଳଭଦ୍ର ଏବଂ ଚଳନ୍ତି ପ୍ରତିମା ରାମ ଓ କୃଷ୍ଣ ଅବସ୍ଥାନ କରିଥାନ୍ତି। ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଗରୁଡ଼ଧ୍ୱଜ ରଥର ସିଂହାସନ ଉପରେ ଶ୍ରୀଜଗନ୍ନାଥ ମହାପ୍ରଭୁ ଓ ଚଳନ୍ତି ପ୍ରତିମା ଶ୍ରୀମଦନମୋହନ ବିଜେ କରିଥାନ୍ତି। ସେହିପରି ଦେବୀ ସୁଭଦ୍ରାଙ୍କର ପଦ୍ମଧ୍ୱଜ ରଥରେ ସିଂହାସନ ଉପରେ ରଥର ଅଧିଶ୍ୱର ଦେବତା ଭାବରେ ଶ୍ରୀସୁଭଦ୍ରା ଓ ଶ୍ରୀସୁଦର୍ଶନ ବିଜେ କରିଥାନ୍ତି। ଠାକୁରମାନେ ରତ୍ନସିଂହାସନରେ ବିଜେ କରିଥିବା ସମୟରେ ଯେଉଁଭଳି ବଡ଼ଦେଉଳରେ ଦ୍ୱାରପାଳ ରହିଥାନ୍ତି ସେହିପରି ରଥର ସିଂହାସନ ଉପରେ ବିଜେ କରିଥିବା ସମୟରେ ମଧ୍ୟ ଦ୍ୱାରପାଳ ରହିବା ବିଧି ରହିଛି। ସେଥିପାଇଁ ପ୍ରତ୍ୟେକ ରଥରେ ସ୍ବତନ୍ତ୍ର ଦ୍ୱାରପାଳମାନେ ରହିଥାନ୍ତି। ଲଙ୍ଗଳଧ୍ୱଜ ରଥର ଦ୍ୱାରପାଳ ହେଲେ ନନ୍ଦ ଓ ସୁନନ୍ଦ। ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଦ୍ୱାରପାଳଦ୍ୱୟ ହେଲେ ଜୟ ଓ ବିଜୟ। ସେହିପରି ଦେବୀ ସୁଭଦ୍ରାଙ୍କର ପଦ୍ମଧ୍ୱଜ ରଥର ଦ୍ୱାରପାଳ ହେଲେ ଗଙ୍ଗା ଓ ଯମୁନା। ବିଶ୍ୱପ୍ରସିଦ୍ଧ ରଥଯାତ୍ରା କାଳରେ ଠାକୁରମାନଙ୍କ ସହିତ ରଥର ନିର୍ଦ୍ଦିଷ୍ଟ ସ୍ଥାନରେ ଅବସ୍ଥାନ କରି ଦ୍ୱାରପାଳମାନେ ମଧ୍ୟ ଏହି ମହାନ ଯାତ୍ରାରେ ସାମିଲ ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କଲେ ଶିବକୁମାର

ବେଙ୍ଗାଲୁରୁ,୧୩।୩: ଓଡ଼ିଶା କଂଗ୍ରେସର ୮ଜଣ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କରିଛନ୍ତି କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ଏହି ଅବସରରେ ଶିବକୁମାର ପ୍ରତିକ୍ରିୟା ଦେଇ କହିଛନ୍ତି, ଘୋଡ଼ା…

କାରଣ କହି ଭାଜପା ଛାଡିଲେ ଜୀବନ ପ୍ରଦୀପ ଦାଶ

ଭୁବନେଶ୍ୱର,୧୩।୧୧: ଭାଜପା ଛାଡ଼ିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ। ରବୀନ୍ଦ୍ର ଜେନା ଭାଜପାରେ ସାମିଲ ହେବା ପରେ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ପ୍ରେସମିଟ୍‌ କରି…

ନ୍ୟାୟ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ଉନ୍ମତ୍ତକାଣ୍ଡ: ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ, ପୋଲିସକୁ ମରଣାନ୍ତକ ଆକ୍ରମଣ

ବାରିପଦା,୧୩ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବହଳଦା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଅସଦାଚରଣକୁ ନେଇ ଅଭାବନୀୟ ଘଟଣା ଘଟିଛି। ଅଞ୍ଚଳବାସୀ ନ୍ୟାୟ ଦାବିରେ ଜାତୀୟ ରାଜପଥ…

‘IPL ଖେଳିବା ଛାଡିଦେବେ…’,ଧୋନିଙ୍କ ଅବସରକୁ ନେଇ ବଡ଼ ଭବିଷ୍ୟବାଣୀ, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୩।୩: ୨୦୨୬ IPL ସିଜିନ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି, ଯେଉଁଥିରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ (ଆରସିବି ବନାମ ଏସଆରଏଚ) ମଧ୍ୟରେ…

ପେଟ୍ରୋଲ, ଗ୍ୟାସକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ପେଟ୍ରୋଲିୟମ ମନ୍ତ୍ରଣାଳୟ ଯୁଗ୍ମ ସଚିବ କହିଲେ…

ନୂଆଦିଲ୍ଲୀ,୧୩।୩: ଏଣିକି ପେଟ୍ରେଲ୍‌ ଏବଂ ଗ୍ୟାସ କଳାବଜାର କରୁଥିଲେ ହୋଇଯାନ୍ତୁ ସାବଧାନ। ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଳାବଜାର ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସୂଚନା ଦେଇଛନ୍ତି,ପେଟ୍ରୋଲିୟମ…

ଚପଲ ଭିତରେ ଛକିଥିଲା ସାପ, ମାରିଲା ଚୋଟ: ପରୀକ୍ଷାର ଶେଷ ଦିନରେ ଘଟିଗଲା..

ପୁରୁଷୋତ୍ତମପୁର,୧୩।୩ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଶୋଳଘର ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛତ। ଶୁକ୍ରବାର ସାପ କାମୁଡି ଜଣେ ଚତୁର୍ଥ ଶ୍ରେଣୀ…

ବଡ଼ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି ଚାଇନା? ସାଟେଲାଇଟରୁ ଆସିଲା ସାଂଘାତିକ ଫଟୋ…

ବେଜିଂ,୧୩।୩: ଚାଇନା ଏବେ ଏସିଆରେ ଏକ ବଡ଼ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି। ଏହି ସୂଚନା ପୂର୍ୱ ଚୀନ ସାଗରର ଏକ ସାଟେଲାଇଟ ଚିତ୍ରରୁ ଆସିଛି। ଏହି…

ସୋନିଆ-ରାହୁଲଙ୍କ ଉପରେ ଝୁଲୁଛି ଖଣ୍ଡା: ଗୋଟିଏ ଝଟ୍‌କାରେ ହରାଇପାରନ୍ତି ସଦସ୍ୟତା

ନୂଆଦିଲ୍ଲୀ,୧୩।୩: ନେହେରୁ-ଗାନ୍ଧୀ ପରିବାର ଉପରେ ଆଇନଗତ ଖଣ୍ଡା ଝୁଲୁଛି। ଦୁଇଟି ପୃଥକ ମାମଲା ଗୋଟିଏ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରେ ଏବଂ ଅନ୍ୟଟି ଲକ୍ଷ୍ନୌ ହାଇକୋର୍ଟରେ ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri