ରଦ୍ଦ ହେବ ନିଶାସକ୍ତ ଡ୍ରାଇଭରଙ୍କ ଲାଇସେନ୍ସ: ଉଲ୍ଲଂଘନକାରୀଙ୍କୁ ରାଜପଥରେ ଜଗିବ ସିସିଟିଭି କ୍ୟାମେରା

ଭୁବନେଶ୍ୱର,୩ା୧(ବ୍ୟୁରୋ): ମଦ୍ୟପାନ କରି ଗାଡି ଚଳାଇଲେ ହେବ କଡା କାର୍ଯ୍ୟାନୁଷ୍ଠାନ। ଲାଇସେନ୍ସ ରଦ୍ଦ ହେବା ସହ ଚାଳକଙ୍କୁ ଜେଲ ଯିବାକୁ ପଡିବ। ନିଶାସକ୍ତ ଡ୍ରାଇଭରଙ୍କ ଲାଇସେନ୍ସକୁ ତୁରନ୍ତ ରଦ୍ଦ କରିବାକୁ ରାଜ୍ୟ ସରକାର ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ)ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ସଡ଼କ ସୁରକ୍ଷା କମିଟିଙ୍କ ନିର୍ଦ୍ଦେଶନାମା ପରେ ରାଜ୍ୟ ପରିବହନ କମିଶନର ଏ ନେଇ ସମସ୍ତ ଆରଟିଓଙ୍କୁ ଚିଠି ଲେଖିଛନ୍ତି। ସୁପ୍ରିମକୋର୍ଟଙ୍କ କମିଟି ପ୍ରତି ୩ ମାସରେ ଥରେ ରାଜ୍ୟ ସରକାରଙ୍କର ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ନେଇ ସମୀକ୍ଷା କରିଥାଆନ୍ତି। ଯେଉଁ ଲାଇସେନ୍ସଗୁଡିକ ରଦ୍ଦ କରିବା ଯୋଗ୍ୟ ସେଗୁଡିକୁ ତୁରନ୍ତ ଅସିଦ୍ଧ କରିବାକୁ କମିଟି ନିର୍ଦ୍ଦେଶ ଦେଇଛନ୍ତି। ମଦ୍ୟପାନ କରି ଗାଡି ଚଳାଉଥିବା ବ୍ୟକ୍ତିଙ୍କୁ ପୋଲିସ ଜିମା ଦେବା ସହ ସେମାନଙ୍କ ଲାଇସେନ୍ସକୁ ରଦ୍ଦ କରିବାକୁ ସୁପ୍ରିମକୋର୍ଟଙ୍କ କମିଟି ଆରଟିଓମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯଦି କୌଣସି ପୋଲିସ ଅଧିକାରୀ ନିଶାସକ୍ତ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରିବାକୁ ଆରଟିଓକୁ ପଠାଇଥିବେ, କିନ୍ତୁ ତାହାକୁ ଯଦି ରଦ୍ଦ କରାଯାଇ ନ ଥିବ ସମ୍ପୃକ୍ତ ଅଧିକାରୀଙ୍କୁ ଏ ନେଇ କାରଣ ଦର୍ଶାଇବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ମଦ୍ୟପାନ କରି ଗାଡିଚଳାଇବା ଯୋଗୁ ୩୩୪ ଜଣଙ୍କଠାରୁ ଇ-ଚାଲାଣ କଟାଯାଇଛି।
ସାରଥି ଡାଟାବେସରୁ ଏହି କାରଣରୁ ୧୨୬ଜଣଙ୍କର ଲାଇସେନ୍ସକୁ ରଦ୍ଦ କରାଯାଇଛି। କେବଳ ମଦ୍ୟପାନ କଲେ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହେବ ତାହା ନୁହେଁ, ବିନା ହେଲମେଟ କିମ୍ବା ରେଡ୍‌ ଲାଇଟ ଉଲ୍ଲଂଘନ କରିବା ଦ୍ୱାରା ୩ ଥର ଧରାପଡି ଜରିମାନା ଦେଲେ ମଧ୍ୟ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହେବା ପାଇଁ ସଂଶୋଧିତ ମୋଟର ଯାନ ଆଇନରେ ବ୍ୟବସ୍ଥା ରହିଛି। ଏଥିସହିତ ଗାଡି ଚାଳକଙ୍କ ଉପରେ ନଜର ରଖିବାକୁ ଜାତୀୟ ରାଜପଥରେ ସିସିଟିଭି ଲାଗିବ। ରାଜ୍ୟରେ ଟ୍ରାଫିକ ନିୟମ ବିଷୟରେ ସତେଚନତା ସୃଷ୍ଟି କରିବାକୁ ଚଳିତମାସ ୧୧ ରୁ ୧୭ ତାରିଖ ଯାଏ ରାଜ୍ୟ ସଡକ ସୁରକ୍ଷା ସପ୍ତାହ ପାଳିତ ହେବ। ଏଥିପାଇଁ କେନ୍ଦ୍ର ସରକାର ପ୍ରତ୍ୟେକ ଆରଟିଓକୁ ୨ ଲକ୍ଷ ଏବଂ ରାଜ୍ୟସ୍ତରୀୟ ସଡକ ସୁରକ୍ଷା ସପ୍ତାହ ପାଳନ କରିବାକୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri