ରପେୟା ସରକାରୀ ହାଇସ୍କୁଲରେ ଛାତ୍ରୀଛାତ୍ର, ଅଭିଭାବକଙ୍କ ଧାରଣା ଜାରି

ଖଇରା, ୨୨।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରପେୟା ସରକାରୀ ହାଇସ୍କୁଲର ପ୍ରଧାନ ଶିକ୍ଷକ, କିରାଣି ଏବଂ ପିଅନ ପଦବୀ ପୂରଣ ଲାଗି ଛାତ୍ରୀଛାତ୍ର, ଅଭିଭାବକ ତଥା ସ୍ଥାନୀୟ ଉକତ୍ଳ ସ୍ବେଚ୍ଛାସେବୀ ସଙ୍ଗଠନର ସଦସ୍ୟମାନେ ସ୍କୁଲ ସମ୍ମୁଖରେ ସୋମବାରଠାରୁ ଧାରଣାରେ ବସିଛନ୍ତି। ମଙ୍ଗଳବାର ମଧ୍ୟ ଧାରଣା ଜାରି ରହିଛି। ଦାବୀ ପୂରଣ ନ ହେବା ପର୍ଯ୍ୟନ୍ତ ଧାରଣା ଅବ୍ୟାହତ ରଖିବାକୁ ବିଷ୍ଣୁ ଜେନା, କବିତା ଦାସ, ବାସନ୍ତୀ ଲେଙ୍କା, ଅଗଣି ଜେନା କମଳାମଣି ଜେନା, ମୂରଲୀଧର ଘଡେଇ, ସୁବାସ ଜେନା, ହରିଶ୍‌ ସିଂ ଓ ଅକ୍ଷୟ ସାମଲ ପ୍ରମୁଖ ଚେତାବନୀ ଦେଇଛନ୍ତି ।

ଉକ୍ତ ବିଦ୍ୟାଳୟରେ ଦୀର୍ଘଦିନ ଧରି ହାଇସ୍କୁଲର ପ୍ରଧାନ ଶିକ୍ଷକ, କିରାଣି ଏବଂ ପିଅନ ପଦବୀ ଖାଲି ପଡିଛି। ଏହି ବିଦ୍ୟାଳୟରେ ୮ମରୁ ୧୦ମ ପର୍ଯ୍ୟନ୍ତ ୧୫୦ଜଣ ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ କରିବା ପାଇଁ ମୋଟ ୫ଜଣ ଶିକ୍ଷୟିତ୍ରୀ ଶିକ୍ଷକ ଅଛନ୍ତି। ଏଥିମଧ୍ୟରୁ ଜଣେ ଖେଳ ଶିକ୍ଷୟିତ୍ରୀ ଥିବା ବେଳେ ଅନ୍ୟ ଜଣେ ହିନ୍ଦୀ ଶିକ୍ଷୟିତ୍ରୀ ସପ୍ତାହର ତିନିଦିନ କ୍ଲାସ କରନ୍ତି। ଜଣେ ଶିକ୍ଷକ ବିଦ୍ୟାଳୟର ସମସ୍ତ କାଗଜପତ୍ର କାମ କରୁଥିବା ବେଳେ ଅନ୍ୟ ଦୁଇଜଣ ଶିକ୍ଷୟିତ୍ରୀଙ୍କୁ ନେଇ ବିଦ୍ୟାଳୟର କେମିତି ପାଠପଢା ହେବ ସେନେଇ ଅଭିଭାବକମାନେ ପ୍ରଶ୍ନ ଉଠାଇଛନ୍ତି। ଗ୍ରାମବାସୀ ଏ ପ୍ରସଙ୍ଗରେ ଜିଲାପାଳ, ଜିଲା ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ମଧ୍ୟ ଅବଗତ କରାଇଆସୁଛନ୍ତି। ହେଲେ ଚିଠି ମାଧ୍ୟମରେ ପ୍ରତିଥର ପ୍ରତିଶ୍ରୁତି ଦିଆଯାଉଥିଲେ ମଧ୍ୟ ଏ ପର୍ଯ୍ୟନ୍ତ କୌଣସି ସ୍ଥାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବା ଗ୍ରାମବାସୀ କହିଛନ୍ତି। ମାତ୍ର ଯଦି ଏହି ସମସ୍ୟା ଧାରଣା ମାଧ୍ୟମରେ ସମାଧାନ କରା ନ ଯାଏ ତା’ ହେଲେ ସମସ୍ତ ଅଭିଭାବକ ଓ ଉକତ୍ଳ ସ୍ବେଚ୍ଛାସେବୀ ସଙ୍ଗଠନର ସଦସ୍ୟମାନେ ଆମରଣ ଅନଶନରେ ବସିବେ ବୋଲି ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ଗୋଷ୍ଠୀ ଶିକ୍ଷାଧିକାରୀ ଧରଣୀଧର ପାତ୍ରଙ୍କୁ ପଚାରିବାରେ ଶିକ୍ଷକ ନିଯୁକ୍ତି ନେଇ ଜିଲା ଶିକ୍ଷାଧିକାରୀଙ୍କ ସହ ଆଲୋଚନା କରିଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri