ରବି ଧାନ ବିକ୍ରି, ୧୯ରୁ ଖୋଲିବ ମଣ୍ଡି

ବୌଦ୍ଧ,୭ା୫(ସ୍ବ.ପ୍ର.)-ରବି ଧାନ କ୍ରୟ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଆସନ୍ତା ୧୯ରୁ ମଣ୍ଡି ଖୋଲିବ ବୋଲି ବୁଧବାର ବୌଦ୍ଧ ଜିଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଜିଲାରେ ୨୫ଟି ମଣ୍ଡି ଖୋଲିବ। ୨ ଲକ୍ଷ କୁଇଣ୍ଟାଲ ରବି ଧାନକ୍ରୟ କରାଯିବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ସମୁଦାୟ ୩୩୦୦ ଜଣ ଚାଷୀ ଧାନ ବିକ୍ରୟ ପାଇଁ ନାମ ପଞ୍ଜିକୃତ କରିଛନ୍ତି । ଜୁନ ୩୦ ପର୍ଯ୍ୟନ୍ତ ମଣ୍ଡି ଖୋଲା ରଖିବାକୁ ନିଷ୍ପତି ହୋଇଛି। ଦୈନିକ ୫ ରୁ ୧୦ ଜଣ ଚାଷୀଙ୍କ ଠାରୁ ୧୦୦ କୁଇଣ୍ଟାଲ ପର୍ଯ୍ୟନ୍ତ ଧାନ କିଣାଯିବ ବୋଲି ସ୍ଥିର କରାଯାଇଛି।
କୋଭିଡ୍‌-୧୯କୁ ଦୃଷ୍ଟିରେ ରଖି ମଣ୍ଡିରେ ସାମାଜିକ ଦୂରତା ନିୟମ ପାଳନ କରାଯିବା ସହିତ ଚାଷୀ ଓ ମଣ୍ଡି କର୍ମଚାରୀମାନେ ସାନିଟାଇଜର ବ୍ୟବହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ଧାନମଣ୍ଡିରେ ଚାଷୀଙ୍କ ପାଇଁ ପାନୀୟଜଳ ଓ ଅନ୍ୟାନ୍ୟ ସୁବିଧା ଯୋଗାଇଦେବାର ବ୍ୟବସ୍ଥା କରାଯିବ ବୋଲି ଜିଲାପାଳ କହିଛନ୍ତି । ଉକ୍ତ ବୈଠକରେ ବିଧାୟକଙ୍କ ପ୍ରତିନିଧି ଧୂରୀଣ କୁମାର ଦେହୁରୀ, ଉପଜିଲାପାଳ ଏନସି ଜ୍ୟୋତିରଞ୍ଜନ ନାଏକ,ଜିଲା ଯେଗାଣ ଅଧିକାରୀ ବିଷ୍ଣୁ ପ୍ରସାଦ ପ୍ରଧାନ,ସମବାୟ ସମିତି ଉପନିବନ୍ଧକ ଭୀମସେନ ସାହୁ, ମିଲର୍ସ ଆସୋସିଏଶନ ସଭାପତି ଅଶୋକ କୁମାର ଅଗ୍ରୱଲାଙ୍କ ସମେତ ଜିଲାସ୍ତରୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍ତରେନ ମାଉଲିଙ୍କ ଆଷାଢ଼ କେନା ମଣ୍ଡେଇ ଯାତ୍ରା: କଣ୍ଟା ଦୋଳିରେ ଝୁଲିଲେ କାଲିସି, ହଜାର ହଜାର…

କୋକସରା, ୩୧।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମର ଆରାଧ୍ୟ ଦେବୀ ମା’ ବସ୍ତରେନ ମାଉଲିଙ୍କ ବାର୍ଷିକ ଆଷାଢ଼ କେନା ମଣ୍ଡେଇ ଯାତ୍ରା…

ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶକଙ୍କ ଦିଗପହଣ୍ଡି-ସାନଖେମୁଣ୍ଡି ଗସ୍ତ: ବିଭିନ୍ନ ପ୍ରକଳ୍ପ ପରିଦର୍ଶନ ସହ ଅଗ୍ରଗତି ସମୀକ୍ଷା

ଦିଗପହଣ୍ଡି, ୩୧।୭(ଅଶେଷ ନାଥ ମିଶ୍ର): ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶକ ସୁବ୍ରତ କୁମାର ପଣ୍ଡା ଶୁକ୍ରବାର ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକର ବିଭିନ୍ନ ଗ୍ରାମ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

କଂଗ୍ରେସର ନିର୍ବାଚନ ମଣ୍ଡଳୀସ୍ତରୀୟ କର୍ମୀ ସମ୍ମିଳନୀ: ପଞ୍ଚାୟତ ନିର୍ବାଚନ ପାଇଁ ବ୍ୟାପକ ରଣନୀତି

ଭବାନୀପାଟଣା,୩୧।୭(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଭାରତ ପ୍ଲେସଠାରେ ଶୁକ୍ରବାର କଂଗ୍ରେସର ଏକ ନିର୍ବାଚନ ମଣ୍ଡଳୀ ସ୍ତରୀୟ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଭବାନୀପାଟଣା ସଦର…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri