ରବି ଧାନ ସଂଗ୍ରହଣ ସମ୍ପର୍କିତ ଉଚ୍ଚସ୍ତରୀୟ ବୈଠକ: ୧୩ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ

ଭୁବନେଶ୍ୱର,୨୫।୬(ବ୍ୟୁରୋ)ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ରବି ଧାନ ସଂଗ୍ରହଣ ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ବୈଠକ ସୋମବାର ସଚିବାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ୨୦୧୮-୧୯ ରବି ସଂଗ୍ରହଣ ଋତୁରେ ଚାଷୀମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ସେମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ସୂତ୍ର ବାହାର କରିବା ଲକ୍ଷ୍ୟ ନେଇ ଏହି ସମୀକ୍ଷା ବୈଠକରେ ବିସ୍ତୃତ ଆଲୋଚନା ହୋଇଛି। ଚଳିତ ମାସ ୩୦ ତାରିଖ ଧାନ ସଂଗ୍ରହଣର ଅନ୍ତିମ ଦିବସ ଥିବାରୁ ସଂଗ୍ରହଣ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ଉପରେ ମନ୍ତ୍ରୀ ଗୁରୁତ୍ବାରୋପ କରିଥିଲେ। ଏଥିନିମନ୍ତେ ପ୍ରାଥମିକ କୃଷି ସମବାୟ ସମିତି(ପ୍ୟାକ୍ସ)ଗୁଡ଼ିକୁ ଯତ୍ନବାନ ହେବାକୁ ପରାମର୍ଶ ଦେଇଛନ୍ତି।ସମୀକ୍ଷା ବୈଠକରୁ ଜଣାପଡ଼ିଛି, ଚଳିତ ରବି ଋତୁ ପାଇଁ ଧାନ ସଂଗ୍ରହଣର ଧାର୍ଯ୍ୟ ଲକ୍ଷ୍ୟ ୧୩,୪୨,୮୫୪.୪୭୮ ମେଟ୍ରିକ୍‌ ଟନ୍‌ ଥିବାବେଳେ ଜୁନ୍‌ ୨୨ ସୁଦ୍ଧା ୧୨,୪୨,୭୬୮.୯୫ ମେଟ୍ରିକ୍‌ ଟନ୍‌ ଧାନ ପ୍ୟାକ୍ସଗୁଡ଼ିକ ଦ୍ୱାରା କ୍ରୟ କରାଯାଇଛି, ଯାହା ଧାର୍ଯ୍ୟ ଲକ୍ଷ୍ୟର ୯୩ ପ୍ରତିଶତ। ଏଠାରେ ଉଲ୍ଲେଖଯୋଗ୍ୟ, ୨୦୧୭-୧୮ ରବି ଧାନ ସଂଗ୍ରହଣ ଋତୁରେ ୧୧,୬୪,୮୨୪ ମେଟ୍ରିକ୍‌ ଟନ୍‌ ଧାର୍ଯ୍ୟ ଲକ୍ଷ୍ୟ ଥିବାବେଳେ ଏହି ସମୟ ସୁଦ୍ଧା ୧୦,୧୬,୪୭୬.୫୧୦ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ କରାଯାଇଥିଲା। ଏହା ଧାର୍ଯ୍ୟ ଲକ୍ଷ୍ୟର ୮୭ ପ୍ରତିଶତ ଥିଲା। ଏହି ବୈଠକରେ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଯୋଜନା ଓ ସଂଯୋଜନ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ଗ୍ରାମ୍ୟ ଉନ୍ନୟନ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ସୁଶାନ୍ତ ସିଂ, ଶକ୍ତି, ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ୍‌, ବିଧାୟକ ଦେବେଶ ଆଚାର୍ଯ୍ୟ, ଭୂପିନ୍ଦର ସିଂ, ପ୍ରଫୁଲ୍ଲ ସାମଲଙ୍କ ସହ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ବୀର ବିକ୍ରମ ଯାଦବ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ସାଂସ୍କୃତିକ ଶୋଭାଯାତ୍ରାରେ ଦୁଲୁକିଲା ବରଗଡ଼

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଯାଜପୁର ରୋଡ଼ ନୂତନ ଏସ୍‌ଡିପି ଶରତ ଚନ୍ଦ୍ର ପାତ୍ର

ଧର୍ମଶାଳା,୨୪।୧୨: ଯାଜପୁର ରୋଡ଼ ନୂତନ ଏସ୍‌ଡିପିଓ ଭାବେ ଶରତ ଚନ୍ଦ୍ର ପାତ୍ର ଯୋଗଦେବେ। ଏ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଯାଜପୁର ରୋଡ...

‘ଆମେ ଗୋଟିଏରେ ସନ୍ତୁଷ୍ଟ କାହିଁକି?’ଆମେ ବି ୩-୪ ସନ୍ତାନ ପ୍ରସବ କରିବା ଦରକାର, କାହିଁକି ଏମିତି କହିଲେ ନବନୀତ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ଜନତା ପାର୍ଟିର ନେତା ନବନୀତ ରାଣା କହିଛନ୍ତି ଯେ ହିନ୍ଦୁମାନଙ୍କର ଅତି କମରେ ତିନିରୁ ଚାରିଟି ସନ୍ତାନ ହେବା ଉଚିତ। ସେ କହିଛନ୍ତି...

‘ଗେରୁଆ ପତାକା ଦେଖି ଲାଠି ଚଳାଇଥିଲା ଟିଏମସି’, ମମତାଙ୍କୁ କଡ଼ା ଟାର୍ଗେଟ କଲା ଭାଜପା

କୋଲକାତା,୨୪।୧୨: ୨୪ ଡିସେମ୍ବର, ୨୦୨୫ରେ ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ...

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri