ରବି ମିଶ୍ର ଆର୍‌ବିଆଇ ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର

ମୁମ୍ବାଇ,୧୬-୬: ଓଡ଼ିଶାର ଡ.ରବି ଏନ. ମିଶ୍ରଙ୍କୁ ପଦନ୍ନୋତି ଦିଆଯାଇ ରିଜର୍ଭ ବ୍ୟାଙ୍କର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର ଭାବେ ନିଯୁକ୍ତ କରାଯାଇଛି। ରୋଜମେରୀ ସେବାଷ୍ଟିଆନଙ୍କ ଅବସର ପରେ ଏହି ପଦଟି ଦୀର୍ଘଦିନ ହେଲା ଖାଲି ପଡିଥିଲା। ଏଥିପୂର୍ବରୁ ମିଶ୍ର କେନ୍ଦ୍ରୀୟ ବ୍ୟାଙ୍କର ରିସ୍କ ମ୍ୟାନେଜମେଣ୍ଟ ଡିପାର୍ଟମେଣ୍ଟର ପ୍ରିନ୍ସିପାଲ ଚିଫ୍‌ ଜେନେରାଲ ମ୍ୟାନେଜର ଭାବେ ଦାୟିତ୍ୱ ତୁଲାଉଥିଲେ। ଆର୍‌ବିଆଇ ଦ୍ୱାରା ନିକଟରେ ସୃଷ୍ଟି କରାଯାଇଥିବା ସ୍ବତନ୍ତ୍ର ସୁପରଭାଇଜରୀ ଏବଂ ରେଗୁଲେଟୋରୀ କ୍ୟାଡର ନିରୀକ୍ଷଣ ଦାୟିତ୍ୱରେ ସେ ରହିବେ। ଚେନ୍ନାଇରେ ମେ ୨୧ରେ ଅନୁଷ୍ଠିତ ଆର୍‌ବିଆଇ ବୋର୍ଡ ବୈଠକରେ ନୂଆ ସ୍ବତନ୍ତ୍ର କ୍ୟାଡର ଗଠନ ନେଇ ନିଷ୍ପତ୍ତି ନିଆଯାଇଥିଲା। ସେ ନୂତନ ଦାୟିତ୍ୱ ସହ କୋଅପରେଟିଭ ବ୍ୟାଙ୍କ ଏବଂ ଅଣ ବ୍ୟାଙ୍କିଙ୍ଗ ଫାଇନାନ୍ସିଆଲ କମ୍ପାନୀଙ୍କ କାର୍ଯ୍ୟକୁ ମଧ୍ୟ ତଦାରଖ କରିବେ। ସୂଚନାଯୋଗ୍ୟ ଯେ, କେନ୍ଦ୍ରୀୟ ବ୍ୟାଙ୍କରେ ଚିଫ୍‌ ଫାଇନାନ୍ସିଆଲ ଅଫିସରଙ୍କ ସହ ୧୨ ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର ରହିଛନ୍ତି। ଏଥିମଧ୍ୟରୁ ୫ ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର ପଦ ଖାଲି ପଡିଥିବାରୁ ଚିଫ୍‌ ଜେନେରାଲ ମ୍ୟାନେଜରଙ୍କୁ ପଦୋନ୍ନତି ଦିଆଯାଇ ଏହାକୁ ପୂରଣ କରାଯିବ। ଏହିକ୍ରମରେ ମିଶ୍ରଙ୍କୁ ପ୍ରଥମେ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧ଟଙ୍କାରେ ଜମି ଦେବେ ସରକାର, ଏହି ତାରିଖ ସୁଦ୍ଧା କରିବାକୁ ପଡିବ ଆବେଦନ, କିନ୍ତୁ ରହିଛି ଏହି ସର୍ତ୍ତ

ପାଟନା,୬।୧୨: ପ୍ରାୟତଃ ଦେଖାଯାଏ ଯେ ଏକ ଭଲ ବ୍ୟବସାୟିକ ଧାରଣା ସତ୍ତ୍ୱେ, ଆକାଶଛୁଆଁ ଜମି ମୂଲ୍ୟ ଉଦ୍ୟୋଗୀମାନଙ୍କ ସ୍ୱପ୍ନକୁ ବାଧା ଦିଏ। ଯଦି ଆପଣ ମଧ୍ୟ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...

ରେପୋ ରେଟ୍ ୫.୨୫% କୁ ହ୍ରାସ କଲା RBI, ସୁଧ ହାର କମିବା ସମ୍ଭାବନା

ମୁମ୍ବାଇ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଏହାର ମୁଦ୍ରା ନୀତି ସମୀକ୍ଷା ବୈଠକ ପରେ ରେପୋ ରେଟ୍କୁ ୨୫ ବେସିସ୍ ପଏଣ୍ଟ ହ୍ରାସ କରି ୫.୨୫...

ବଦଳିବ ବ୍ୟାଙ୍କିଂ ସମୟ! ଓ଼୍ବାର୍କିଂ ଡେ ରହିବ ଏତିକି, ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୪ା୧୨: ଆଜିକାଲି କାର୍ଯ୍ୟ-ଜୀବନ ସନ୍ତୁଳନ ଏକ ପ୍ରମୁଖ ସମସ୍ୟା। ବ୍ୟାଙ୍କ କର୍ମଚାରୀମାନେ ମଧ୍ୟ ଏହାର ବ୍ୟତିକ୍ରମ ନୁହଁନ୍ତି। ୟୁନିଅନଗୁଡ଼ିକ ବହୁ ଦିନ ଧରି ବ୍ୟାଙ୍କଗୁଡ଼ିକ ପାଇଁ...

ଡଲାର ତୁଳନାରେ ୯୦ ଟପିଲା ଟଙ୍କା, ସର୍ବକାଳୀନ ନିମ୍ନ ସ୍ତରକୁ ଖସିଲା

ମୁମ୍ବାଇ,୩ା୧୨: ଭାରତୀୟ ଟଙ୍କା ବୁଧବାର ଆମେରିକୀୟ ଡଲାର ତୁଳନାରେ ପ୍ରଥମ ଥର ପାଇଁ ୯୦ ଟଙ୍କା ସ୍ତର ଅତିକ୍ରମ କରିଛି। ଟଙ୍କାର ମୂଲ୍ୟ ଖସିଯାଇ ଡଲାର୍...

ପଲସର୍‌ ଆଣିଲା ଧୂଆଁଧାର ଅଫର୍‌, ମାତ୍ର ଏତିକି ଟଙ୍କାରେ ମିଳିବ…

ନୂଆଦିଲ୍‌ଲୀ,୩।୧୨: ବର୍ଷର ଶେଷ ମାସଗୁଡ଼ିକରେ, ଦୁଇଚକିଆ ଯାନ ନିର୍ମାତା ବାଜାଜ ଅଟୋ ପୁଣି ଥରେ ଏହାର ଲୋକପ୍ରିୟ ପଲସର ହାଟ୍ରିକ ଅଫରକୁ ଆରମ୍ଭ କରିଛି। ଦୀପାବଳି...

ରୁଫ୍‌ଟପ୍‌ ସୋଲାର ସିଷ୍ଟମ ପାଇଁ ଗ୍ରାମପଞ୍ଚାୟତକୁ ପ୍ରୋତ୍ସାହନ ରାଶି

ଭୁବନେଶ୍ୱର,୩।୧୨,(ଅନୁରାଧା ମହାରଣା): ଟାଟା ପାୱାର ଏବଂ ରାଜ୍ୟ ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ଏହାର ବ୍ୟବସାୟିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri