ରବିବାର ବାରବାଟୀରେ ଖେଳାଯିବ ଭାରତ-ଓ୍ବେଷ୍ଟଇଣ୍ଡିଜ ଅନ୍ତିମ ଦିନିକିଆ, ସୁରକ୍ଷା ବ୍ୟବସ୍ଥା ତଦାରଖ କଲେ ପୋଲିସ ଡିଜି

କଟକ ଅଫିସ,୨୦।୧୨: ରବିବାର କଟକର ବାରବାଟୀରେ ଖେଳାଯିବ ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଅନ୍ତିମ ତଥା ୩ୟ ମ୍ୟାଚ୍‌। ଏହା ପୂର୍ବରୁ ଶୁକ୍ରବାର ପୋଲିସ ଡିଜି ଅଭୟ ଷ୍ଟାଡିୟମର ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି। ତାଙ୍କ ସହ ପୋଲିସ କମିଶନର, କଟକ ଡିସିପି ପ୍ରମୁଖ ଉପସ୍ଥିତ ରହିଛନ୍ତି। ଏନେଇ ପ୍ରତିକ୍ରିୟା ରଖି ଡିଜି କହିଛନ୍ତି, ଷ୍ଟାଡିୟମ ସୁରକ୍ଷାର ସମସ୍ତ ବ୍ୟବସ୍ଥା ସରିଛି। ଏଥିଲାଗି ୮୦ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ ରହିବେ। ସୁରକ୍ଷା ତଦାରଖ ପାଇଁ ଲ’ ଆଣ୍ଡ ଅର୍ଡର ଓ ଗୁଇନ୍ଦା ଡିଜି ରହିବେ ବୋଲି ସେ କହିଛନ୍ତି।

ପ୍ରକାଶଯୋଗ୍ୟ, ମ୍ୟାଚ୍‌ ଲାଗି ଗୁରୁବାର ଅପରାହ୍ନରେ ଉଭୟ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ଦଳର ଖେଳାଳିମାନେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଶାଖାପାଟଣାରେ ଅନୁଷ୍ଠିତ ଦ୍ୱିତୀୟ ଦିନିକିଆରେ ଭାରତ ଜିତି ସିରିଜକୁ ୧-୧ର ସମାନସ୍ତରକୁ ଆଣିଛି। ଏଣୁ ବାରବାଟୀରେ ସିରିଜର ନିର୍ଣ୍ଣାୟକ ମ୍ୟାଚ୍‌ ଖେଳାଯିବ। ଏହାକୁ ନେଇ କ୍ରିଡାପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri