ରବିବାର ସ୍କୁଲ, ସୋମବାର ଛୁଟି: ଦେଓଗାଁର ୨୭ ସ୍କୁଲରେ ଚାଲିଛି ଏଭଳି ବ୍ୟବସ୍ଥା

ଆନନ୍ଦପୁର, ୬।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅଧୀନ ଦେଓଗାଁ ପାଲଟିଛି ବିରଳ ଉଦାହରଣ। ଦେଓଗାଁ ସର୍କଲର ୨୭ଟି ପ୍ରାଥମିକ ବିଦ୍ୟାଳୟ ରବିବାର ଖୋଲା ରହୁଥିବା ବେଳେ ସୋମବାର ଏହା ବନ୍ଦ ରୁହେ। ତେବେ ଏହା କୌଣସି ଜୋରଜବରଦସ୍ତ ଭାବେ ନୁହେଁ ବରଂ ବିଭାଗୀୟ ନିୟମ ଅନୁଯାୟୀ  କାର୍ଯ୍ୟକାରୀ ହେଉଛି। ରାଜ୍ୟର ସମସ୍ତ ବିଦ୍ୟାଳୟଗୁଡିକ ରବିବାର ସାପ୍ତାହିକ ଛୁଟି ରହୁଥିବାବେଳେ ଏଠାରେ କିନ୍ତୁ ସୋମବାରକୁ ସାପ୍ତାହିକ ଛୁଟି ଭାବେ କାର୍ଯ୍ୟକାରୀ କରାଯାଉଛି। ଏହି ବ୍ୟତିକ୍ରମର ଦୁଇଟି କାରଣ ରହିଛି। ଗୋଟିଏ ହେଉଛି କୁଶଳେଶ୍ୱର ମହାଦେବଙ୍କ ଆଧିପତ୍ୟ, ଅନ୍ୟଟି ସାପ୍ତାହିକ ହାଟ। ୧୯୯୧ ମସିହାରୁ ଏହି ପରମ୍ପରା ଚାଲିଆସୁଥିଲେ ବି ଏହା ଆଉ ପରିବର୍ତ୍ତନ ହୋଇନି।
ରାଜ୍ୟ ସରକାରଙ୍କ ଶିକ୍ଷାବିଭାଗ ଚିଠି ନଂ. ୩୮୮୫୩/୨୧.୮.୧୯୯୧ ଅନୁଯାୟୀ, ସେତେବେଳେ ଦେଓଗାଁ ସର୍କଲରେ ରହିଥିବା ୪୨ଟି ପ୍ରାଥମିକ ବିଦ୍ୟାଳୟରେ ସୋମବାର ସାପ୍ତାହିକ ଛୁଟି ଭାବେ କାର୍ଯ୍ୟକାରୀ କରିବାକୁ ସ୍ପଷ୍ଟ ନିର୍ଦ୍ଦେଶନାମା ରହିଛି। ସ୍କୁଲରେ ପାଠ ପଢୁଥିବା ଛାତ୍ରୀଛାତ୍ର ବି ଏହି ପରମ୍ପରାରେ ନିଜକୁ ସାମିଲ କରିସାରିଲେଣି। ସେତେବେଳର ଦେଓଗାଁ ସର୍କଲ କାଳକ୍ରମେ ଭାଗ ହୋଇ ଦେଓଗାଁ, ଭଣ୍ଡାରିଡିହା, କେଶଦୁରାପାଳ ତିନି ଗୋଟି ସର୍କଲରେ ପରିଣତ ହୋଇଛି। ବର୍ତ୍ତମାନ ପରିପ୍ରେକ୍ଷୀରେ ଦେଓଗାଁ ଓ କେଶଦୁରାପାଳ ସର୍କଲରେ ଥିବା ୨୭ଟି ପ୍ରାଥମିକ ବିଦ୍ୟାଳୟରେ ଏହି ନିୟମ ଚାଲୁ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri