ରବିରେ ୮୬,୧୩୫ ହେକ୍ଟର ଜମିରେ ଚାଷ ପାଇଁ ଲକ୍ଷ୍ୟ

ସୋନପୁର,୩୧।୧୦(ନି.ପ୍ର.): ୨୦୧୯-୨୦ ରବି ଋତୁରେ କୃଷି ପ୍ରଧାନ ସୁବର୍ଣ୍ଣପୁର ଜିଲାରେ ୮୬,୧୩୫ ହେକ୍ଟର ଜମିରେ ବିଭିନ୍ନ ପ୍ରକାଣ ଖରିଫ ଫସଲ ଚାଷ କରାଯିବାର ଲକ୍ଷ୍ୟ ରଖାଯାଇଛି। ଯାହା ଗତବର୍ଷର ଲକ୍ଷ୍ୟ ହାସଲଠାରୁ ୨,୭୫୮ହେକ୍ଟର ଅଧିକ। ଗୁରୁବାର ଜିଲାପାଳଙ୍କ ସଭାଗୃହରେ ଅନୁଷ୍ଠିତ ଜିଲାସ୍ତରୀୟ କୃଷି କୌଶଳ ନିର୍ଦ୍ଧାରଣ କମିଟି ବୈଠକରେ ଏ ବିଷୟରେ ସୂଚନା ଦେଇଛନ୍ତି ଜିଲା କୃଷି ଉପନିର୍ଦ୍ଦେଶକ ସନ୍ତୋଷ କୁମାର ଜେନା। ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା ବୈଠକରେ ଅଧ୍ୟକ୍ଷତା କରିଥିଲେ। ପଣ୍ଡା ଜିଲାରେ ଥିବା ଭିତ୍ତିଭୂମି ଓ ସମସ୍ତ ବୈଷୟିକ ଜ୍ଞାନ କୌଶଳ ଉପଯୋଗରେ ରବି ଚାଷ ଲକ୍ଷ୍ୟକୁ ସଫଳତାର ସହ ହାସଲ କରିବା ପାଇଁ କୃଷି ଅଧିକାରୀମାନେ ବଦ୍ଧପରିକର ହେବା ପାଇଁ ପରାମର୍ଶ ଦେଇଥିଲେ । ୨୦୧୮ ରବି ଋତୁରେ ୩୪,୭୯୦ ହେକ୍ଟର ଜମିରେ ଅଧିକ ଅମଳକ୍ଷମ ଧାନ ଚାଷ କରାଯାଇଥିବା ବେଳେ ଚଳିତ ବର୍ଷ ୩୫ ହଜାର ହେକ୍ଟର ଜମିରେ ଧାନ ଚାଷ କରାଯିବାର ଲକ୍ଷ୍ୟ ରଖାଯାଇଛି। ୨୦୧୮ ରବିରେ ୩୨,୧୦୪ହେକ୍ଟର ଜମିରେ ଡାଲି ଫସଲ, ୬,୭୫୯ହେକ୍ଟର ଜମିରେ ତୈଳବୀଜ, ୭, ୪୨୧ହେକ୍ଟର ଜମିରେ ପନିପରିବା, ୧,୮୨୬ ହେକ୍ଟର ଜମିରେ ମସଲା ଜାତୀୟ ଓ ୫୫ ହେକ୍ଟର ଜମିରେ ଆଖୁଚାଷ ହୋଇଥିଲା। ଚଳିତ ରବିରେ ୩୪ ହଜାର ୫୦ହେକ୍ଟର ଜମିରେ ଡାଲି ଜାତୀୟ, ୮ହଜାର ହେକ୍ଟର ଜମିରେ ତୈଳବୀଜ, ୬,୯୦୦ ହେକ୍ଟର ଜମିରେ ପନିପରିବା, ୧,୫୮୦ହେକ୍ଟର ଜମିରେ ମସଲା ଜାତୀୟ ଓ ୫୫ହେକ୍ଟର ଜମିରେ ଆଖୁ ଚାଷ କରାଯିବାର ଲକ୍ଷ୍ୟ ରଖାଯାଇଛି । ଚଳିତ ରବିରେ ୬୨,୮୩୫ ହେକ୍ଟର ଜମିକୁ ବୃହତ, କ୍ଷୁଦ୍ର, ମଧ୍ୟମ, ବୃହତ ଉଠାଜଳସେଚନ, ଉଠାଜଳସେଚନ, ଡଗ୍‌ ଓ୍ବେଲ ଓ ଅନ୍ୟାନ୍ୟ ଉତ୍ସରୁ ଜଳଯୋଗାଣ କରାଯିବା ବୋଲି ଜଳସେଚନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ଅଣଜଳସେଚିତ ଜମିରେ ଆଦ୍ରତାରେ ମୁଗ, ବିରି ଓ କୋଳଥ ଚାଷ କରାଯିବ। ଚଳିତ ଋତୁରେ ପ୍ୟାକ୍ସ ଓ ପ୍ରାଇଭେଟ୍‌ ଡିଲରଙ୍କ ମାଧ୍ୟମରେ ୧୬,୧୫୦ କୁଇଣ୍ଟାଲ ଧାନ, ୨୬୪ କୁଇଣ୍ଟାଲ ମୁଗ ଓ ୪୨୪କୁଇଣ୍ଟାଲ ବାଦାମ ବିହନ ଯୋଗାଇ ଦିଆଯିବାକୁ ନିଷ୍ପତ୍ତି ହୋଇଛି। ସେହିଭଳି ରବିରେ ହେକ୍ଟର ପ୍ରତି ୪୬.୬୨ କିଲୋଗ୍ରାମ ହିସାବରେ ମୋଟ ୪୦୧୬ ମେଟ୍ରିକ୍‌ ଟନ୍‌ ଏନପିକେ ସାର ବ୍ୟବହାର କରିବାକୁ ଲକ୍ଷ୍ୟ ରହିଛି । ଜିଲାରେ ଥିବା ମୃତ୍ତିକା ପରୀକ୍ଷାଗାରରେ ମାଟି ନମୂନା ପରୀକ୍ଷା କରାଯାଇ ମୃତ୍ତିକା ସ୍ବାସ୍ଥ୍ୟକାର୍ଡ ଯୋଗାଇ ଦେବାକୁ ଲକ୍ଷ୍ୟ ରହିଛି। ସେହିପରି ଚାଷୀଙ୍କୁ ଟ୍ରାକ୍ଟର, ପାଓ୍ବାର ଟିଲର, ରୋଟାଭେଟର, ଟ୍ରାନ୍ସପ୍ଲାଣ୍ଟର ଓ ପମ୍ପସେଟ୍‌ ଦିଆଯିବାକୁ ଯୋଜନା ରହିଛି। ସମବାୟ ବ୍ୟାଙ୍କ, ଷ୍ଟେଟବ୍ୟାଙ୍କ, ୟୁଜିବି ଓ ଅନ୍ୟାନ୍ୟ ବ୍ୟବସାୟିକ ବ୍ୟାଙ୍କ ଜରିଆରେ କୃଷିଋଣ ଯୋଗାଇ ଦିଆଯିବାର ଲକ୍ଷ୍ୟ ରଖାଯାଇଛି। ଏହି ଅବସରରେ ଜୈବିକ ସାର, ରୋଗପୋକ ନିୟନ୍ତ୍ରଣ, ଅଧିକ ଅମଳକ୍ଷମ ଓ ଶଙ୍କରଜାତୀୟ ବିହନ ଯୋଗାଣ ସମ୍ପର୍କରେ ଆଲୋଚନା ହୋଇଥିଲା। ଜିଲାରେ ସମ୍ପ୍ରସାରଣ ସଂସ୍କାର ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ପ୍ରଧାନମନ୍ତ୍ରୀ କୃଷି ସିଞ୍ଜାଇ ଯୋଜନା, ଓ ରାଷ୍ଟ୍ରୀୟ ଖାଦ୍ୟ ନିରାପତ୍ତା ମିଶନରେ ସମସ୍ତ କାର୍ଯ୍ୟକ୍ରମ ହାତକୁ ନିଆଯିବ ବୋଲି କୃଷି ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ମଝି ଆକାଶରେ ଗାଏବ ହେଲା ଆମେରିକାର ୧୬୦୦ କୋଟିର ଡ୍ରୋନ! ରହସ୍ୟମୟ ଭାବରେ ହର୍ମୁଜ ଉପରେ ହୋଇଗଲା ଅଦୃଶ୍ୟ

ଓ୍ବାଶିଂଟନ୍‌,୧୦।୪: ଆଜି ହର୍ମୁଜ ପ୍ରଣାଳୀ ଉପରେ ଏକ ସ୍ବତନ୍ତ୍ର ଆମେରିକା ନୌସେନା ନିରୀକ୍ଷଣ ଡ୍ରୋନ, MQ-4C ଟ୍ରାଇଟନ ହଠାତ୍‌ ଅଦୃଶ୍ୟ ହୋଇଯାଇଛି। ଏହି ଡ୍ରୋନଟିକୁ ଆମେରିକାର ସବୁଠାରୁ…

ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା

ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI)  ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି  । ଏହି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri