Posted inକଟକ

ରମଜାନ ମାସରେ ଖାଦ୍ୟ ବାଣ୍ଟୁଛନ୍ତି ୨୦ ମୁସ୍‌ଲିମ୍‌ ଯୁବକ

କଟକ ଅଫିସ,୩୦ା୪: ମୁସଲମାନ ସମ୍ପ୍ରଦାୟଙ୍କ ପାଇଁ ପବିତ୍ର ମାସ ରମ୍‌ଜାନ୍‌। ଏହି ମାସଟିକୁ ସେମାନେ ବର୍ଷ ତମାମ ଅପେକ୍ଷା କରିଥାନ୍ତି। ଦାନ ଓ ପୂଣ୍ୟ ମାସ ରମଜାନ। ନିଷ୍ଠାର ସହ ଉପବାସ ବ୍ରତ ପାଳନ କରି ଆଲ୍ଲାଙ୍କୁ ପ୍ରାର୍ଥନା କରାଯାଇଥାଏ। ସୂର୍ଯ୍ୟୋଦୟ ପୂର୍ବରୁ ଏବଂ ସୂର୍ଯ୍ୟାସ୍ତ ପରେ ଆହାର ଗ୍ରହଣ କରି ବ୍ରତ ପାଳନ ନିୟମ ରହିଥାଏ। ଅନ୍ୟପକ୍ଷରେ ରମଜାନ ମାସରେ ଦାନ କଲେ ଆଲ୍ଲା ମଣିଷର ପାପ କ୍ଷୟ କରନ୍ତି ଏବଂ ତାଙ୍କୁ କ୍ଷମା ପ୍ରଦାନ କରନ୍ତି ବୋଲି ମୁସଲିମ ସମ୍ପ୍ରଦାୟର ଲୋକେ ବିଶ୍ୱାସ କରନ୍ତି। କୁହାଯାଏ ଅନ୍ନ ଦାନ ମହାପୂଣ୍ୟ। ତେଣୁ ରମ୍‌ଜାନ୍‌ ମାସରେ ପୂଣ୍ୟ ଅର୍ଜନ ପାଇଁ ଲୋକଙ୍କୁ ଅନ୍ନଦାନ କରୁଛନ୍ତି କଟକ ଓଡିଆ ବଜାର ଅଞ୍ଚଳର ୨୦ ଯୁବକ। ଏମାନେ କଟକ ମୁସଲିମ ୟୁଥ ଆସୋସିଏଶନ ନାମକ ସଙ୍ଗଠନ ଗଠନ କରି ପ୍ରତ୍ୟେକ ସାହିବସ୍ତିର ଅସହାୟ ଲୋକଙ୍କ ଘରକୁ ଯାଇ ସେମାନଙ୍କୁ ଖାଦ୍ୟ ସାମଗ୍ରୀ ପ୍ରଦାନ କରୁଛନ୍ତି। ସମସ୍ତ ଯୁବକ କଟକ ମୁସଲିମ ୟୁଥ ଆସୋସିଏଶନ ନାମକ ଏକ ସଙ୍ଗଠନ ଗଠନ କରି ଲୋକମାନଙ୍କୁ ଖାଦ୍ୟ ଯୋଗାଉଛନ୍ତି। ଏହି କାର୍ଯ୍ୟ ପାଇଁ ସେମାନେ କାହା ପାଖରୁ ଆର୍ଥିକ ସହାୟତା ନେଉନାହାନ୍ତି। ନିଜ ରୋଜଗାରର କିଛି ଅଂଶ ଲୋକଙ୍କ ପାଇଁ ଖର୍ଚ୍ଚ କରୁଛନ୍ତି। ଏହି କାର୍ଯ୍ୟକ୍ରମରେ ସାକିବ ଖାନ, ରହିଲ ଅହମ୍ମଦ, ସମର ରାଜା, ସୟଦ ଅସିଫ ଅଲ୍ଲୀ, ବସିର ଅହମ୍ମଦ, ଦାନିସ ମୁର୍ତ୍ତଜା, ଅମ୍ବର ରାଜା, ଏସ୍‌.କେ. ଅଲ୍ଲୀ, ଏମ୍‌.ଡି ଆରିଫ, ଅବଦୁଲ କ୍ବାଦିର, ଏମ୍‌.ଡି. ମେହେରାଜ ପ୍ରମୁଖ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, କଟକ View All

Video: ମଝି ଆକାଶରେ ପିଟି ହୋଇ ହୁତୁ ହୁତୁ ହୋଇ ଜଳିଗଲା ୨ ଫାଇଟର ଜେଟ, ଦେଖନ୍ତୁ ଲୋମଟାଙ୍କୁରା ଦୃଶ୍ୟ

ଓ୍ବାଶିଂଟନ,୧୮।୫: ଆମେରିକାର ଆଇଡାହୋ ରାଜ୍ୟରେ ଆୟୋଜିତ ଏକ ଏୟାର ଶୋ’ ସମୟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ, ମାଉଣ୍ଟେନ ହୋମ ଏୟାର ଫୋର୍ସ ବେସରେ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri