ଭୁବନେଶ୍ୱର,୭ା୩(ବ୍ୟୁରୋ): ଆଦିଗୁରୁ ପଙ୍କଜ ଚରଣ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନ ତରଫରୁ ବିଶିଷ୍ଟ ଭାରତନାଟ୍ୟମ ନୃତ୍ୟଶିଳ୍ପୀ ରମା ବୈଦ୍ୟନାଥନ ଚଳିତବର୍ଷ ଲାଗି ସମ୍ମାନଜନକ ମାହାରୀ ସମ୍ମାନ ପାଇବାକୁ ମନୋନୀତ ହୋଇଛନ୍ତି। ପୁରସ୍କାର ବାବଦରେ ତାଙ୍କୁ ୫୦ହଜାର ଟଙ୍କାର ଅର୍ଥରାଶି ସହ ମାନପତ୍ର ଏବଂ ଫଳକ ପ୍ରଦାନ କରାଯିବ। ଆସନ୍ତା ୧୯ ତାରିଖରେ ରବୀନ୍ଦ୍ରମଣ୍ଡପଠାରେ ରମାଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯିବ। ଏଥିସହିତ ବିଶିଷ୍ଟ ନୃତ୍ୟଗୁରୁ ମାୟାଧର ରାଉତ ଚଳିତବର୍ଷ ଲାଗି ଆଦିଗୁରୁ ପଙ୍କଜ ଚରଣ ଦାସ ପରମ୍ପରା ସମ୍ମାନ ପାଇବାକୁ ମନୋନୀତ ହୋଇଛନ୍ତି। ଶୁକ୍ରବାର ପ୍ରତିଷ୍ଠାନ ପକ୍ଷରୁ ଏନେଇ ବିଧିବଦ୍ଧଭାବେ ଘୋଷଣା କରାଯାଇଛି। ଏହି ସମ୍ମାନ ବାବଦକୁ ସେ ୫୦ ହଜାର ଟଙ୍କାର ଅର୍ଥରାଶି ସହ ମାନପତ୍ର ଏବଂ ଫଳକ ଗ୍ରହଣ କରିବେ। ମାର୍ଚ୍ଚ ୧୭ରେ ଆଦିଗୁରୁ ପଙ୍କଜ ଚରଣ ଦାସଙ୍କ ୧୦୧ତମ ଜୟନ୍ତୀ ଅବସରରେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ। ସେହିପରି ମାଦେଳି, ବୀଣାକାର, ଗାଉଣୀ ସମ୍ପ୍ରଦା ଓ ନାଚୁଣୀ ସମ୍ପ୍ରଦା ନିୟୋଗଙ୍କ ସାଧନା ଅବଦାନକୁ ସମ୍ମାନ ଜଣାଇ ଉକ୍ତ କ୍ଷେତ୍ରରେ ପ୍ରତିଷ୍ଠିତ ପ୍ରତିଭାମାନଙ୍କୁ ପୁରସ୍କୃତ କରାଯିବ। ଓଡ଼ିଶୀ ନୃତ୍ୟ କ୍ଷେତ୍ରରେ ବିଶିଷ୍ଟ ନୃତ୍ୟଶିଳ୍ପୀ ପ୍ରଣତୀ ମହାନ୍ତି ନାଚୁଣୀ ସମ୍ପ୍ରଦା ପାଇବାକୁ ମନୋନୀତ ହୋଇଥିବା ବେଳେ ପ୍ରଫେସର ଡ. ଜଗନ୍ନାଥ କୁଅଁରଙ୍କୁ ମାଦେଳି ସମ୍ମାନ, ଗୁରୁ ଡ. ବିଜୟ କୁମାର ଜେନାଙ୍କୁ ବୀଣାକାର ସମ୍ମାନ ଏବଂ ପ୍ରତିଷ୍ଠିତ କଣ୍ଠଶିଳ୍ପୀ ସୁକାନ୍ତ କୁମାର କୁଣ୍ଡୁଙ୍କୁ ଗାଉଣୀ ସମ୍ପ୍ରଦା ସମ୍ମାନ ପ୍ରଦାନ କରାଯିବ। ଏହି ସମ୍ମାନ ବାବଦକୁ ପ୍ରତ୍ୟେକଙ୍କୁ ୧୫ ହଜାର ଟଙ୍କା, ମାନପତ୍ର ଓ ଫଳକ ପ୍ରଦାନ କରାଯିବ। ମାର୍ଚ୍ଚ ୧୭ରୁ ୧୯ ପର୍ଯ୍ୟନ୍ତ ୩ଦିନ ବ୍ୟାପୀ ରବୀନ୍ଦ୍ରମଣ୍ଡପରେ ଆୟୋଜିତ ହେବାକୁ ଥିବା ଏହି ଉତ୍ସବରେ ଦେଶର ବିଭିନ୍ନ ସ୍ଥାନରୁ ଓଡ଼ିଶୀ, କଥକ, କୁଚୁପୁଡ଼ି ଓ ଭାରତନାଟ୍ୟମ୍ ନୃତ୍ୟଶିଳ୍ପୀମାନେ ନୃତ୍ୟ ପରିବେଷଣ କରିବେ। ୧୭ରେ ଆଦିଗୁରୁଙ୍କ ଜୟନ୍ତୀ ଓଡ଼ିଶୀ ଗବେଷଣା କେନ୍ଦ୍ର ଓ ସଂସ୍କୃତି ବିଭାଗ ମିଳିତ ଆନୁକୂଲ୍ୟରେ ପାଳନ କରାଯିବ ବୋଲି ଅନୁଷ୍ଠାନର ସମ୍ପାଦକ ତଥା ନିର୍ଦ୍ଦେଶକ ଶରତ ଦାସ ସୂଚନା ଦେଇଛନ୍ତି।
ପୂର୍ବତନ ବିଧାୟକ, ପୂର୍ବତନ ଏମ୍ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ
ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…
କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ
ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…
ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?
ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…
କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….
କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…
ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…
ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…
ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ
ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…
କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….
ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…
ରନ୍ଧନ ଗ୍ୟାସ୍ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ
ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍ ସମୟରେ ଗ୍ୟାସ୍ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…
Archives

