ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେବ ପୁସ୍ତକ ପ୍ରକାଶନ ସମ୍ବନ୍ଧୀୟ ସାର୍ଟିଫିକେଟ କୋର୍ସ

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଏକ ନୂତନ ପାଠ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି। ଚଳିତ ଶିକ୍ଷାବର୍ଷରୁ ପୁସ୍ତକ ପ୍ରକାଶନ ସମ୍ବନ୍ଧୀୟ ଏକ ସାର୍ଟିଫିକେଟ କୋର୍ସ ଆରମ୍ଭ ହେବ। ଏହି ୪ମାସିଆ ପାଠ୍ୟକ୍ରମ ପାଇଁ ୩୦ସିଟ୍‌ ରହିଥିବାବେଳେ କୋର୍ସ ଫି’ ୮ହଜାର ଟଙ୍କା ରଖାଯାଇଛି। ପ୍ରକାଶନର ସମସ୍ତ ଦିଗ ଯେପରି କି ସମ୍ପାଦନ, ଦଳିଲ ଚୟନ ଓ ଏହାର ମୂଲ୍ୟାୟନ, ପ୍ରୁଫ୍‌ ରିଡିଂ, ଡିଜାଇନ ଓ ପୁସ୍ତକର ବିକ୍ରୟ ଯୋଜନା ଆଦି ଏଥିରେ ଅନ୍ତର୍ଭୁକ୍ତ ରହିବ। ବିଭିନ୍ନ ପ୍ରକାଶନ ଶିଳ୍ପର ଅଭିଜ୍ଞ ବ୍ୟକ୍ତିମାନେ ଛାତ୍ରୀମାନଙ୍କୁ ଶିକ୍ଷାଦାନ କରିବେ। ଆଗ୍ରହୀ ଛାତ୍ରୀମାନେ ଆସନ୍ତା ୨୬ ତାରିଖ ସୁଦ୍ଧା ବିଶ୍ୱବିଦ୍ୟାଳୟ ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷାଙ୍କୁ ଆବେଦନ କରିବାକୁ ପଡ଼ିବ। ଏନେଇ ଅଧିକ ବିବରଣୀ ବିଶ୍ୱବିଦ୍ୟାଳୟ ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ରହିଛି। ଏଥିରେ ଉଭୟ ରମାଦେବୀ ବିଶ୍ୱବିଦ୍ୟାଳୟ ଓ ବାହାରେ ସ୍ନାତକ ସମ୍ପୂର୍ଣ୍ଣ କରିଥିବା ଛାତ୍ରୀମାନେ ଆବେଦନ କରିପାରିବେ। ଏହି ପାଠ୍ୟକ୍ରମ ଦ୍ୱାରା ଛାତ୍ରୀମାନେ ସ୍ବାବଲମ୍ବୀ ହେବା ସହ ରୋଜଗାରକ୍ଷମ ହୋଇପାରିବେ ବୋଲି ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌…

ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍‌ଆଇ

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

କାଲି  ଖୋର୍ଦ୍ଧା ରୋଡ୍ ଡିଭିଜନ୍‌ରେ ୮ ମେମୁ ଟ୍ରେନ୍‌ ବାତିଲ: ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୬।୭: ଯାତ୍ରୀମାନଙ୍କ ପାଇଁ ଜରୁରୀ ସୂଚନା। ମାଳତୀପାଟପୁର ଓ ପୁରୀ ଷ୍ଟେସନ ମଧ୍ୟରେ ଚାଲିଥିବା ଆଧୁନିକୀକରଣ ଓ ରେଳ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟ ପାଇଁ ଆସନ୍ତାକାଲି…

ଏନ୍‌ଏଚ୍–୫୫ ନିର୍ମାଣରେ ଅନିୟମିତତା: ଅଧୀକ୍ଷଣ ଯନ୍ତ୍ରୀ, ଏସଡିଓ ଓ ପ୍ରୋଜେକ୍ଟ ମ୍ୟାନେଜରଙ୍କ ନାଁରେ ଏଫ୍‌ଆଇଆର୍

ଜଗତସିଂହପୁର, ୬।୭: ଜାତୀୟ ରାଜପଥ–୫୫ (ଏନ୍‌ଏଚ୍–୫୫)ର ନିର୍ମାଣ କାର୍ଯ୍ୟରେ ମନ୍ଥର ଗତି ଏବଂ ନିମ୍ନମାନର କାମକୁ ନେଇ ପ୍ରଶାସନ କଠୋର ପଦକ୍ଷେପ ଗ୍ରହଣ କରିଛି। ଏହି ଘଟଣାରେ…

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନୂଆ ମାର୍ଗଦର୍ଶିକା, ଏଣିକି ବର୍ଷକୁ ୪ଟି ପରୀକ୍ଷା ଦେବେ…

ଭୁବନେଶ୍ବର,୬ା୭: ତୃତୀୟରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ଏଣିକି ବର୍ଷକୁ ୪ଟି ପରୀକ୍ଷୀ ଦେବାକୁ ହେବ । ପୂର୍ବରୁ ବର୍ଷକୁ ଦୁଇଟି ପରୀକ୍ଷା ହେଉଥିବା ବେଳେ ବର୍ତ୍ତମାନ…

ଚାକିରି ଛାଡ଼ିବା ପରେ ବଡ଼ କଥା କହିଦେଲେ ଭୁବନେଶ୍ୱର ଡିସିପି, ଓଡ଼ିଶାର ଲୋକେ…

ଭୁବନେଶ୍ୱର,୬ା୭: ଚାକିରି ଛାଡ଼ିବା ପରେ ଭୁବନେଶ୍ୱର ଡେପୁଟି କମିଶନର ଅଫ୍ ପୋଲିସ  (ଡିସିପି) ଜଗମୋହନ ମୀନା ଓଡ଼ିଶାବାସୀଙ୍କ ପାଇଁ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri