ରମେଶ ପାଣିଗ୍ରାହୀଙ୍କୁ ମିଳିବ ‘ସାହିତ୍ୟ ଭାରତୀ ସମ୍ମାନ’

ଭୁବନେଶ୍ୱର,୩ା୩(ବ୍ୟୁରୋ): ଶ୍ରୀ ଗଙ୍ଗାଧର ରଥ ଫାଉଣ୍ଡେଶନ ପକ୍ଷରୁ ୨୦୨୦ ପାଇଁ ସମ୍ମାନଜନକ ‘ସାହିତ୍ୟ ଭାରତୀ ସମ୍ମାନ’ ଘୋଷଣା କରାଯାଇଛି। ଚଳିତବର୍ଷ ଲାଗି ବିଶିଷ୍ଟ ସାହିତି୍ୟକ ଏବଂ ନାଟ୍ୟକାର ଡ. ରମେଶ ଚନ୍ଦ୍ର ପାଣିଗ୍ରାହୀ ଏହି ସମ୍ମାନ ପାଇବାକୁ ମନୋନୀତ ହୋଇଛନ୍ତି। ଆଧୁନିକ ଓଡ଼ିଆ ନାଟକ କ୍ଷେତ୍ରରେ ପ୍ରମୁଖ ଅବଦାନ ସହ ସାହିତ୍ୟ କ୍ଷେତ୍ରରେ ଉତ୍କର୍ଷ ଏବଂ ଗବେଷଣା ଲାଗି ତାଙ୍କୁ ଏହି ସମ୍ମାନ ମିଳିବ। ତାଙ୍କୁ ୧ଲକ୍ଷ ଟଙ୍କାର ପୁରସ୍କାର ରାଶି ସହ ମାନପତ୍ର ଏବଂ ଉପଢୌକନ ପ୍ରଦାନ କରାଯିବ।
ଏହାବ୍ୟତୀତ ଫାଉଣ୍ଡେଶନ ପକ୍ଷରୁ ୨୦୨୦ ବର୍ଷ ଲାଗି ‘ଭାନୁଜୀ ରାଓ ସ୍ମାରକୀ ପୁରସ୍କାର’ ଘୋଷଣା କରାଯାଇଛି। ଖ୍ୟାତନାମା କବି ଡ. ହରପ୍ରସାଦ ପରିଚ୍ଛା ପଟ୍ଟନାୟକଙ୍କୁ ଏହି ସମ୍ମାନ ମିଳିବ। ସେହିଭଳି ଔପନ୍ୟାସିକା ବିଜୟିନୀ ଦାସଙ୍କୁ ଚଳିତବର୍ଷ ଲାଗି ‘ବୀଣାପାଣି ମହାନ୍ତି କଥା ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ। ଉଭୟ ପ୍ରତିଭାଙ୍କୁ ୨୫ ହଜାର ଟଙ୍କା ଲେଖାଏ ପୁରସ୍କାର ରାଶି ପ୍ରଦାନ କରାଯିବ। ଜଣାଶୁଣା ସାହିତ୍ୟକାର ଦେବାଶିଷ ସାମନ୍ତରାୟ ଏବଂ ଡ. ସୁଶୀଲ କୁମାର ବାଗଙ୍କୁ ଫାଉଣ୍ଡେଶନ ପକ୍ଷରୁ ‘ସୁବ୍ରତ ରଥ ସ୍ମାରକୀ ପୁରସ୍କାର’ ମିଳିବ। ଅନୁଷ୍ଠାନର ପ୍ରତିଷ୍ଠାତା ଗଙ୍ଗାଧର ରଥଙ୍କ ସ୍ମୃତିରେ ପ୍ରତିବର୍ଷ ପ୍ରଦାନ କରାଯାଉଥିବା ‘ଶ୍ରୀ ଗଙ୍ଗାଧର ରଥ ସ୍ମାରକୀ ସମ୍ମାନ’ ପ୍ରାଣୀ ବିଜ୍ଞାନୀ, ସାମାଜିକ କର୍ମୀ, ସାହିତି୍ୟକା ତଥା ପ୍ରଖ୍ୟାତ ନୃତ୍ୟଶିଳ୍ପୀ ଡ. ପ୍ରିୟମ୍ବଦା ମହାନ୍ତି ହେଜ୍‌ମାଦିଙ୍କୁ ପ୍ରଦାନ କରାଯିବ। ଓଡ଼ିଶୀ ନୃତ୍ୟ କ୍ଷେତ୍ରରେ ଉତ୍କର୍ଷ ଲାଗି ସେ ଏହି ସମ୍ମାନ ପାଇବେ। ଆସନ୍ତା ୧୫ ତାରିଖ ସନ୍ଧ୍ୟାରେ କଟକ କଳା ବିକାଶ କେନ୍ଦ୍ର ପରିସରରେ ଅନୁଷ୍ଠିତ ହେବାକୁ ଥିବା ସ୍ବତନ୍ତ୍ର ଉତ୍ସବରେ ପ୍ରତିଭାଙ୍କୁ ପୁରସ୍କୃତ କରାଯିବ। ଉତ୍ସବରେ ମୁଖ୍ୟଅତିଥି ଭାବେ କେନ୍ଦ୍ର ସାହିତ୍ୟ ଏକାଡେମୀ ଉପସଭାପତି ମାଧବ କୌଶିକ, ମୁଖ୍ୟ ବକ୍ତାଭାବେ ଡ. ସଙ୍ଘମିତ୍ରା ମିଶ୍ର ଏବଂ ଟ୍ରଷ୍ଟି ଡ. ଜୟନ୍ତ ରଥ ଯୋଗଦେଇ ପୁରସ୍କାର ପ୍ରଦାନ କରିବା ସହ ଅଭିଭାଷଣ ରଖିବେ।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri