Posted inଖେଳ

ରଷିଆନ ଓପନ ବ୍ୟାଡ୍‌ମିଣ୍ଟନ : ଭାରତର ଅଭିଯାନ ଶେଷ

ଭ୍ଲାଡିଭୋସ୍ତକ (ରୁଷିଆ), ୨୦ା୭ (ପି.ଟି.): ଏଠାରେ ଚାଲିଥିବା ରଷିଆନ ଓପନ୍‌ ବିଡଡ୍ଲ୍ୟୁଏଫ୍‌ ଟୁର୍‌ ସୁପର ୧୦୦ ଟୁର୍ନାମେଣ୍ଟରେ ଭାରତର ଅଭିଯାନ ଶେଷ ହୋଇଯାଇଛି। ଭାରତୀୟ ମହିଳା ବ୍ୟାଡ୍‌ମିଣ୍ଟନ ଖେଳାଳି ମେଘନା ଜାକାମ୍‌ପୁଡିଙ୍କ ପାଇଁ ଶନିବାର ଥିଲା ଖରାପ ଦିବସ। ସେ ତାଙ୍କର ଉଭୟ ମିକ୍ସଡ ଏବଂ ମହିଳା ଡବଲ୍ସ ମ୍ୟାଚରେ ହାରିଯାଇଛନ୍ତି। ପ୍ରତିଯୋଗିତାର ମିକ୍ସଡ ଡବଲ୍ସ ସେମିଫାଇନାଲରେ ୮ମ ସିଡ୍‌ ମେଘନା ଓ ଧ୍ରୁବ କପିଲା ୭ମ ସିଡ୍‌ ଆଦନାନ୍‌ ମୌଲାନା ଓ ମିଚେଲି ଖ୍ରିଷ୍ଟିନେ ବାନ୍ଦାସୋଙ୍କଠାରୁ ୬-୨୧, ୧୫-୨୧ରେ ପରାସ୍ତ ହୋଇଯାଇଛନ୍ତି। ଏହି ମ୍ୟାଚ ମାତ୍ର ୨୭ ମିନିଟରେ ଶେଷ ହୋଇଥିଲା। ୭୫,୦୦୦ ଆମେରିକୀୟ ଡଲାର ପୁରସ୍କାର ବିଶିଷ୍ଟ ଏହି ଟୁର୍ନାମେଣ୍ଟର ମହିଳା ଡବଲ୍ସ ସେମିଫାଇନାଲରେ ମେଘନା ଓ ତାଙ୍କ ପାର୍ଟନର ପୂର୍ବିଶା ଏସ୍‌.ରାମ୍‌ ଚତୁର୍ଥ ସିଡ୍‌ ଜାପାନର ମିକି କଶିହାରା ଏବଂ ମିୟୁକି କାଟୋଙ୍କଠାରୁ ୧୦-୨୧, ୮-୨୧ରେ ହାରିଯାଇଛନ୍ତି। ଏହି ମ୍ୟାଚ ୩୩ ମିନିଟରେ ଶେଷ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri