ରସାସିଂହରେ ଜ୍ୱର ଆତଙ୍କ:୪ ଡେଙ୍ଗୁ, ୬ ଚିକୁନଗୁନିଆ ରୋଗୀ ଚିହ୍ନଟ

ଢେଙ୍କାନାଳ ଅଫିସ, ୨୮।୯

ଢେଙ୍କାନାଳ ଜିଲା ଓଡ଼ପଡ଼ା ବ୍ଲକ ରସାସିଂହ ଗ୍ରାମରେ ସଂକ୍ରାମକ ଜ୍ୱର ଆତଙ୍କ ଦେଖାଦେଇଛି। ଶୁକ୍ରବାର ରକ୍ତ ନମୁନା ପରୀକ୍ଷା କରାଯିବା ପରେ ୪ ଡେଙ୍ଗୁ ଏବଂ ୬ ଜଣ ଚିକୁନ୍‌ଗୁନିଆ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ନେଇ ଗ୍ରାମରେ ଭୟର ବାତାବରଣ ସୃଷ୍ଟି ହୋଇଛି।
ଗ୍ରାମବାସୀଙ୍କ କହିବା କଥା, ଦେଢ଼ମାସ ହେଲା ଗ୍ରାମରେ ଅଧିକାଂଶ ଲୋକ ଜ୍ୱରରେ ପଡ଼ିଛନ୍ତି। ଆକ୍ରାନ୍ତଙ୍କ ନିକଟରେ ଆଣ୍ଠୁଗଣ୍ଠି ଦରଜ, ବାନ୍ତି ହେବା ଆଦି ଲକ୍ଷଣ ଦେଖାଯାଉଛି। ଜ୍ୱର ନ କମିବାରୁ ସେପ୍ଟେମ୍ବର ୧୮ରେ ଏ ନେଇ ଅଞ୍ଚଳବାସୀ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଜଣାଇଥିଲେ। ଏହାପରେ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିଶେଷଜ୍ଞ ଦଳ ଗ୍ରାମରେ ପହଞ୍ଚତ୍ ରୋଗୀଙ୍କ ରକ୍ତ ନମୁନା ସଂଗ୍ରହ କରିଥିଲେ। ଏହାପରେ ଭୁବନେଶ୍ୱରରୁ ସ୍ବାସ୍ଥ୍ୟ ବିଶେଷଜ୍ଞ ଦଳ ଗ୍ରାମରେ ପହଞ୍ଚତ୍ ରକ୍ତ ନମୁନା ସଂଗ୍ରହ କରି ନେଇଥିଲେ। ପରୀକ୍ଷାରୁ ୧୦ଜଣ ଡେଙ୍ଗୁ ଏବଂ ଚିକୁନ୍‌ଗୁନିଆରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏହାପରେ ଶୁକ୍ରବାର ପୁଣିଥରେ ଭୁବନେଶ୍ୱରରୁ ଡାକ୍ତରୀ ଦଳ ଗ୍ରାମକୁ ଆସି ୬୪ ଜଣ ରୋଗୀଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ନେଇଛନ୍ତି। ବିଶେଷଜ୍ଞଙ୍କ କହିବା କଥା, ଗ୍ରାମ ପରିବେଶ ଆବର୍ଜନାମୟ ହୋଇପଡ଼ିଛି। ମଶା ଉପଦ୍ରବ ଏବଂ ସଂକ୍ରମଣ ଯୋଗୁ ଜ୍ୱର ବ୍ୟାପୁଛି। ଏ ନେଇ ଅଧିକ ପରୀକ୍ଷା ନିରୀକ୍ଷା କରାଯାଉଛି।
ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍‌ଓ) ଡା. ନିରଞ୍ଜନ ମିଶ୍ର କୁହନ୍ତି, ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ଆତଙ୍କିତ ହେବାର କୌଣସି କାରଣ ନାହିଁ। ଅଧିକାଂଶ ଆକ୍ରାନ୍ତ ଆରୋଗ୍ୟ ଲାଭ କଲେଣି। ଡେଙ୍ଗୁ ଏବଂ ଚିକୁନଗୁନିଆ ଚିହ୍ନଟ ହୋଇଥିବା ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଅଛି। ପ୍ରତିକାର ସ୍ବରୂପ ମଶାତେଲ ସିଞ୍ଚନ କରାଯାଇଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତୀକ୍ଷ୍ଣ ନଜର ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଲୁଡୁଙ୍ଗୁରୀ ୟୁପି ସ୍କୁଲରୁ ବ୍ୟାପକ ଚୋରି, ରାତି ଅଧରେ କବାଟ ଭାଙ୍ଗି ନେଇଗଲେ…

ଅମରପାଲି,୨।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ବହଳପଦର ପଞ୍ଚାୟତର ଭାଲୁଡ଼ୁଙ୍ଗୁରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ସୋମବାର ରାତିରେ ବ୍ୟାପକ ଜିନିଷ ଚୋରି ହୋଇଥିବା ଅଭିଯୋଗ…

ଦିଲ୍ଲୀ ଗଲେ ନବୀନ, ବଢୁଛି ଚର୍ଚ୍ଚା: ଦେବୀ କହିଲେ…

ଭୁବନେଶ୍ୱର,୨ା୬(ସୁନିତ୍‌ ମିଶ୍ର):ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ୭ଦିନିଆ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ନବୀନ ନିର୍ଦ୍ଦିଷ୍ଟ ଭାବେ କେଉଁ ଉଦ୍ଦେଶ୍ୟ ନେଇ ଦିଲ୍ଲୀ…

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…

୩ରେ ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୨ା୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଜୁନ୍‌ ୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri