ରସୁଲପୁର ବ୍ଲକ ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଲେ

ରସୁଲପୁର,୧।୮(ଡି.ଏନ୍‌.ଏ.): ଯାଜପୁର ଜିଲାପାଳ ରଞ୍ଜନକୁମାର ଦାସ ବୁଧବାର ପୂର୍ବାହ୍ନରେ ରସୁଲପୁର ବ୍ଲକର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଜିଲାପାଳ ଦାସ ଧର୍ମଶାଳା ବ୍ଲକ ଜାରକା ବଜାରସ୍ଥିତ ତ୍ରିନାଥ ମନ୍ଦିରଠାରେ ବରିଷ୍ଠ ନାଗରିକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯିବା ବାଟରେ ଏହି ବ୍ଲକ ପରିଦର୍ଶନରେ ଆସିଥିଲେ। ବ୍ଲକ କାର୍ଯ୍ୟାଳୟରେ ସହକାରୀ ନିର୍ବାହୀ ଯନ୍ତ୍ରୀ, ସହକାରୀ ଯନ୍ତ୍ରୀ ଓ କନିଷ୍ଠ ଯନ୍ତ୍ରୀ, ଗ୍ରାମପଞ୍ଚାୟତ ବୈଷୟିକ ସହାୟିକାସହାୟକଙ୍କୁ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବିଶେଷକରି ଆମ ଗାଁ ଆମ ବିକାଶ ଯୋଜନାରେ କାର୍ଯ୍ୟକାରୀ ହୋଇଥିବା ପ୍ରକଳ୍ପଗୁଡିକର ସ୍ଥିତି ସମ୍ପର୍କରେ ପଚାରି ବୁଝିଥିଲେ। ବ୍ଲକ କାର୍ଯ୍ୟାଳୟରେ ି ଆବାସ ଯୋଜନାରେ ପ୍ରକୃତ ହିତାଧିକାରୀ ଚୟନ ଓ ଗୃହ ନିର୍ମାଣ ପାଇଁ କାର୍ଯ୍ୟାଦେଶ ବଣ୍ଟନ, ଗୃହ ନିର୍ମାଣର ଅଗ୍ରଗତି, ସ୍ବଚ୍ଛ ଭାରତ ଯୋଜନାରେ ପାଇଖାନା ପ୍ରଦାନ, ଗ୍ରାମ ଜଳଯୋଗାଣ ସହିତ ଉନ୍ନୟନ ବହୁ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ପଚାରି ବୁଝିଥିଲେ। ଅଗଷ୍ଟ୧୫ତାରିଖ ସୁଧା ସ୍ବଚ୍ଛ ଭାରତ ମିଶନ ଜରିଆରେ ଘରୋଇ ପାଇଖାନା ନିର୍ମାଣ କାର୍ଯ୍ୟ ସରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଉକ୍ତ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଜାଣିବାକୁ ଚାହିଁଥିଲେ। ଏଥିସହ ବ୍ଲକକୁ ଆସିଥିବା ୧୧୬୧ ପ୍ରଧାମନ୍ତ୍ରୀ ଆବାସ ଗୃହରୁ ଟାର୍ଗେଟରୁ ଯୋଗ୍ୟ ହିତାଧିକାରୀ ମିଳୁ ନ ଥିବାରୁ ପାଖାପାଖି ୪୦୦ସରକାରୀ ଆବାସ ଫେରି ଯିବାନେଇ ଅବଗତ ହୋଇଥିଲେ। ଆବସ ସର୍ଭେରୁ ବଞ୍ଚତ୍ତ ହୋଇଥିବା ହିତାଧିକାରୀମାନେ କ’ ଓ ଖ’ ଫର୍ମରେ କରୁଥିବା ଆବେଦନ କରୁଛନ୍ତି। ଉକ୍ତ ଆବଦେନ ଫର୍ମର ସ୍ଥିତି ସମ୍ପର୍କରେ ପଚାରି ବୁଝିଥିଲେ। ପରେ କ୍ଷେତ୍ର ପରିଦର୍ଶନରେ ବାହାରି ଆମ ଗାଁ ଆମ ବିକାଶ ଯୋଜନାରେ ରସୁଲପୁର ପଞ୍ଚାୟତ ଖଣ୍ଡିତର କବାଡି ଷ୍ଟାଡିୟମଠାରେ ନିର୍ମାଣ ହୋଇଥିବା ନୂତନ ଗ୍ୟାଲେରି, ମା’ ମଙ୍ଗଳା କଲ୍ୟାଣ ମଣ୍ଡପ, ରସୁଲପୁର ଗାଁରେ ଥିବା ଗୋଷ୍ଠୀ କେନ୍ଦ୍ରକୁ ଜିଲାପାଳ ବୁଲି ଦେଖିଥିଲେ। ଏହି ଯୋଜନାରେ ବାକି ରହିଥିବା କାର୍ଯ୍ୟକୁ ତୁରନ୍ତ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ। ସାନତ୍ରିଲୋଚନପୁର ଅଙ୍ଗନଓ୍ବାଡି କେନ୍ଦ୍ରରେ ଅଚାନକ ପହଞ୍ଚତ୍ ସମ୍ପୃକ୍ତ କର୍ମୀଙ୍କ ଠାରୁ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ସମ୍ପର୍କିତ ତଥ୍ୟ ଉପରେ ଅବଗତ ହୋଇଥିଲେ। ଉକ୍ତ ପରିଦର୍ଶନରେ ବିଡିଓ ଉମାକାନ୍ତ ପରିଡା, ସହକାରୀ ନିର୍ବାହୀ ଯନ୍ତ୍ରୀ ନମିତା ହାଂସଦା, ସହାକାରୀ ଯନ୍ତ୍ରୀ ଯତିନ୍ଦ୍ର ମୋହନ ସ୍ବାଇଁ, ପ୍ରମୁଖ ଜିଲାପାଳଙ୍କୁ ବିଭିନ୍ନ ପ୍ରକଳ୍ପ ବୁଲାଇ ଦେଖାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri