Posted inଖେଳ

ରସେଲଙ୍କ ମୁଣ୍ଡରେ ବାଜିଲା ବଲ

କିଙ୍ଗ୍‌ଷ୍ଟନ,୧୩।୯: ଚଳିତ କାରିବିଅନ ଲିଗ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ ଅଲରାଉଣ୍ଡର ଆନ୍ଧ୍ରେ ରସେଲଙ୍କ ହେଲ୍‌ମେଟ୍‌ରେ ବଲ ବାଜିଛି। ସେଣ୍ଟ ଲୁସିଆ ଜୁକ୍ସ ଦଳର ପେସର ହାର୍ଡୁସ ଭିଜୋଏନ୍‌ଙ୍କ ବାଉନ୍ସରକୁ ଜମାଇକା ତାଲାଓ୍ବାସ ପକ୍ଷରୁ ଖେଳୁଥିବା ରସେଲ ପୁଲ୍‌ ଶଟ ଖେଳିବାକୁ ଉଦ୍ୟମକରି ବିଫଳ ହୋଇଥିଲେ। ବଲ ତାଙ୍କ ଡାହାଣ କାନ ପାଖରେ ବାଜିଥିଲା। ବଲ ବାଜିବା ପରେ ସେ ଚେତା ହରାଇ ପଡ଼ିଆରେ ପଡ଼ିଯାଇଥିଲେ। ସଙ୍ଗେ ସଙ୍ଗେ ତାଙ୍କୁ ଫିଲ୍ଡର ଓ ଅନ୍ୟ ବ୍ୟାଟ୍ସମ୍ୟାନ ଘେରି ତାଙ୍କ ସହ କଥା ହେବାକୁ ଚେଷ୍ଟା କରିଥିଲେ। ମେଡିକାଲ ଟିମ୍‌ ଗ୍ରାଉଣ୍ଡକୁ ଆସିବା ପରେ ରସେଲ ଫିଲ୍ଡରଙ୍କ ସହାୟତାରେ ଛିଡ଼ାହେବାକୁ ସକ୍ଷମ ହୋଇଥିଲେ। କିଛି ବାଟ ଚାଲିବା ପରେ ତାଙ୍କୁ ଷ୍ଟ୍ରେଚରରେ ନିଆଯାଇଥିଲା। ତାଙ୍କୁ ସ୍କାନ୍‌ ପାଇଁ ମେଡିକାଲ ନିଆଯାଇଥିଲା। ରିପୋର୍ଟରେ ସବୁ ଠିକ୍‌ ଥିବା ଦର୍ଶାଇବା ପରେ ତାଙ୍କୁ ଦଳୀୟ ହୋଟେଲରେ ବିଶ୍ରାମ କରିବାକୁ ଦିଆଯାଇଛି। ଶନିବାର ଟ୍ରିନବାଗୋ ନାଇଟ୍‌ ରାଇଡର୍ସ ବିପକ୍ଷ ମ୍ୟାଚ୍‌ରେ ଖେଳିବେ କି ନାହିଁ, ତାହା ସ୍ପଷ୍ଟ ହୋଇନାହିଁ ବୋଲି ଅଫିସିଆଲ କହିଛନ୍ତି। ଏଭଳି ଆହତ ସମସ୍ୟାକୁ ଅନ୍ତର୍ଜାତୀୟ କ୍ରିକେଟରେ ଏବେ ଅଧିକ ଗୁରୁତ୍ୱ ଦିଆଯାଉଛି। ନିକଟରେ ମାର୍ନୁସ ଲାବାସ୍କଗ୍ନେ (ଅଷ୍ଟ୍ରେଲିଆ) ଓ ଜେର୍ମିନେ ବ୍ଲାକଉଡ୍‌ (ଓ୍ବେଷ୍ଟଇଣ୍ଡିଜ) ଯଥାକ୍ରମେ ଷ୍ଟିଭ ସ୍ମିଥ୍‌ ଓ ଡାରେନ ବ୍ରାଭୋଙ୍କ ବଦଳରେ ଟେଷ୍ଟ ମ୍ୟାଚ୍‌ର ଦ୍ୱିତୀୟ ଇନିଂସ ଖେଳିଥିଲେ। ଉଭୟଙ୍କ ମୁଣ୍ଡରେ ବଲ ବାଜିବା ପରେ ଆଉ ପଡ଼ିଆକୁ ଫେରି ନ ଥିଲେ। ସିପିଏଲ ମ୍ୟାଚ୍‌ରେ ଜାମାଇକା ଧାର୍ଯ୍ୟ ୨୦ ଓଭରରେ ୫ ଉଇକେଟ ହରାଇ ୧୭୦ ରନ୍‌ କରିଥିଲେ। ଜବାବରେ ୧୬.୪ ଓଭରରେ ସମାନ ସଂଖ୍ୟକ ଉଇକେଟ ହରାଇ ବିଜୟଲକ୍ଷ୍ୟ ହାସଲକରି ନେଇଥିଲା ସେଣ୍ଟ ଲୁସିଆ ଦଳ।


Enter your email to get our daily news in your inbox.

All Right Reserved By Dharitri.Com

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri