ରହସ୍ୟ ଘେରରେ କୁନ୍ଦୁଲି ପୀଡ଼ିତାଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୪।୮(ବ୍ୟୁରୋ): କୁନ୍ଦୁଲି ପୀଡିତାଙ୍କ ଆତ୍ମହତ୍ୟା ରହସ୍ୟ ଘେରକୁ ଚାଲିଯାଇଛି। ପୀଡିତା କେଉଁ ପରିସ୍ଥିତିରେ ଆତ୍ମହତ୍ୟା କଲେ ତାହା ଉପରୁ ପରଦା ହଟାଇବା ପାଇଁ ଆହୁରି ତଦନ୍ତର ଆବଶ୍ୟକତା ରହିଛି। ଏହି ଘଟଣାର ତଦନ୍ତ କରୁଥିବା କମିଶନ ରାଜ୍ୟ ସରକାରଙ୍କୁ ଏଭଳି ରିପୋର୍ଟ ଦେଇଛନ୍ତି। ଶନିବାର ବିଧାନସଭାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଏହି ବହୁଚର୍ଚ୍ଚିତ କୁନ୍ଦୁଲି ନାବାଳିକା ଅପହରଣ ଓ ଗଣବଳାତ୍କାର ଘଟଣାର ତଦନ୍ତ ରିପୋର୍ଟ ଉପସ୍ଥାପନ କରିଛନ୍ତି। ପୀଡିତାଙ୍କ ପରିଚୟ ଗୋପନ ରହିବା ସହ ତଦନ୍ତ ଶେଷ ନ ହେବା ଯାଏ ଏହାର ଅଗ୍ରଗତି ସମ୍ପର୍କରେ ଗଣମାଧ୍ୟମରେ ନ କହିବାକୁ ପୋଲିସ ଓ ତଦନ୍ତକାରୀ ସଂସ୍ଥାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି କୁନ୍ଦୁଲି ଛକରୁ ପୀଡିତାଙ୍କ ପ୍ରତିମୂର୍ତ୍ତି ହଟାଇବାକୁ କମିଶନଙ୍କ ପକ୍ଷରୁ କରାଯାଇଥିବା ସୁପାରିସକୁ ସରକାର ଅଗ୍ରାହ୍ୟ କରି ଦେଇଛନ୍ତି। କମିଶନ କରିଥିବା ସୁପାରିସ ଅନୁଯାୟୀ ପୀଡିତାଙ୍କ କୌଣସି ବିଷୟ ଯେପରି ପ୍ରଘଟ ନ ହେବ ତଦନ୍ତ କରୁଥିବା ସମସ୍ତ ସଂସ୍ଥାକୁ ନିର୍ଦ୍ଦେଶ ଦେବାକୁ ପୋଲିସ ମୁଖ୍ୟାଳୟକୁ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି। କମିଶନ ତଦନ୍ତ ସାରି ତାଙ୍କ ରିପୋର୍ଟ ୨୦୧୮ ସେପ୍ଟେମ୍ବର ୨୦ ତାରିଖରେ ରାଜ୍ୟ ସରକାରଙ୍କୁ ପ୍ରଦାନ କରିଥିଲେ। ଏହାକୁ ପରୀକ୍ଷାନିରୀକ୍ଷା କରିବା ପରେ କମିଶନଙ୍କ କେବଳ ମୂର୍ତ୍ତି ହଟାଇବା ସୁପାରିସକୁ ସରକାର ଅଗ୍ରାହ୍ୟ କରିଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି।
୨୦୧୭ ଅକ୍ଟୋବରରେ କୁନ୍ଦୁଲି ଗଣବଳାତ୍କାର ମାମଲା ପଦାକୁ ଆସିଥିଲା। ଜଙ୍ଗଲ ବାଟ ଦେଇ ଫେରିବା ବେଳେ ୪ ଜଣ ସୁରକ୍ଷା କର୍ମୀ ତାଙ୍କୁ ଗଣବଳାତ୍କାର କରିଥିଲେ ବୋଲି ଅଭିଯୋଗ ହୋଇଥିଲା। ଏହାକୁ ନେଇ ରାଜ୍ୟରେ ତୁମ୍ବିତୋଫାନ ହୋଇଥିଲା। ବିଭିନ୍ନ ସଂଗଠନ ପକ୍ଷରୁ ବିକ୍ଷୋଭ କରାଯାଇଥିଲା। ବିରୋଧୀ ଦଳଗୁଡିକ ସରକାରଙ୍କୁ ଉଭୟ ବିଧାନସଭା ଓ ବିଧାନସଭା ବାହାରେ ଘେରିଥିଲେ। ରାଜ୍ୟ ସରକାର ୨୦୧୭ ଡିସେମ୍ବର ୨୬ ତାରିଖରେ ଏହି ଘଟଣାର ତଦନ୍ତ କରିବାକୁ କୋରାପୁଟ ଜିଲା ଜଜ୍‌ଙ୍କୁ ନିଯୁକ୍ତ କରିଥିଲେ। ୧୦ ମାସ ମଧ୍ୟରେ କମିଶନ ତାଙ୍କର ତଦନ୍ତ ରିପୋର୍ଟ ରାଜ୍ୟ ସରକାରଙ୍କୁ ପ୍ରଦାନ କରିଥିଲେ। ଶେଷରେ ପୀଡିତା ୨୦୧୮ ଜାନୁୟାରୀ ୨୨ ତାରିଖରେ ଆତ୍ମହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri