Posted inଖେଳ

ର଼୍ୟାକେଟ ବାଡ଼େଇ ଭାଙ୍ଗିଲେ ଟେନିସ ଖେଳାଳି

ସିନସିନାଟି,୧୫।୮(ଏଏଫ୍‌ପି)- ଟେନିସ କୋର୍ଟରେ କ୍ୱଚିତ ଖେଳାଳିମାନଙ୍କ ନିରାଶା ଦେଖିବାକୁ ମିଳେ। କୌଣସି ମ୍ୟାଚ୍‌ରେ ପରାସ୍ତ ହୋଇଥିବା ଖେଳାଳି ଦର୍ଶକଙ୍କୁ ଗାଳି ଦେବା ସହ ସେମାନଙ୍କ ଉପରକୁ ର଼୍ୟାକେଟ ଫିଙ୍ଗିବାର ମଧ୍ୟ ଦେଖିବାକୁ ମିଳିଛି। ଏଭଳି ଏକ ଘଟଣା ଚଳିତ ସିନସିନାଟି ମାଷ୍ଟର୍ସ ଟୁର୍ନାମେଣ୍ଟରେ ଘଟିଛି। ଅଷ୍ଟ୍ରେଲିଆର ପ୍ରତିଭାସମ୍ପନ୍ନ ଖେଳାଳି ନିକି କିର୍ଗିଅସ ଗୁରୁବାର ଅନୁଷ୍ଠିତ ଦ୍ୱିତୀୟ ରାଉଣ୍ଡର ଏକ ମୁକାବିଲାରେ ୭-୬(୭/୩), ୬-୭ (୪/୭), ୨-୬ ସେଟ୍‌ରେ ରୁଷିଆର କରନ ଖାଚାନୋଭଙ୍କଠାରୁ ହାରିଯାଇଥିଲେ। ମ୍ୟାଚ୍‌ର ଦ୍ୱିତୀୟ ସେଟ୍‌ ହାରିବା ପରେ କିର୍ଗିଅସ ହଠାତ୍‌ ଗାଧୋଇବାକୁ ଯାଉଥିବା କହିଥିଲେ। ମାତ୍ର ଏଥିନେଇ ସମୟ ନ ଥିବା ଅମ୍ପାୟର ଫଗର୍‌ସ ମର୍ଫି ଚେତାଇଥିଲେ। ହେଲେ ଅଷ୍ଟ୍ରେଲିଆ ଖେଳାଳି ଦୁଇଟି ର଼୍ୟାକେଟ ଧରି ଭିତରକୁ ଚାଲି ଯାଇଥିଲେ। ଉକ୍ତ ଦୁଇ ର଼୍ୟାକେଟକୁ ଭାଙ୍ଗିବା ସହ ଦର୍ଶକଙ୍କ ଉପରକୁ ଜୋତା ଫିଙ୍ଗି ଥିଲେ। ତେବେ ଏଭଳି ଘଟଣା ଅଷ୍ଟ୍ରେଲିଆନ୍‌ଙ୍କ ଲାଗି ପ୍ରଥମ ନୁହେଁ। ତିନି ମାସ ପୂର୍ବେ ଏକ ମ୍ୟାଚ୍‌ରେ ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ କୋର୍ଟ ମଧ୍ୟକୁ ଚେୟାର ଫିଙ୍ଗିଥିଲେ। ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୨୭ତମ ସ୍ଥାନରେ ଥିବା କିର୍ଗିଅସ ଦୁଇ ସପ୍ତାହ ତଳେ କ୍ୟାରିୟରର ୬ଷ୍ଠ ଏଟିପି ଟାଇଟଲ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri