ର଼୍ୟାଗିଂକୁ ନେଇ ଓଏଚ୍‌ଆର୍‌ସିଙ୍କ ଉଦ୍‌ବେଗ: ୫ ବିଭାଗକୁ ରିପୋର୍ଟ ତଲବ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଥିବା ଶିକ୍ଷାନୁଷ୍ଠାନଗୁଡିକରେ ର଼୍ୟାଗିଂ ମୁଖ୍ୟ ସମସ୍ୟା ଭାବେ ଦେଖା ଦେଇଛି। ନିକଟରେ ସମ୍ବଲପୁରଠାରେ ଏକ ଘରୋଇ କଲେଜରେ ଜଣେ ଛାତ୍ରଙ୍କୁ ସହପାଠୀମାନେ ର଼୍ୟାଗିଂ କରିବା ଘଟଣା ସୋସିଆଲ ମିଡିଆରେ ପ୍ରକାଶ ପାଇବା ପରେ ଓଡ଼ିଶା ମାନବାଧିକାର କମିଶନ(ଓଏଚ୍‌ଆରସି) ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଶିକ୍ଷାନୁଷ୍ଠାନଗୁଡିକରେ ର଼୍ୟାଗିଂ ରୋକିବା ପାଇଁ କି ପଦକ୍ଷେପ ନିଆଯାଇଛି ସେ ନେଇ ରାଜ୍ୟ ସରକାରଙ୍କ ୫ ବିଭାଗକୁ କମିଶନ ବୁଧବାର ରିପୋର୍ଟ ତଲବ କରିଛନ୍ତି। କମିଶନଙ୍କ ପକ୍ଷରୁ ଗୃହ ବିଭାଗକୁ ଦିଆଯାଇଥିବା ନୋଟିସରେ ଉଲ୍ଲେଖ କରାଯାଇଛି ଯେ, ର଼୍ୟାଗିଂ ରୋକିବାକୁ ରାଜ୍ୟ ସରକାର ଗାଇଡଲାଇନ ପ୍ରସ୍ତୁତ କରିଛନ୍ତି କି ନାହିଁ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟସ୍ତରରେ ଆଣ୍ଟିଂ ର଼୍ୟାଗିଂ ହେଲ୍‌ପଲାଇନ ବ୍ୟବସ୍ଥା କରାଯାଇଛି କି ନାହିଁ। ଏନେଇ ଆସନ୍ତା ଅକ୍ଟୋବର ୧୧ ସୁଦ୍ଧା ଜଣାଇବାକୁ କମିଶନ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯଦି ହେଲ୍‌ପଲାଇନ କରାଯାଇ ନାହିଁ, ତେବେ ପ୍ରତ୍ୟେକ ପୋଲିସ ମୁଖ୍ୟାଳୟରେ ହେଲ୍‌ପଲାଇନ ନମ୍ବର ଜାରି କରିବା ପାଇଁ ନିର୍ଦ୍ଦେଶ ଦେବାକୁ ଗୃହ ସଚିବଙ୍କୁ କମିଶନ ପରାମର୍ଶ ଦେଇଛନ୍ତି। ସେହିପରି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ଉଚ୍ଚଶିକ୍ଷା ବିଭାଗ, ସ୍କୁଲ ଓ ଗଣଶିକ୍ଷା ବିଭାଗ ଏବଂ ବୈଷୟିକ ଶିକ୍ଷା ବିଭାଗକୁ ମଧ୍ୟ ର଼୍ୟାଗିଂ ରୋକିବା ଦିଗରେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଜଣାଇବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନରେ ହେଉଥିବା ର଼୍ୟାଗିଂ ଘଟଣାରେ ହସ୍ତକ୍ଷେପ କରିବାକୁ ର଼୍ୟାଗିଂ ମୁକ୍ତ କ୍ୟାମ୍ପସ ଅଭିଯାନର ଆବାହକ ତେଜେଶ୍ୱର ପରିଡାଙ୍କ ନେତୃତ୍ୱରେ ୧୦ ଜଣିଆ ପ୍ରତିନିଧି ଦଳ ବୁଧବାର କମିଶନ ଅଧ୍ୟକ୍ଷ ଜଷ୍ଟିସ ବିମଳ ପ୍ରସାଦ ଦାସ ଓ ଜଷ୍ଟିସ ରଘୁବୀର ଦାସଙ୍କ ଦୁଇଜଣିଆ ଖଣ୍ଡପୀଠକୁ ଭେଟି ଏକ ମାମଲା ଦାଏର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

ମାଓବାଦୀଙ୍କୁ ଧରାଇଦେଲେ ୧ କୋଟି ଟଙ୍କା ପର୍ଯ୍ୟନ୍ତ ପୁରସ୍କାର: ମାର୍ଚ୍ଚ ୩୧ ଡେଡ୍‌ଲାଇନ

ନୂଆଦିଲ୍ଲୀ,୧୯ା୨ (ପିଟି/ଏଜେନ୍ସି):୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦମୁକ୍ତ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଥିବାବେଳେ ଉକ୍ତ ଡେଡ୍‌ଲାଇନ୍‌ ପାଖେଇ ଆସିଲାଣି। ଏହି ପରିପ୍ରେକ୍ଷୀରେ ସୁରକ୍ଷା ବଳର…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା: ତଦନ୍ତ ଆରମ୍ଭ

ପଟ୍ଟାଙ୍ଗି,୧୯।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ଅଧିନସ୍ଥ ପାଟଖଣ୍ଡା ଦେବତା ନିକଟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ…

ମା’ଝିଅଙ୍କୁ ଜାଳିଦେଲେ ସମ୍ପର୍କୀୟ: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ରାଞ୍ଚି,୧୯ା୨:ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲା କାଲାଇୟା ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ୩୨ ବର୍ଷୀୟା ମହିଳା ଓ ତାଙ୍କ ୨ ମାସର ଝିଅଙ୍କୁ ସମ୍ପର୍କୀୟମାନେ ଜାଳି ହତ୍ୟା…

ସ୍ତ୍ରୀଙ୍କ ବେକରେ ଟଓ୍ବେଲ୍‌ ବାନ୍ଧି ମାରିଦେଲେ ଅବସରପ୍ରାପ୍ତ ଇସ୍ରୋ ଅଧିକାରୀ: କାରଣ ଜାଣିଲେ…

ବେଙ୍ଗାଲୁରୁ,୧୯ା୨:ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ରୁ ଅବସର ଗ୍ରହଣ କରିଥିବା ଜଣେ ୬୫ ବର୍ଷୀୟ ଅଧିକାରୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ନାଗେଶ୍ୱର ରାଓ ତାଙ୍କ ପରିବାର ସହ…

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri