ର଼୍ୟାମ୍ପ ଶୋ ଗ୍ରାଣ୍ଡ ଫାଇନାଲରେ ବ୍ରହ୍ମପୁରର ତନିଶା

ବ୍ରହ୍ମପୁର ଅଫିସ,୧୨ା୭: ବୟସ ୧୫ ବର୍ଷ। ଏହି ସ୍ବଳ୍ପ ବୟସରୁ ସେ ଜାତୀୟସ୍ତରରେ ସୃଷ୍ଟି କରିଛନ୍ତି ନିଜର ପରିଚୟ ା ସେ ହେଲେ ବ୍ରହ୍ମପୁର ଅରବିନ୍ଦ ନଗରର ପ୍ରଦୀପ କୁମାର ମିଶ୍ର ଓ ସୌଦାମିନୀ ମିଶ୍ରଙ୍କ କନିଷ୍ଠା କନ୍ୟା ତନିଶା। ଦିଲ୍ଲୀରେ ଅନୁ୍‌ଷ୍ଠିତ ‘ମିସ୍‌ ଏଣ୍ଡ ମିଷ୍ଟର ଟିନ୍‌ ଇଣ୍ଡିଆ ର଼୍ୟାମ୍ପ ଶୋ’ରେ ଭାଗନେଇ ଫାଇନାଲକୁ ଉତ୍ତୀର୍ଣ୍ଣ ହୋଇଛନ୍ତି ା ଜୁନ ୨୨ରେ ଦିଲ୍ଲୀରେ ଏକ ପଞ୍ଚତାରକା ହୋଟେଲରେ ଅନୁଷ୍ଠିତ ର଼୍ୟାମ୍ପ ଶୋରେ ଭାଗନେଇ ଏହି ସଫଳତା ହାସଲ କରିଛନ୍ତି। ପୂର୍ବରୁ ଭୁବନେଶ୍ୱରରେ ଅନୁଷ୍ଠିତ ମିସ୍‌ ଏଣ୍ଡ ମିଷ୍ଟର ଟିନ୍‌ ଇଣ୍ଡିଆ ର଼୍ୟାମ୍ପ ଶୋ’ ପ୍ରତିଯୋଗିତାର ପ୍ରଥମ ରାଉଣ୍ଡରେ ତନିଶା ଭାଗନେଇ ସେମିଫାଇନାଲକୁ ଉତ୍ତୀର୍ଣ୍ଣ ହୋଇଥିଲେ ା ଜୁନ ୨୨ରେ ଦିଲ୍ଲୀର ଏକ ହେଟେଲରେ ଆୟୋଜିତ ସେମିଫାଇନାଲରେ ଭାଗ ନେଇଥିଲେ ା ଏହି ଶୋରେ ର଼୍ୟାମ୍ପଗୁରୁ ସମ୍ବିତା ବୋଷ, ବଲିଉଡ ଅଭିନେତା ଅସ୍ମିତ ପଟେଲ ଓ କ୍ଲବ ଅର୍ଗାନାଇଜର ପୁଷ୍କର ମେହେତା ପ୍ରମୁଖ ଜଜ୍‌ ଭାବେ ଯୋଗ ଦେଇଥିଲେ ା ଏଥିରେ ସାରା ଭାରତର ବିଭିନ୍ନ ରାଜ୍ୟରୁ ପ୍ରାୟ ୨୦୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଭାଗ ନେଇଥିଲେ ା ଓଡିଶାରୁ ଚୟନ ହୋଇଥିବା ତନିଶା ଫାଇନାଲ ରାଉଣ୍ଡକୁ ଉତ୍ତୀର୍ଣ୍ଣ ହୋଇଛନ୍ତି ା ଅଗଷ୍ଟ ୯ରେ ଏହି ଶୋର ଗ୍ରାଣ୍ଡ ଫାଇନାଲ ରାଉଣ୍ଡ ଅନୁଷ୍ଠିତ ହେବ ା
ତେବେ ଆସନ୍ତା ୩୧ରୁ ନୂଆଦିଲ୍ଲୀରେ ଆୟୋଜକଙ୍କ ପକ୍ଷରୁ ଏଥିପାଇଁ ପ୍ରଦାନ କରାଯିବାକୁ ଥିବା ତାଲିମ କାର୍ଯ୍ୟକ୍ରମରେ ତନିଶା ଯୋଗଦେବେ ବୋଲି ପରିବାର ପକ୍ଷରୁ ସୂଚନା ମିଳିଛି ା


Enter your email to get our daily news in your inbox.

All Right Reserved By Dharitri.Com

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ଛତ୍ରପୁର ପୌରପାଲିକାରେ ମିଶ୍ରଣକୁ ବିରୋଧ: ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୨୦।୨(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନକୁ ନେଇ ଅସନ୍ତୋଷ ଲାଗିରହିଛି। ଗୋଟିଏ ପଟେ ଛତ୍ରପୁର ପୌରପାଳିକାରେ ଆର୍ଯ୍ୟପଲ୍ଲୀ, କଣମଣା, ପୋ ଅଗସ୍ତିନୂଆଗାଁ ଓ ଚିକଲଖଣ୍ଡି ଆଦି ୫ଟି…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri