ରାଇଘର ନାବାଳିକା ନିଖୋଜ ଘଟଣା: ପରିତ୍ୟକ୍ତ କୂଅରୁ ଉଦ୍ଧାର ହେଲା ମୃତଦେହ; ପୋଲିସର ତଦନ୍ତ ଆରମ୍ଭ

ରାଇଘର,୭।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକ କୁନ୍ଦେଇ ଥାନା ଅନ୍ତର୍ଗତ ପଖନାପାରା ଗ୍ରାମର ଦୁଇଜଣ ନାବାଳିକା ଗତ ମଙ୍ଗଳବାରଠାରୁ ନିଖୋଜ ଥିଲେ। ତିନିଦିନ ଧରି ଗ୍ରାମବାସୀ ଓ କୁନ୍ଦେଇ ପୋଲିସ ଉକ୍ତ ଗ୍ରାମ ସହ ଆଖପାଖ ଗ୍ରାମଗୁଡ଼ିକରେ ଖୋଜାଖୋଜି କରିଥିଲେ। ହେଲେ ସେମାନଙ୍କର ପତ୍ତା ମିଳିପାରି ନ ଥିଲା। ହେଲେ ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଗ୍ରାମର ଏକ ପରିତ୍ୟକ୍ତ କୂଅରେ ଗୋଟିଏ ଝିଅର ମୃତଦେହ ଭାସୁଥିବା ଗ୍ରାମବାସୀ ଦେଖି ପୋଲିସକୁ ଖବର ଦେଇଥିଲେ। ଉକ୍ତ କୂଅ ନାବାଳିକାଙ୍କ ଘରଠାରୁ ପ୍ରାୟ ୨ଶହ ମିଟର ଦୂରରେ ରହିଥିବା ବେଳେ ରାତି ହୋଇଯାଇଥିବାରୁ ଶୁକ୍ରବାର ସକାଳେ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ସେଥିରୁ ଦୁଇଟି ମୃତଦେହ ଉଦ୍ଧାର କରିଥିବା ଜଣାପଡ଼ିଛି। ତେବେ ବ୍ୟବଚ୍ଛେଦ ପରେ ସେମାନଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୋଲିସ କହିବା ସହ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିରେ ଯାଉଥିଲେ ମହିଳା, ସୁନାଚେନ୍‌ ଝାମ୍ପିନେଲେ ଦୁର୍ବୃତ୍ତ

କର୍ଲାମୁଣ୍ଡା,୩ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଫାଣ୍ଡି ଅନ୍ତର୍ଗତ ଅବୁଜବାହାଲ-ବଡଡୁଙ୍ଗୁରୀଗୁଡା ରାସ୍ତାର ଭାଲୁଡୁଙ୍ଗୁରୀ ନିକଟରେ ଶନିବାର ଅପରାହ୍ନରେ ଜଣେ ମହିଳାଙ୍କ ଠାରୁ ସୁନାଚେନ୍‌…

ବାଙ୍କିପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ନିଶ୍ଚିତ? କୀର୍ତ୍ତି ଆଜାଦଙ୍କ ଭାଇ କଲେ ବଡ଼ ଦାବି

ପାଟନା,୩।୮: ବିହାରର ବାଙ୍କିପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ଉପନିର୍ବାଚନର ଫଳାଫଳ ଆସୁଛି। ଇତି ମଧ୍ୟରେ, ପୂର୍ବତନ ଭାରତୀୟ ପୋଲିସ ସେବା (IPS) ଅଧିକାରୀ ଯଶୋବର୍ଦ୍ଧନ ଝା ଆଜାଦ…

ଷ୍ଟେଶନରେ ଚଲାବୁଲା କରୁଥିଲେ ଅଜଣା ବ୍ୟକ୍ତି, ହଠାତ୍‌ ହେଲା ରକ୍ତବାନ୍ତି, ଆଉ ତା’ ପରେ…

ନନ୍ଦପୁର,୩ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ କୁମାରଗନ୍ଧନା ପଞ୍ଚାୟତର ପାଲିବା ରେଳ ଷ୍ଟେଶନ ବାହାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।…

ପ୍ରଧାନମନ୍ତ୍ରୀଙ୍କ ପାଇଁ ଆପତ୍ତିଜନକ ଶବ୍ଦ ବ୍ୟବହାର କରିଥିବା ନାବାଳିକାଙ୍କ ବିରୁଦ୍ଧରେ ନିଆଯିବ ନାହିଁ କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୩।୮: ଗତ ମାସରେ ଜନ୍ତର ମନ୍ତରରେ ‘କକ୍ରୋଚ ଜନତା ପାର୍ଟି’ (CJP) ଦ୍ୱାରା ଆୟୋଜିତ ଛାତ୍ର ପ୍ରତିବାଦ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୁଦ୍ଧରେ ଆପତ୍ତିଜନକ ମନ୍ତବ୍ୟ…

ଏଇ ଭାରତରେ

ଗଙ୍ଗାନଦୀକୁ ସଫା କରିବା ପାଇଁ ୨୦୧୪ରେ କେନ୍ଦ୍ର ସରକାର ନମାମୀ ଗଙ୍ଗେ ଯୋଜନା ଆରମ୍ଭ କରିଥିଲେ ମଧ୍ୟ ବ୍ୟକ୍ତିଗତ ସ୍ତରରେ ଉତ୍ତରପ୍ରଦେଶ ରାମପୁରର ପଟଓ୍ବାଇ ଗାଁର ୨୩…

ଶବ୍ଦ ପଛର ସତ୍ୟ

ଆମେ ସାଧାରଣତଃ ଧରିନେଉ ଯେ ଲୋକେ ଯାହା କହନ୍ତି, ସେହି ଅର୍ଥରେ ହିଁ କହନ୍ତି। କିନ୍ତୁ ବାସ୍ତବ ଜୀବନରେ ଅନେକ ସମୟରେ ଶବ୍ଦ ଓ ଉଦ୍ଦେଶ୍ୟ ମଧ୍ୟରେ…

ନକଲ ପାଇଁ ଅକଲ ଦରକାର

ମଣିଷ ଏକ ସାମାଜିକ ପ୍ରାଣୀ ଏବଂ ଅନୁକରଣ କରିବା ତା’ର ଜନ୍ମଗତ ପ୍ରବୃତ୍ତି। ଶିଶୁଟିଏ ଜନ୍ମ ହେବା ପରେ ନିଜ ପରିବାର ଓ ଆଖପାଖର ଲୋକଙ୍କୁ ଦେଖି…

ନିଷ୍ପ୍ରୟୋଜନ ପ୍ରୟାସ

ଅନେକ ପୁରାତନ ପୁସ୍ତକ, ପୁରାଣ ସାହିତ୍ୟ ତଥା ବହୁ ବରେଣ୍ୟ ସାଧକଙ୍କ କୃତିକୁ ସମ୍ପାଦନା, ଗବେଷଣା, ତ୍ରୁଟି ସଂଶୋଧନ, ଭ୍ରମ ଦୂରୀକରଣ ନାମରେ ନୂତନ ରୂପ ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri