ରାଇଜିଂ ଷ୍ଟାର ସିଜନ୍‌-୩ର ଶ୍ରେଷ୍ଠ ୬ରେ ଅନନ୍ୟା

ଭୁବନେଶ୍ୱର, ୩୧।୫(ବ୍ୟୁରୋ): କଲର୍ସ ଚ୍ୟାନେଲରେ ପ୍ରସାରିତ ‘ରାଇଜିଂ ଷ୍ଟାର’ରେ ଓଡ଼ିଶାରୁ ପ୍ରତିଯୋଗୀ ଅନନ୍ୟା ଶ୍ରୀତମ ନନ୍ଦ ଅଂଶ ଗ୍ରହଣକରି ଶ୍ରେଷ୍ଠ ୬ ଜଣଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି। ଆଉ ଗୋଟିଏ ସପ୍ତାହ ପରେ ଫାଇନାଲ ରାଉଣ୍ଡ ଅନୁଷ୍ଠିତ ହେବ। ତେଣୁ ତାଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଶୀର୍ଷରେ ପହଞ୍ଚାଇବା ଲକ୍ଷ୍ୟ ନେଇ ସାଂସ୍କୃତିକ ଅନୁଷ୍ଠାନ ସ୍ବରାଭିଷେକ ପକ୍ଷରୁ ଶୁକ୍ରବାର ଗୋଦାବରୀଶ ସାହିତ୍ୟ ସଂସଦଠାରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ପ୍ରତିଟି ମୋବାଇଲରୁ ଗୋଟିଏ ଭୋଟ ଦେଇ ତାଙ୍କୁ ବିପୁଳ ସଂଖ୍ୟାରେ ଭୋଟିଂ କରି ବିଜୟୀ କରାଇବା ପାଇଁ ସମଗ୍ର ଓଡ଼ିଶାବାସୀଙ୍କୁ ଅନୁରୋଧ କରାଯାଇଛି। ଏହି ଅବସରରେ ଅନୁଷ୍ଠାନ ତରଫରୁ ପଦ୍ମଶ୍ରୀ ପ୍ରଫୁଲ୍ଲ କର, ସମ୍ପାଦିକା ହରପ୍ରିୟା ପତି ଓ ଓଡ଼ିଆ ଚଳଚ୍ଚିତ୍ର ଜଗତର ଆଗଧାଡ଼ିର ସଂଗୀତ ନିର୍ଦ୍ଦେଶକ ପ୍ରେମାନନ୍ଦ ପ୍ରମୁଖ ଉପସ୍ଥିତ ରହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅବସରପ୍ରାପ୍ତ ଯୁଗ୍ମ ଶିଳ୍ପ ନିର୍ଦ୍ଦେଶକ (ଓଡ଼ିଶା) ଭୁବନ ମହାନ୍ତି, ଅନନ୍ୟାଙ୍କ ପିତା ପ୍ରସନ୍ନ କୁମାର ନନ୍ଦ, ଭାଇ ସୁରେଶ କୁମାର ନନ୍ଦ, ଡ. ଅକ୍ଷୟ ମିଶ୍ର, କଣ୍ଠଶିଳ୍ପୀ ଶ୍ରୀନିବାସ ରାଓ, ଅନନ୍ୟାଙ୍କ ଆଦ୍ୟ ଗୁରୁ ନୀଳମଣି ଓଝା ଓ ସନ୍ତୋଷ କୁମାର କର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri