ରାଉରକେଲାର ୩ ନୂଆ ପଜିଟିଭ୍‌ଙ୍କ ତଥ୍ୟ ଦେଲା ସ୍ବାସ୍ଥ୍ୟ ବିଭାଗ: ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ପୁରୁଷ, ୨ ମହିଳା

ଭୁବନେଶ୍ୱର,୨୬।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଶହେ ପାର କରିଛି। ରବିବାର ଆଉ ୩ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି। ତେବେ ଏସବୁ ଆକ୍ରାନ୍ତ ସୁନ୍ଦରଗଡ଼ ଜିଲା ରାଉରକେଲାର। ଏମାନଙ୍କ ମଧ୍ୟରେ ଜଣେ ୨୩ବର୍ଷୀୟ ପୁରୁଷ ଏବଂ ଦୁଇଜଣ ମହିଳା(୬୦ ବର୍ଷ ଏବଂ ୫୭ ବର୍ଷ) ରହଛନ୍ତି। ସେହିଭଳି ପଜିଟିଭ୍‌ମାନଙ୍କ ମଧ୍ୟରୁ ଦୁଇଜଣ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ସ୍ପଷ୍ଟ କରାଯାଇଥିବାବେଳେ ଅନ୍ୟ ଜଣେ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ସନ୍ଦେହ କରାଯାଉଛି। ପ୍ରଶାସନ ପକ୍ଷରୁ ସମସ୍ତଙ୍କର କଣ୍ଟ୍ରାକ୍ଟ ଟ୍ରେସିଂ କାର୍ଯ୍ୟ ଆରମ୍ଭ ହୋଇଛି।

ପ୍ରକାଶ ଯେ, ପୂର୍ବରୁ ସୁନ୍ଦରଗଡ଼ ଜିଲାରେ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ପ୍ରଥମେ ୨ଜଣ ସୁସ୍ଥ ହୋଇଥିବା ବେଳେ ଶନିବାର ଅନ୍ୟ ଜଣେ ସୁସ୍ଥ ହୋଇଥିଲେ। ଏବେ ୩ଟି ଅଧିକ ପଜିଟିଭ୍‌ ଚିହ୍ନଟ ହେବା ପରେ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬ରେ ପହଞ୍ଚିଥିବା ବେଳେ ସକ୍ରିୟ ପଜିଟିଭ୍‌ଙ୍କ ସଂଖ୍ୟା ୩ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri