ରାଉରକେଲାରେ ଆରମ୍ଭ ହେବ ପ୍ଲାଜମା ଥେରାପି

ଭୁବନେଶ୍ୱର,୨୨।୭(ବ୍ୟୁରୋ)-କୋଭିଡ୍‌-୧୯ ମୁକାବିଲା ପାଇଁ ସୁନ୍ଦରଗଡ଼ ଓ ଯାଜପୁର ଜିଲାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ କୋଟି ଟଙ୍କା ଲେଖାଏ ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍ସ ଜରିଆରେ ସୁନ୍ଦରଗଡ଼ ଓ ଯାଜପୁର ଜିଲାର କୋଭିଡ୍‌ ପରିଚାଳନା ବ୍ୟବସ୍ଥା ସମୀକ୍ଷା କରି ଏହି ଘୋଷଣା କରିଛନ୍ତି।
ଏଥିସହ କଟକ ଏସ୍‌ସିବି ପରେ ଏବେ ପଶ୍ଚିମ ଓଡ଼ିଶା ପାଇଁ ରାଉରକେଲାର ଆଇଜିଏଚ୍‌ରେ ପ୍ଲାଜ୍‌ମା ବ୍ୟାଙ୍କ ଖୋଲିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାରେ ଚିକିତ୍ସିତ ଗୁରୁତର ରୋଗୀଙ୍କୁ ରାଉରକେଲାର ଆଇଜିଏଚ୍‌ ହସ୍ପିଟାଲରୁ ପ୍ଲାଜ୍‌ମା ଥେରାପି ଯୋଗାଇ ଦିଆଯିବ। ଏଥିସହିତ ରାଉରକେଲା କୋଭିଡ୍‌ କେୟାର ସେଣ୍ଟରଗୁଡ଼ିକର ଶଯ୍ୟା ସଂଖ୍ୟା ୭୦୦ରୁ ୧୭୦୦କୁ ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବୈଠକରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ମୁଖ୍ୟ ଶାସ ସଚିବ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ମୁଖ୍ୟ ଉପଦେଷ୍ଟା, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ବତନ୍ତ୍ର ରିଲିଫ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଟ୍ରାକ୍‌ ମରାମତି ଯାଞ୍ଚବେଳେ ଟ୍ରାକ୍‌ମ୍ୟାନଙ୍କୁ ଧକ୍କାଦେଲା ଦ୍ରୁତଗାମୀ ଇଣ୍ଟରସିଟି, ଚାଲିଗଲା ଜୀବନ

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ରେଳ ଟ୍ରାକ୍‌ ରକ୍ଷଣାବେକ୍ଷଣ କାମ ଚାଲିଥିବା ସମୟରେ ଘଟିଛି ଏକ ଅଭାବନୀୟ ଦୁର୍ଘଟଣା। ଟ୍ରାକ୍‌ ରକ୍ଷଣାବେକ୍ଷଣ ଯାଞ୍ଚ ବେଳେ ଟ୍ରେନ୍‌ ଧକ୍କାରେ ଟ୍ରାକ୍‌ମ୍ୟାନଙ୍କ…

ଆବର୍ଜନା ସଫା କଲେ ଉପବାଚସ୍ପତି, ସମସ୍ତଙ୍କୁ ପରାମର୍ଶ ଦେଇ କହିଲେ…

ବଡ଼ଗାଁ,୨ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁଠାରେ ଶୁକ୍ରବାର ପୂର୍ବାହ୍ନରେ ଭାଜପା ପକ୍ଷରୁ ‘ସେବା ପକ୍ଷ’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇ,…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧୦: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?