Posted inଜାତୀୟ

ରାଜନୀତିରେ ପ୍ରବେଶ କଲେ ସ୍ତ୍ରୀ ରାଧିକା ମତେ ଛାଡ଼ିଦେବେ: ରଘୁରାମ ରାଜନ

ଚେନ୍ନାଇ,୨୭।୪: ଭାରତର ବର୍ତ୍ତମାନର ରାଜନୈତିକ ପୃଷ୍ଠଭୂମି ସମଗ୍ର ପୃଥିବୀ ଭଳି ସମାନ। ତେବେ ଭାରତର ରାଜନୈତିକ ସ୍ଥିତି ଖରାପ ନାହିଁ ବୋଲି ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ ରାଜନ କହିଛନ୍ତି। ରାଜନୀତି ପ୍ରତି ତାଙ୍କର ରୁଚି ନାହିଁ ଏକାଡେମିକ କାର୍ଯ୍ୟରେ ସେ ବେଶ୍‌ ସନ୍ତୁଷ୍ଟ। ରାଜନୀତିରେ ପ୍ରବେଶ କଲେ ସ୍ତ୍ରୀ ରାଧିକା ତାଙ୍କୁ ଛାଡ଼ିଦେବେ ବୋଲି ହସି ହସି ରାଜନ ଏହା କହିଛନ୍ତି। ସମ୍ପ୍ରତି ରାଜନ ସିକାଗୋ ବିଶ୍ୱବିଦ୍ୟାଳୟର ବୁଥ୍‌ ସ୍କୁଲ୍‌ ଅଫ୍‌ ବିଜନେସ୍‌ରେ ପ୍ରଫେସର ଭାବେ କାର୍ଯ୍ୟ କରୁଛନ୍ତି। ତାଙ୍କର ଆବଶ୍ୟକତା ଲୋଡ଼ାଗଲେ ଭାରତ ପାଇଁ କାମ କରିବାକୁ ସଦା ପ୍ରସ୍ତୁତ। କେନ୍ଦ୍ରରେ କଂଗ୍ରେସ ସରକାର ଗଠନ ହେଲେ ତାଙ୍କୁ ଅର୍ଥମନ୍ତ୍ରୀ କରାଯିବା ନେଇ କେତେକ ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ମାତ୍ର ଏ ସମ୍ପର୍କରେ ରାଜନ କହିଛନ୍ତି ଯେ, ସେ ଏଭଳି ଚିନ୍ତା କରି ନାହାଁନ୍ତି। ସେ ନିଜ ପସନ୍ଦର କାମରେ ବେଶ୍‌ ଖୁସି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

କଂଗ୍ରେସ ନେତା ଶଶି ଥରୁରଙ୍କ କନଭଏ ଉପରେ ଆକ୍ରମଣ, ବନ୍ଧୁକଧାରୀ ସହ ଡ୍ରାଇଭର ଆହତ

ଥିରୁଭାନନ୍ତପୁରମ,୪।୪: କଂଗ୍ରେସ ଏମପି ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ ସମ୍ପର୍କିତ ଏକ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା କେରଳର ୱାଣ୍ଡୁର ଅଞ୍ଚଳରେ…

ଦରକାର ଥିଲା ପୁଅ, ସ୍ତ୍ରୀ ପେଟରେ ଝିଅ ଥିବା ଜାଣି ଏମିତି କାଣ୍ଡ ଘଟାଇଲେ ସ୍ବାମୀ

ହାଇଦ୍ରାବାଦ,୪।୪: ତେଲେଙ୍ଗାନାର ହନମକୋଣ୍ଡାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଆଝାରୁଦ୍ଦିନ ନାମକ ଜଣେ ବ୍ୟକ୍ତି ତାଙ୍କ ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri