ଦିଗପହଣ୍ଡି,୪ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମ୍କେଇ ଗାଁରେ ମଙ୍ଗଳବାର ରାଜନୈତିକ ଶତ୍ରୁତାରୁ ବିଜୁ ଯୁବବାହିନୀର ସଦସ୍ୟ ନିରାକାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା କେ.ନୂଆଗଁା ଥାନାରେ ଅଭିଯୋଗ ହୋଇଛି। କେ.ନୂଆଗାଁ ଆଇଆଇସି ମାଧବାନନ୍ଦ ନାୟକ, ଏସ୍ଆଇ ଜ୍ଞାନରଞ୍ଜନ ସେଠୀ ସଦଳବଳ ଗାଁରେ ପହଞ୍ଚତ୍ ଘଟଣାର ତଦନ୍ତ କରି ଫେରିଛନ୍ତି। ଗଣ୍ଡଗୋଳ ଆଶଙ୍କାରେ ଗ୍ରାମରେ ପୋଲିସ ମୁତୟନ କରାଯାଇଛି। ଏଥିରେ ସମ୍ପୃକ୍ତ ଏକ ନିର୍ଦ୍ଦିଷ୍ଟ ଦଳର ୩ ଜଣ ସମର୍ଥକଙ୍କୁ ଶୀଘ୍ର ଗିରଫ କରାଯିବ ବୋଲି ଆଇଆଇସି କହିଛନ୍ତି।
ପ୍ରକାଶ ଯେ, ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନଙ୍କ ଗାଁ ବମ୍କେଇରେ ବିଜୁ ଯୁବବାହିନୀ ଶାଖାର ଜଣେ ସକ୍ରିୟ ସଦସ୍ୟ ଭାବେ ନିରାକାର କାର୍ଯ୍ୟ କରୁଥିଲେ। କିଛିଦିନ ହେଲା ସେ ସ୍ଥାନୀୟ ଚିଦାନନ୍ଦ ସରସ୍ବତୀ ଯୁକ୍ତ ୩ କଲେଜରେ ଅସ୍ଥାୟୀ କିରାଣି ଭାବେ କାର୍ଯ୍ୟ କରୁଛନ୍ତି। ପୂର୍ବାହ୍ନ ସାଢ଼େ ୧୦ଟାରେ ନିରାକାର ବାଇକ୍ ଯୋଗେ କଲେଜକୁ ଯାଉଥିବା ବେଳେ ଗାଁ ଛକରେ ଏକ ନିର୍ଦ୍ଦିଷ୍ଟ ଦଳର ୩ ଜଣ ସମର୍ଥକ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ନିରାକାରଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
ପ୍ରକାଶଯୋଗ୍ୟ, ଗତ ଅଗଷ୍ଟ ୧୯ରେ ବମ୍କେଇ ପଞ୍ଚାୟତ ସିନ୍ଧୁଖାଳି ଛକରେ ଅନ୍ୟଦଳର ଟୁନା ପ୍ରଧାନ ଏବଂ ଗତ ଅକ୍ଟୋବର ୯ ତାରିଖରେ ଅଟୋ ଚାଳକ ହୃଷୀକେଶ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଏହି ଆକ୍ରମଣରେ ସମ୍ପୃକ୍ତ ଥିବା ନିରାକାରଙ୍କୁ ଅକ୍ଟୋବର ୧୩ ତାରିଖରେ ପ୍ରତିପକ୍ଷ ଗୋଷ୍ଠୀ ପକ୍ଷରୁ ଲୁହାଛଡ଼ରେ ଆକ୍ରମଣ କରାଯାଇଥିଲା। ପରେ ନିରାକାରଙ୍କ ସମର୍ଥକମାନେ ଅପରଗୋଷ୍ଠୀ ଉପରେ ପ୍ରତି ଆକ୍ରମଣ କରିଥିଲେ। ଏ ନେଇ କେ.ନୂଆଗାଁ ପୋଲିସ ନଂ. ୧୯୫/୧୯ରେ ମାମଲା ରୁଜୁ କରି ନିରାକାରଙ୍କୁ କୋର୍ଟ ଚାଲାଣ କରିଥିଲା।
ରାଜନୈତିକ ଶତ୍ରୁତାରୁ ହତ୍ୟା ଉଦ୍ୟମ: ବିଜୁଯୁବ ବାହିନୀ ସଦସ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ; ବମ୍କେଇରେ ଉତ୍ତେଜନା, ପୋଲିସ ମୁତୟନ
Posted inଆମ ଜିଲା ଖବର, ଗଞ୍ଜାମ View All
ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ
ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…
ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…
୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା
ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…
ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…
ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ
ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…
ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ
ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…
ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ
ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…
ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା
ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍ପି ଅନନ୍ତ ନାୟକଙ୍କ ଅବକାରୀ…
Archives

