ବାରିପଦା ଅଫିସ, ୧ା୪- ଲକ୍ଡାଉନ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ନେବା ଆଣିବା ପାଇଁ ଜାତୀୟ ରାଜପଥରେ ଗାଡ଼ିମୋଟର ଚଳାଚଳ ହେଉଛି। ଏହାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲାରେ ୮ଟି ଢାବାକୁ ଖୋଲିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନୁମତି ମିଳିଛି। ଜାତୀୟ ରାଜପଥ ବୈଶିଙ୍ଗାରୁ ବମ୍ବେ ଛକ ଏବଂ ବାଙ୍ଗିରିପୋଷି ଠାରୁ ଯଶିପୁର ମଧ୍ୟରେ ଜାତୀୟ ରାଜପଥ କଡ଼ରେ ଥିବା ୮ଟି ଢାବା ଖୋଲା ରହିବ। ଢାବାରେ କୌଣସି ଖାଦ୍ୟ ପରଷା ଯିବ ନାହିଁ । ହୋଟେଲ ମାଲିକମାନେ ପ୍ୟାକେଟିଂ କରି ଡ଼୍ରାଇଭରମାନଙ୍କୁ ଦେବେ। ଢାବାଗୁଡ଼ିକ ହେଲା ଗଡ଼ଦେଉଳିଆସ୍ଥିତ ମ୍ୟାନେଜର ଢାବା, ବେତନଟୀସ୍ଥିତ ସତନାମ ଢାବା, କୁଳିଅଣାସ୍ଥିତ ଜେଜେ ଢାବା, ବମ୍ବେଛକସ୍ଥିତ ଯାଦବ ହୋଟେଲ, ବାଙ୍ଗିରିପୋଷି ଶିମିଳିଆ ଛକସ୍ଥିତ ଶୁଭମ ହୋଟେଲ, ବିଶୋଇ କଦମବେଢ଼ାସ୍ଥିତ ବସନ୍ତ ଢାବା , ମଣଦା ବନେଇକୀଳାସ୍ଥିତ ମାଧବ ଢାବା ଏବଂ ଯଶିପୁର କୁଇତାସ୍ଥିତ ମହାପାତ୍ର ଢାବା ।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି
ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…
ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ
ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ
ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…
ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ
ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…
ଛାତ୍ରାବାସରେ ପଶିଲା ପାଣି
ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…
ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ
ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…
ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ
ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…
ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍
ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

