ରାଜପଥରେ ଟ୍ରକ ମାଲିକଙ୍କୁ ମରଣାନ୍ତକ ଆକ୍ରମଣ : ଜଣେ ଗୁରୁତର

ମାର୍ଶାଘାଇ, ୧୯।୨(ଡି.ଏନ.ଏ.): ମାର୍ଶାଘାଇ ଥାନା ଅନ୍ତର୍ଗତ ପାଞ୍ଚ ନମ୍ବର(କ) ଜାତୀୟ ରାଜପଥ ଯଦୁପୁର ଛକ ନିକଟରେ ଦୁର୍ବୃତ୍ତମାନେ କେତେକ ଟ୍ରକ ମାଲିକଙ୍କୁ ମରଣାନ୍ତକ ଆକ୍ରମଣକରି ଟଙ୍କା ଛଡାଇ ନେଇଛନ୍ତି। ଏହି ଆକ୍ରମଣରେ ଜଣେ ଟ୍ରକ୍‌ ମାଲିକ ଗୁରୁତର ହୋଇଥିବାବେଳେ ଅନ୍ୟମାନେ ଆହତ ହୋଇଛନ୍ତି। ଏ ନେଇ ମାର୍ଶାଘାଇ ଥାନାରେ ଅଭିଯୋଗ ହୋଇଛି। ଗୁରୁତର ଟ୍ରକ ମାଲିକ ହେଲେ ମହମଦ ହଲିମ ଖାଁ।
ଯେ, କେନ୍ଦ୍ରାପଡା ଟାଉନ ଥାନା ଅନ୍ତର୍ଗତ ମାଧପୁର ଅଞ୍ଚଳର ଟ୍ରକ ମାଲିକ ମିର ଖୁରସିଦ, ସେକ୍‌ ଲିଆକ ଉଦ୍ଦିନ, ସେକ୍‌ ଅଜାର, ମହମଦ ହଲିମ ଖାଁ ପ୍ରମୁଖ ପାରାଦୀପ ଟ୍ରକ ସଂଘର ସଦସ୍ୟମାନେ ମଙ୍ଗଳବାର ରାତିରେ ଗାଡି ଜାମ ହେଉଥିବାରୁ ତଦାରଖ ପାଇଁ ରାଜପଥରେ ବୁଲୁଥିଲେ। ହଠାତ୍‌ ରାତ୍ର ପ୍ରାୟ ଗୋଟାଏ ସମୟରେ ସେହି ରାସ୍ତାରେ ଆସୁଥିବା ଏକ କାର ସମେତ ଦୁଇଟି ବାଇକରେ ୬ଜଣ ଆସି ସେମାନଙ୍କୁ ଆକ୍ରମଣ କରିଥିଲେ। ସେମାନେ ଗାଡି ଭିତରୁ ଭୁଜାଲି ଠେଙ୍ଗା ଆଦି ବାହାର କରି ମରଣାନ୍ତକ ଆକ୍ରମଣ କରିବା ସହିତ ସେମାନଙ୍କ ନିକଟରେ ଥିବା ପ୍ରାୟ ୨୦ହଜାର ଟଙ୍କା ଛଡାଇ ନେଇ ଯାଇଥିଲେ। ପାଟିକଲେ ଗୁଳି ଫୁଟାଇ ମାରିଦେବାକୁ ଧମକ ଦେଇଥିଲେ। ତେବେ ସେମାନଙ୍କ ମିଳିତ ଆକ୍ରମଣରେ ହଲିମ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ଅନ୍ୟମାନେ ଆହତ ହୋଇଛନ୍ତି। ଏ ନେଇ ମିର ଖୁରସିଦ ମାର୍ଶାଘାଇ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୁକ୍ତମାନଙ୍କ ମଧ୍ୟରେ ମହାକାଳପଡା ଥାନା ରାଜଗଡ ଗ୍ରାମର ପ୍ରମୋଦ କୁମାର ପ୍ରତିହାରୀ ଓ ତାଙ୍କ ଡ୍ରାଇଭର ଜ୍ୟୋତିଙ୍କ ସମେତ ଅନ୍ୟ ଚାରିଜଣଙ୍କ ନାମ ରହିଛି। ମାର୍ଶାଘାଇ ପୋଲିସ କେସ ନମ୍ବର ୬୫/୨୦, ଦଫା ୨୯୪ ,୩୪୧ ,୩୨୩ ,୩୨୪ ,୩୨୬ ,୩୦୭ ,୩୭୯ ,୫୦୬ ,୧୪୭ ,୧୪୮ ,୧୪୯ ଆଇପିସିରେ ମାମଲା ରୁଜୁକରି ତଦନ୍ତ ଚଳାଇଥିବା ତଦନ୍ତକାରୀ ଅଧିକାରୀ ଏସଆଇ ଦେବାଶିଷ ପଣ୍ଡା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri