ରାଜରାସ୍ତାକୁ ଓହ୍ଲାଇବେ ଜୁନିୟର ଶିକ୍ଷକ

ଜଳେଶ୍ୱର, ୧୩ା୨(ଡି.ଏନ୍‌.ଏ.): ଗତ ୪ ମାସ ତଳେ ମୁଖ୍ୟମନ୍ତ୍ରୀ ଓଡ଼ିଶା ମାଟିରୁ ଚୁକ୍ତିଭିତ୍ତିକ ଯୁଗ ଶେଷ ହେଲା ବୋଲି ଘୋଷଣା କରିଥିବା ବେଳେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡିକରେ କାର୍ଯ୍ୟରତ ପ୍ରାୟ ୧୩ହଜାର କନିଷ୍ଠ ଶିକ୍ଷକ, ଶିକ୍ଷୟିତ୍ରୀ ଚୁକ୍ତିଭିତ୍ତିରେ ଓ ସ୍ବଳ୍ପ ଦରମାରେ ଥିବାରୁ ସେମାନଙ୍କୁ ସରକାରୀ ଘୋଷଣା କରିବାକୁ ଦାବି ହୋଇଛି। ରବିବାର ଜଳେଶ୍ୱର ଶାଖା ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଏହି ଶିକ୍ଷକମାନଙ୍କୁ ଚୁକ୍ତିଭିତ୍ତିକ ପ୍ରଥାରୁ ମୁକ୍ତି କରିବା ଦାବି କରି ପୋଷ୍ଟକାର୍ଡ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଛନ୍ତି ା
ଗତ ୧୫ା୧୦ା୨୨ରେ ରାଜ୍ୟ ସରକାର ସବୁ ବିଭାଗର ଚୁକ୍ତି ଭିତ୍ତିକ କର୍ମଚାରୀଙ୍କୁ ନିୟମିତ କରିବା ଘୋଷଣା କରିଥିଲେ। ଅଦ୍ୟାବଧି ମୋଟ ୭୦ହଜାର ଚୁକ୍ତିଭିତ୍ତିକଙ୍କ ମଧ୍ୟରୁ ୧୩୮୦୦ କନିଷ୍ଠ ଶିକ୍ଷକ ସେଥିରେ ସାମିଲ ହୋଇ ନ ଥିବା ଜଳେଶ୍ୱର ବ୍ଲକ ସଭାପତି ଲକ୍ଷ୍ମୀନାରାୟଣ ଦାସ ଓ ସମ୍ପାଦକ ସୌଭାଗ୍ୟ କର ଖବରଦାତା ସମ୍ମିଳନୀରେ ଘୋଷଣା କରିଛନ୍ତି ା ହାଇସ୍କୁଲରେ କାର୍ଯ୍ୟରତ ଶିକ୍ଷକମାନେ ରେଗୁଲାର ହୋଇଥିବା ବେଳେ ପ୍ରାଥମିକ ଶିକ୍ଷକ (ଚୁକ୍ତିଭିତ୍ତିକ)ଙ୍କୁ ରେଗୁଲାର କରାଯାଇ ନ ଥିବାରୁ କ୍ଷୋଭ ପ୍ରକାଶ ପାଇଛି ା ସମଗ୍ର ବାଲେଶ୍ୱର ଜିଲାରେ ୩୨୦ଶିକ୍ଷକ ଏପରି ଥିବା ବେଳେ ଜଳେଶ୍ୱରର ୩୦ ଶିକ୍ଷୟିତ୍ରୀ ଶିକ୍ଷକ ପୋଷ୍ଟକାର୍ଡ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ବିଦ୍ୟାଳୟ ଚାରିକାନ୍ଥ ମଧ୍ୟରେ ବିଭିନ୍ନ ବର୍ଗର ଶିକ୍ଷକ ରହିଥିବା ଓ ସେମାନଙ୍କ ମଧ୍ୟରୁ କେତେକଙ୍କୁ ସ୍ବଳ୍ପ ବେତନ ଦିଆଯାଉଥିବାରୁ ଶିକ୍ଷାଦାନରେ ମାନସିକତାରେ ବ୍ୟାଘାତ ସୃଷ୍ଟି ହେଉଥିବା ସେମାନେ କହିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଶୁଭଶ୍ରୀ ପାତ୍ର, ବ୍ରଜେଶ୍ୱର ପ୍ରମାଣିକ ଓ ରାମକୃଷ୍ଣ ଘୋଷ ପ୍ରମୁଖ କର୍ମକର୍ତ୍ତା ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri