ରାଜଶ୍ରୀଙ୍କ ମୃତ୍ୟୁ ଲାଗି କିଏ ଦାୟୀ ତାକୁ ଧରନ୍ତୁ: ଭାଜପା

ଭୁବନେଶ୍ବର,୧୬ା୧(ବ୍ୟୁରୋ):ରାଜ୍ୟରେ ଖେଳକୁ ପ୍ରୋତ୍ସାହନ ଦେଉଥିବା ମୁଖ୍ୟମନ୍ତ୍ରୀ ମହିଳା ଖେଳାଳିଙ୍କୁ ସୁରକ୍ଷା ଦେବାରେ ବିଫଳ ସାବ୍ୟସ୍ତ ହୋଇଛନ୍ତି। ଓଡ଼ିଶାରେ ବିଶ୍ୱସ୍ତରୀୟ ଖେଳାଳିଙ୍କ ଲାଗି ନବୀନ ବାବୁ କୌଣସି ବ୍ୟବସ୍ଥା କରୁନାହାନ୍ତି କି ଓଡ଼ିଶାର କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ମଧ୍ୟ କିଛି ପଦକ୍ଷେପ ନ ନେବା ଲଜ୍ଜା ଓ ପରିତାପର ବିଷୟ ବୋଲି ଭାଜପା ମହିଳାମୋର୍ଚ୍ଚା ସଭାନେତ୍ରୀ ସ୍ମୃତି ପଟ୍ଟନାୟକ କହିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ରବିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସ୍ମୃତି କହିଛନ୍ତି, ଶାସକ ଦଳ ଏବେ ଖେଳକୁ ଢାଲ କରି ଲୋକଙ୍କୁ ଭୁଆଁ ବୁଲାଇ କୋଟି କୋଟି ଟଙ୍କା ଖାଉଛି, ଯାହାର ଚିତ୍ର ଆପଣଙ୍କ ସାମ୍ନାରେ ଜଳ ଜଳ ହୋଇ ଦେଖାଯାଉଛି। ଓଡ଼ିଶାର ଗର୍ବ ଗୌରବକୁ ବୃଦ୍ଧି କରାଇଥିବା ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ଅକାଳ ମୃତ୍ୟୁ ଆମ ସମସ୍ତଙ୍କୁ ଅତ୍ୟନ୍ତ ମର୍ମାହତ କରିଛି ା ଗତ ୧୦ ତାରିଖରେ ରାଜଶ୍ରୀ ନିଖୋଜ ହୋଇଥିଲେ। ୧୩ ତାରିଖ ଦିନ କଟକ ଜିଲା ଗୁରୁଡ଼ିଝାଟିଆ ଜଙ୍ଗଲରୁ ରାଜଶ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ନିଖୋଜ ହେବା ପରେ ତପତ୍ରତାର ସହ ତଦନ୍ତ ହୋଇଥିଲେ ରାଜଶ୍ରୀଙ୍କ ମୃତ୍ୟୁ ହୋଇ ନ ଥାନ୍ତା। ଶନିବାର ମହିଳାମୋର୍ଚ୍ଚାର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ରାଜଶ୍ରୀଙ୍କ ଗାଁକୁ ଯାଇ ପରିବାର ସଦସ୍ୟଙ୍କ ସହ ଆଲୋଚନା କରିଥିଲେ ା ମୃତ ରାଜଶ୍ରୀଙ୍କ ବାପା, ମା’ ଓ ପରିବାର ସଦସ୍ୟମାନେ ଭୟର ବାତାବରଣରେ ଅଛନ୍ତି ା ଯଥାଶୀଘ୍ର ରାଜ୍ୟ ସରକାର ରାଜଶ୍ରୀଙ୍କ ମୃତ୍ୟୁ ଲାଗି କିଏ ଦାୟୀ ତାକୁ ଧରନ୍ତୁ ବୋଲି ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଆସନ୍ତା ୧୦ରେ କଳାହାଣ୍ଡି ଗସ୍ତ କରିବେ ମନମୋହନ ସାମଲ, ଆଗାମୀ ନିର୍ବାଚନକୁ ନେଇ ଦେବେ ଗୁରୁମନ୍ତ୍ର

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଆସନ୍ତା ୧୦ ତାରିଖ ଶୁକ୍ରବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଗସ୍ତ ରହିଛି । ଉକ୍ତ ଦିନ ସେ…

କାହିଁକି ଆମିଷ ତରକାରୀ କରିନୁ…ଠେଙ୍ଗାରେ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ୨ବର୍ଷ ପରେ ଜେଲ୍ ଗଲେ ସ୍ବାମୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଆମିଷ ତରକାରୀକୁ ନେଇ ସ୍ତ୍ରୀକୁ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ । ଏହି ଘଟଣାରେ ଦୁଇବର୍ଷ ପରେ ସ୍ବାମୀଙ୍କୁ ଗିରଫ କରାଯାଇଛି ।…

ଅଜବ ନୀତି : ଆନ୍ଧ୍ର ମତ୍ସ୍ୟଜୀବୀଙ୍କୁ ଜ୍ୱାଇଁ ପୁଅ ଚର୍ଚ୍ଚା, ଓଡ଼ିଶା ମତ୍ସ୍ୟଜୀବୀଙ୍କୁ ଅଣଦେଖା ଅଭିଯୋଗ

ଛତ୍ରପୁର,୮ା୭(ଦିଲ୍ଲୀପ ସାମଲ): ସମୁଦ୍ର ଅଶାନ୍ତ ବେଳେ ସୀମା ପାର ହେଉଛନ୍ତି ଆନ୍ଧ୍ର ମତ୍ସ୍ୟଜୀବୀ । ସମୁଦ୍ର ଅଶାନ୍ତ ପାଇଁ ଓଡିଶାର ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ…

ଖରିଫ ଫସଲ; ୨୪ ତାରିଖରେ ଘୋଡାହାଡ଼ ଡ୍ୟାମରୁ ଛଡାଯିବ ପାଣି, ପାଳନ ହେବ ସୁବର୍ଣ୍ଣ ଜୟନ୍ତୀ  

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି ପକ୍ଷରୁ ବୁଧବାର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ପାଣି ପଞ୍ଚାୟତ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri