ରାଜସ୍ଥାନରେ ଫସିଛନ୍ତି କଳାହାଣ୍ଡିର ୨ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର: ଫେରାଇ ଆଣିବାକୁ ନିବେଦନ

ଭବାନୀପାଟଣା, ୨୮ା୪(ସ୍ବ.ପ୍ର): ଲକ୍‌ଡାଉନ ଯୋଗୁ କଳାହାଣ୍ଡି ଜିଲାର ୨ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ରାଜସ୍ଥାନର କୋଟାକୁ ପଢିବାକୁ ଯାଇ ସେଠାରେ ଫସିରହିଛନ୍ତି। ସେଠାରେ କରୋନା ସଂକ୍ରମଣ ଅଧିଜ ହୋଇଥିବା ଯୋଗଁୁ ଛାତ୍ରୀଛାତ୍ରମାନେ ଘରୁ ବାହାରକୁ ବାହାରୁ ନାହାନ୍ତି। ଏହି ପରିସ୍ଥିତିରେ ସେମାନଙ୍କୁ ନିଜ ଖାଇବା ଯୋଗାଡ କରିବା କଷ୍ଟସାଧ୍ୟ ହୋଇପଡିଛି। ଏପଟେ ପିଲାମାନେ କେବେ ଘରକୁ ଫେରିବେ ତାହାକୁ ନେଇ ଅଭିଭାବକମାନେ ଏବେ ଚିନ୍ତାରେ ରହିଛନ୍ତି। ଅନ୍ୟପକ୍ଷରେ କୋଟାରେ ରହୁଥିବା ଅନ୍ୟ ରାଜ୍ୟର ପିଲାଙ୍କୁ ସେମାନଙ୍କ ରାଜ୍ୟ ସରକାର ନିଜ ନିଜ ଅଞ୍ଚଳକୁ ଫେରାଇ ନେଉଛନ୍ତି। ଏହି ପରିସ୍ଥିତିରେ କଳାହାଣ୍ଡି ଜିଲାର ଛାତ୍ରୀଛାତ୍ରମାନେ କୌଣସି ଉପାୟ ନ ପାଇ ସୋସିଆଲ ମିଡିଆ ମାଧ୍ୟମରେ ସେମାନଙ୍କ ଦୁଃଖ ଜଣାଇଛନ୍ତି। ଓଡିଶା ସରକାର ସେମାନଙ୍କୁ ଅବିଳମ୍ବେ ଫେରେଇ ଆଣିବାକୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟଳିଲା ହର୍ମୁଜ ସଙ୍କଟ, ଏପଟେ ଭାରତ ଉପରକୁ ମାଡିଆସିଲା ନୂଆ ବିପର୍ଯ୍ୟୟ, ବିପଦରେ ପଡିବେ ୪୦ କୋଟି ଲୋକ!

ନୂଆଦିଲ୍ଲୀ,୮।୪: ହର୍ମୁଜ ପ୍ରଣାଳୀ ସଙ୍କଟ ଏବେ ଟଳିଯାଇଛି। ଇରାନ-ଆମେରିକା ଯୁଦ୍ଧବିରତି ଘୋଷଣା ବିଶ୍ୱର ତୈଳ ଏବଂ ଗ୍ୟାସ ଯୋଗାଣରେ ଆଶ୍ୱସ୍ତି ଆଣିବ ବୋଲି ଆଶା କରାଯାଉଛି। ଏହି…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ଇରାନ ଯୁଦ୍ଧରେ ଫସିଗଲେ ଟ୍ରମ୍ପ, ହରାଇବେ ପଦ! ଇସ୍ତଫା ଦାବି କଲେ…

ଓ୍ବାଶିଂଟନ୍‌,୮।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ ୨୮ ତାରିଖରେ ଯେତେବେଳେ ଇସ୍ରାଏଲ ସହ ମିଶି ଇରାନ ବିରୁଦ୍ଧରେ ଆକ୍ରମଣ ଆରମ୍ଭ କରିଥିଲେ, ସେତବେଳେ ସେ ଭେନେଜୁଏଲାରେ…

ଯୁଦ୍ଧ ବନ୍ଦ କରିବା ପରେ ପାକିସ୍ତାନର ପ୍ରଧାନମନ୍ତ୍ରୀଙ୍କ ବିସ୍ଫୋରକ ବୟାନ: ମୁଁ ଘୋଷଣା କରୁଛି ଯେ, ଆଗାମୀ ଦିନରେ…

ଇସଲାମାବାଦ,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଶେଷରେ ଆମେରିକା ଏବଂ ଇରାନ ଯୁଦ୍ଧବିରତି ଉପରେ ସହମତି ହୋଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା…

ଇରାନ-ଆମେରିକା ଯୁଦ୍ଧବିରତିରେ ଏହି ଦେଶର ବଲ୍ଲେବଲ୍ଲେ, ଆଦାୟ କରିବ ହର୍ମୁଜ ଉପରେ ଶୁଳ୍କ

ଓ୍ବାଶିଂଟନ୍‌,୮।୪: ପଶ୍ଚିମ ଏସିଆରେ ପାଞ୍ଚ ସପ୍ତାହରୁ ଅଧିକ ସମୟ ଧରି ଲାଗି ରହିଥିବା ଯୁଦ୍ଧର ନିଆଁ ଶେଷରେ ଥଣ୍ଡା ପଡ଼ିଛି। ଆମେରିକା ଏବଂ ଇରାନ ଦୁଇ ସପ୍ତାହ…

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri