ରାଜସ୍ବ ଆଦାୟ ହ୍ରାସକୁ ନେଇ ବଢୁଛି ଚିନ୍ତା

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ରାଜ୍ୟର ଆର୍ଥିକ ସ୍ଥିତି ଭଲ ରହିଛି। ସମଗ୍ର ବିଶ୍ୱରେ ଦେଖାଦେଇଥିବା ମାନ୍ଦାବସ୍ଥାର ପ୍ରଭାବ ଓଡିଶା ଉପରେ ନାହିଁ ବୋଲି ରାଜ୍ୟ ସରକାର କହି ଆସୁଛନ୍ତି। ତେବେ ରାଜସ୍ବ ସଂଗ୍ରହରେ ଦେଖାଦେଇଥିବା ମାନ୍ଦାବସ୍ଥାକୁ ନେଇ ରାଜ୍ୟର ଆର୍ଥିକ ସ୍ଥିତି ଚିନ୍ତାଜନକ ହେବା ସମ୍ଭାବନା ରହିଛି। ନିକଟରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚିବସ୍ତରୀୟ ବୈଠକରେ ରାଜ୍ୟର ଆର୍ଥିକ ସ୍ଥିତି ଓ ରାଜସ୍ବ ସଂଗ୍ରହ ନେଇ ସମୀକ୍ଷା କରାଯାଇଥିଲା। ଏହି ବୈଠକରେ ରାଜସ୍ବ ସଂଗ୍ରହକୁ ନେଇ ଚିନ୍ତା ପ୍ରକଟ କରାଯାଇଛି। ମିଳିଥିବା ସୂଚନା ମୁତାବକ, ସମୁଦାୟ ରାଜସ୍ବ ଆଦାୟ ୮.୯୧ପ୍ରତିଶତ ବୃଦ୍ଧି ପାଇଥିବା ବେଳେ ଖଣି ରାଜସ୍ବ ହ୍ରାସ ଆର୍ଥିକ ଚିନ୍ତାକୁ ବଢାଇ ଦେଇଛି। ଏଭଳି ଅବସ୍ଥା ଯଦି ଜାରି ରୁହେ ବଜେଟ୍‌ରେ ଧାର୍ଯ୍ୟ କରାଯାଇଥିବା ଲକ୍ଷ୍ୟ ପୂରଣ କଷ୍ଟସାଧ୍ୟ ହେବ। ୨୦୧୯ ଅକ୍ଟୋବର ସୁଦ୍ଧା ଜମିବାଡି କ୍ଷେତ୍ରରୁ ଆସୁଥିବା ରାଜସ୍ବ ୭.୪ ପ୍ରତିଶତକୁ ହ୍ରାସ ପାଇଥିବାବେଳେ ଟିକସ ଓ ବିଦ୍ୟୁତ୍‌ ଶୁଳ୍କ ୨୦୦କୋଟି ଟଙ୍କା ଅର୍ଥାତ୍‌ ୧୧.୪୪ ପ୍ରତିଶତ କମ୍‌ ରହିଛି। ଏଭଳି ସମସ୍ୟାର ମୁକାବିଲା କରିବା ପାଇଁ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗକୁ ବକେୟା ଟିକସ ଆଦାୟ ଲାଗି ନିର୍ଦ୍ଦେଶ ଜାରି କରାଯାଇଛି। ଏପରି କି ବକେୟା ରାଜସ୍ବ ପାଇଁ ସ୍ବତନ୍ତ୍ର ଯୋଜନା କରିବା ସକାଶେ କୁହାଯାଇଛି। ଟିକସ ଆଦାୟ ସମ୍ବନ୍ଧୀୟ ନିୟମକୁ କଡ଼ାକଡି ପାଳନ କରିବା ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟ ଓ ସାଧାରଣ ଉଦ୍ୟୋଗଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri