ରାଜା ବାହାଦୁର ନିଷ୍ଠାପର ଜନସେବକ ଥିଲେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪-୧(ବ୍ୟୁରୋ):ଖଲ୍ଲିକୋଟର ରାଜା ବାହାଦୁର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓ ଜଣେ ସଫଳ ବ୍ୟକ୍ତିତ୍ୱ ଥିଲେ। ଉଭୟ ରାଜତନ୍ତ୍ର ଏବଂ ଗଣତନ୍ତ୍ରରେ ସେ ସଫଳତାର ସହ ଦାୟିତ୍ୱ ନିର୍ବାହ କରି ଜନସାଧାରଣଙ୍କ ଶ୍ରଦ୍ଧା ଓ ଆଦର ଲାଭ କରିପାରିଥିଲେ। ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ତାଙ୍କର ଅବଦାନ ଯେତିକି ଗୁରୁତ୍ୱପୂର୍ଣ୍ଣ ଥିଲା, ଗଞ୍ଜାମ ଓ ଓଡ଼ିଶାର ବିକାଶ କ୍ଷେତ୍ରରେ ତାଙ୍କର ଅବଦାନ ଯଥେଷ୍ଟ ଥିଲା। ଜଣେ ସ୍ବାଭିମାନୀ ଓଡ଼ିଆ ଓ ନିଷ୍ଠାପର ଜନସେବକ ଭାବେ ସେ ସବୁଦିନ ପାଇଁ ଲୋକଙ୍କ ହୃଦୟରେ ବଞ୍ଚତ୍ ରହିବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ସୋମବାର ସୂଚନା ଭବନଠାରେ ଆୟୋଜିତ ତାଙ୍କ ୧୨୧ତମ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ରାଜା ବାହାଦୁରଙ୍କ କାର୍ଯ୍ୟଧାରା, ଆଦର୍ଶ, ପ୍ରତିବଦ୍ଧତା ଏବଂ ଓଡ଼ିଶା ମାଟି ପ୍ରତି ତାଙ୍କର ନିଷ୍ଠା ଆମ ସମସ୍ତଙ୍କ ପାଇଁ ପ୍ରେରଣା ବୋଲି କହିଥିଲେ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ପୂଜ୍ୟପୂଜା ସାହିତ୍ୟ ସଂସଦ ପକ୍ଷରୁ ଅନୁଷ୍ଠିତ ଏହି ଉତ୍ସବରେ ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଓଡ଼ିଶା ପ୍ରଦେଶ ଗଠନରେ ଖଲ୍ଲିକୋଟ ରାଜ ପରିବାରର ଅବଦାନ ଉପରେ ଆଲୋକପାତ କରିଥିଲେ। ରାଜା ବାହାଦୁରଙ୍କୁ ଜଣେ ବିକାଶ ପୁରୁଷ ଭାବେ ସେ ବର୍ଣ୍ଣନା କରିଥିଲେ। ସମ୍ମାନିତ ଅତିଥି ଭାବେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଯୋଗଦେଇ ଓଡ଼ିଶାର ସାହିତ୍ୟ, ସଂସ୍କୃତି, ଶିକ୍ଷା ଓ ବିକାଶ କ୍ଷେତ୍ରରେ ରାଜା ବାହାଦୁରଙ୍କ ଅବଦାନ ଅତୁଳନୀୟ ବୋଲି ମତବ୍ୟକ୍ତ କରିଥିଲେ। ଅନ୍ୟତମ ସମ୍ମାନିତ ଅତିଥି ଭାବେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ରାଜା ବାହାଦୁରଙ୍କ ଦୂରଦୃଷ୍ଟି ଓ ଦେଶଭକ୍ତି ଉତ୍ତରପିଢ଼ିକୁ ଅନୁପ୍ରାଣିତ କରିବ ବୋଲି ଆଶା ପ୍ରକଟ କରିଥିଲେ। କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଓ ଖଲ୍ଳିକୋଟ ବିଧାୟିକା ସୂର୍ଯ୍ୟମଣୀ ବୈଦ୍ୟ ରାଜା ବାହାଦୁରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସୂଚନା ଓ ଲୋକ ସମ୍ପର୍କ ବିଭାଗ ଶାସନ ସଚିବ ସଞ୍ଜୟ ସିଂ ସ୍ବାଗତ ଭାଷଣ ଓ ପୂଜ୍ୟପୂଜା ସାହିତ୍ୟ ସଂସଦ ସମ୍ପାଦକ ମହେଶ୍ୱର ବରାଡ଼ ଧନ୍ୟବାଦ ଦେଇଥିଲେ। ଗଞ୍ଜାମର ପ୍ରାଚୀନ ଲୋକନୃତ୍ୟ ଭାରତ ଲୀଳା ଓ ବନଦେବୀ ନାଟ୍ୟ ସଂସଦ ଦ୍ୱାରା ଓଡ଼ିଶୀ ନୃତ୍ୟ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri