Posted inଖେଳ

ରାଜା, ମ୍ୟାକ୍‌ଗ୍ରା ପ୍ଲେୟର ଅଫ୍‌ ଦି ମନ୍ଥ୍‌

ଦୁବାଇ, ୧୩ା୯ (ପି.ଟି.):ଅଷ୍ଟ୍ରେଲିଆର ଟାହଲିଆ ମ୍ୟାକ୍‌ଗ୍ରା ଓ ଜିମ୍ବାଓ୍ବେର ସିକନ୍ଦର ରାଜା ଅଗଷ୍ଟ ମାସ ପାଇଁ ପ୍ଲେୟର ଅଫ୍‌ ଦି ମନ୍ଥ୍‌ ବିବେଚିତ ହୋଇଛନ୍ତି। ଭାରତର ଜେମିମା ରୋଡ୍ରିଗୁଏଜ୍‌ ଏହି ପୁରସ୍କାର ଦୌଡ଼ରେ ପଛରେ ପଡ଼ିଯାଇଛନ୍ତି। ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ବିଜୟୀ ଅଷ୍ଟ୍ରେଲିଆ ଦଳର ଦୁଇ ଖେଳାଳି ବେଥ୍‌ ମୁନି ଓ ଟାହଲିଆ ମ୍ୟାକ୍‌ଗ୍ରାଙ୍କ ସହ ରୋଡ୍ରିଗୁଏଜ୍‌ଙ୍କ ନାମ ମହିଳା ବିଭାଗ ପୁରସ୍କାର ପାଇଁ ସୁପାରିସ ହୋଇଥିଲା। ତେବେ ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ତାଙ୍କ ଦେଶକୁ ସ୍ବର୍ଣ୍ଣ ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବାରୁ ମ୍ୟାକ୍‌ଗ୍ରା ଏହି ପୁରସ୍କାର ଜିତିପାରିଛନ୍ତି। ଏହାପୂର୍ବରୁ ଅଷ୍ଟ୍ରେଲିଆର ଏଲିସା ହିଲି ଏପ୍ରିଲ୍‌ରେ ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଥିଲେ। ଅଗଷ୍ଟ ମାସରେ ମ୍ୟାକ୍‌ଗ୍ରା ୫୭ ଆଭରେଜ୍‌ରେ ୧୧୪ ରନ୍‌ ସଂଗ୍ରହ କରିଛନ୍ତି। ୧୩.୪୦ ହାରରେ ସେ ୫ ଉଇକେଟ ମଧ୍ୟ ଅକ୍ତିଆର କରିଛନ୍ତି। ଅଷ୍ଟ୍ରେଲିଆ ଦଳରେ ଅନେକ ଷ୍ଟାର ଖେଳାଳି ଅଛନ୍ତି। ହେଲେ ପାକିସ୍ତାନ ବିପକ୍ଷ ମ୍ୟାଚ୍‌ରେ ମ୍ୟାକ୍‌ଗ୍ରା ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ମ୍ୟାଚ୍‌ରେ ସେ ୭୮ ରନ୍‌ କରି ଅପରାଜିତ ରହିଥିବା ବେଳେ ୩ ଉଇକେଟ ଅକ୍ତିଆର କରିଥିଲେ। ଏହି ମାସରେ ମ୍ୟାକ୍‌ଗ୍ରା ଆହୁରି ମଧ୍ୟ ଆଇସିସି ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ୍‌ ଅଲ୍‌ରାଉଣ୍ଡର ତାଲିକାରେ କ୍ୟାରିୟର ଶ୍ରେଷ୍ଠ ୧୨ତମ ସ୍ଥାନ ଅଧିକାର କରିଥିଲେ। ଅନ୍ୟପକ୍ଷରେ ଜିମ୍ବାଓ୍ବେର ପ୍ରଥମ ପୁରୁଷ ଖେଳାଳି ଭାବେ ରାଜା ଏକ ଅନ୍ତର୍ଜାତୀୟ ପୁରସ୍କାର ଜିତିବାର ଗୌରବ ଅର୍ଜନ କରିଛନ୍ତି। ପୁରୁଷ କ୍ରିକେଟରେ ଆକ୍ସନରେ ପରିପୂର୍ଣ୍ଣ ଏହି ମାସରେ ୩୬ ବର୍ଷୀୟ ରାଜା ନ୍ୟୁଜିଲାଣ୍ଡ ଅଲ୍‌ରାଉଣ୍ଡର ମିଚେଲ ସାଣ୍ଟନର ଓ ଇଂଲଣ୍ଡର ବେନ୍‌ ଷ୍ଟୋକ୍ସଙ୍କୁ ପଛରେ ପକାଇ ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ଲାଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri