ରାଜେଶଙ୍କ ମୃତ୍ୟୁ ଘଟଣାରେ ସାଙ୍ଗମାନଙ୍କ ସମ୍ପୃକ୍ତି ଅଭିଯୋଗ

ଭୁବନେଶ୍ୱର,୨।୩ (ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଶୈଳଶ୍ରୀବିହାର ଅଞ୍ଚଳରେ ଭଡ଼ାଘରେ ରହୁଥିବା କଟକ ଜିଲା ବାଙ୍କୀ ଅଞ୍ଚଳର ରାଜେଶ ପ୍ରଧାନଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ନୂଆମୋଡ଼ ଆସିଛି। ରାଜେଶଙ୍କ ମୃତ୍ୟୁ ଘଟଣାରେ କେତେଜଣ ସାଙ୍ଗଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକ। ପୋଲିସ କେବଳ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରି ଦିନଗଡ଼ାଇ ଚାଲିଛି। ତେଣୁ ଘଟଣାର ଉଚିତ ତଦନ୍ତ କରାଯାଇ ନ୍ୟାୟ ଦେବା ପାଇଁ ରାଜେଶଙ୍କ ଭାଇ ସୁବ୍ରତ ଦାବି କରିଛନ୍ତି।
ସୂଚନା ମୁତାବକ,ଗତ ୨୨ ତାରିଖ (ମହାଶିବରାତ୍ରି) ରାତି ସାଢେ ୮ଟାରେ ରାଜେଶ ଘର ବାହାରେ ବାନ୍ତି କରୁଥିବାବେଳେ ଘର ମାଲିକ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ପୋଲିସ ୧୩/୨୦ ନମ୍ବରରେ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଛି। ରାଜେଶଙ୍କ ରୁମ୍‌ରେ ଏକ ଅଧା ଚକୋଲେଟ, କିଛି ଅଧାଜଳା ସିଗାରେଟ, ମଦ ବୋତଲ ଓ ଗ୍ଲାସ ପଡ଼ିଥିବା ପୋଲିସ ତଦନ୍ତ ବେଳେ ଜାଣିବାକୁ ପାଇଥିଲା। ତେଣୁ ରାଜେଶଙ୍କୁ କେହି ପାନୀୟରେ କିଛି ମିଶାଇ ପିଇବାକୁ ଦେବା ପରେ ଫେରାର ହୋଇଯାଇଥିବା ନେଇ ସୁବ୍ରତ ସନ୍ଦେହ କରୁଛନ୍ତି। ରାଜେଶ ଓ ତାଙ୍କ ସହ ରହୁଥିବା ୨ ସାଙ୍ଗ ମିଶି ଏକ କେମିକାଲ ବ୍ୟବସାୟ କରୁଥିଲେ। ରାଜେଶ ଉକ୍ତ କେମିକାଲ ବେପାରରୁ ଭଲ ରୋଜଗାର କରୁଥିଲେ। ତେଣୁ ସେମାନଙ୍କୁ ତଦନ୍ତ ପରିସରଭୁକ୍ତ କରି ପଚରାଉଚରା କଲେ ସତ୍ୟତା ପଦାକୁ ଆସିବ ବୋଲି ସୁବ୍ରତ ଗଣମାଧ୍ୟମ ନିକଟରେ ଜଣାଇଛନ୍ତି। ତଦନ୍ତ ଅଧିକାରୀ ଦିଗ୍‌ବିଜୟିନୀ ବାଗ୍‌ କହିଛନ୍ତି, ପୂର୍ବରୁ ଜଣେ ସାଙ୍ଗଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଇଥିବାବେଳେ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ବା ଭିସାରା ରିପୋର୍ଟକୁ ଅପେକ୍ଷା କରାଯାଇଛି। ୨ ଦିନ ଭିତରେ ରିପୋର୍ଟ ଆସିଯିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ। ଏହାପରେ ସନ୍ଦେହ ଘେରରେ ଥିବା ଅନ୍ୟ ସାଙ୍ଗମାନଙ୍କୁ ତଦନ୍ତ ପରିସରଭୁକ୍ତ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବୋଲେରୋରେ ଚାଲାଣ ହେଉଥିଲା କଫ୍‌ ସିରପ୍‌: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍‌ ସିରପ୍‌ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍‌ ସିରପ୍‌…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?