ରାଜ୍ୟ ଉଚ୍ଚଶିକ୍ଷା ପରିଷଦର ୨ୟ ବୈଠକ:ଅତ୍ୟାଧୁନିକ ଗବେଷଣା ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୧୧ା୧୨(ବ୍ୟୁରୋ):ଏଣିକି ଉଚ୍ଚ ଶିକ୍ଷାନୁଷ୍ଠାନରେ ଅତ୍ୟାଧୁନିକ ଗବେଷଣା ସୁବିଧା ରହିବ। ସମସ୍ତ ଶିକ୍ଷାନୁଷ୍ଠାନର ୱେବ୍‌ସାଇଟ୍‌କୁ ଅପଡେଟ୍‌ କରାଯିବ। ମଙ୍ଗଳବାର ଇମେଜ୍‌ଠାରେ ଆୟୋଜିତ ରାଜ୍ୟ ଉଚ୍ଚଶିକ୍ଷା ପରିଷଦର ଦ୍ୱିତୀୟ ବୈଠକରେ ଏନେଇ ଆଲୋଚନା ହୋଇଛି। ବୈଠକରେ ସ୍ନାତକୋତ୍ତର ବିଭାଗରେ ନାମଲେଖା, ପ୍ରଶ୍ନପତ୍ର ବ୍ୟାଙ୍କ ପ୍ରତିଷ୍ଠା ଓ ଏହାର ପରିଚାଳନା, ସିଲାବସ୍‌ ପ୍ରସ୍ତୁତି, ବିଶ୍ୱବିଦ୍ୟାଳୟଗୁଡ଼ିକୁ ଡିଜିଟାଲାଇଜ୍‌ କରିବା, ମହାବିଦ୍ୟାଳୟଗୁଡ଼ିକୁ ନାକ୍‌ ମାନ୍ୟତା ପ୍ରଦାନ ପାଇଁ ଓଡ଼ିଶା ହାୟର ଏଜୁକେଶନ ପ୍ରୋଗ୍ରାମ ଫର୍‌ ଏକ୍ସିଲେନ୍ସି ଆଣ୍ଡ୍‌ ଇକ୍ୟୁଟି (ଓଏଚ୍‌ଇପିଇଇ) ସହିତ ମିଳିତ ତାଲିମ ବ୍ୟବସ୍ଥା ଉପରେ ଆଲୋଚନା କରାଯାଇଛି। ଏହାସହ ବିଶ୍ୱବିଦ୍ୟାଳୟର ୱେବ୍‌ସାଇଟ୍‌ଗୁଡ଼ିକରେ ନିୟମିତ ବିଭିନ୍ନ ବିଷୟକୁ ଅପଲୋଡ୍‌ କରିବା, ବିଭିନ୍ନ ରିସର୍ଚ୍ଚ ପେପର୍‌ ପ୍ରକାଶନ ପାଇଁ ସହାୟତା, ବିଶ୍ୱବିଦ୍ୟାଳୟ କାର୍ଯ୍ୟର ସମୀକ୍ଷା, ତ୍ୱରିତ ପାଣ୍ଠି ଲାଗି ମନିଟରିଂ ବ୍ୟବସ୍ଥା, ରିସର୍ଚ୍ଚ ଫେଲୋଶିପ୍‌ ଆଦି ସଂକ୍ରାନ୍ତରେ ଉପସ୍ଥିତ କୁଳପତି ଓ ବରିଷ୍ଠ ଅଧିକାରୀମାନେ ସେମାନଙ୍କ ମତ ରଖିଛନ୍ତି।
ସେହିପରି ଓଡ଼ିଶା ବିଶ୍ୱବିଦ୍ୟାଳୟ ଗବେଷଣା ଏବଂ ଅଭିନବ ପ୍ରୋତ୍ସାହନ ଯୋଜନା (ଓୟୁଆରଆଇଆଇପି)ର ଆଧୁନିକୀକରଣ ସହ ଦ୍ୱିତୀୟ ବର୍ଷ ପାଇଁ ଏହାକୁ କାର୍ଯ୍ୟକାରୀ କରାଯିବା ଉପରେ ଆଲୋଚନା ହୋଇଥିଲା। ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଅତ୍ୟାଧୁନିକ ଗବେଷଣା ସହ ଅଭିନବ ଯୋଜନା ପ୍ରସ୍ତୁତ ହେବ। ଏହାଛଡ଼ା ଇଣ୍ଟରନେଟ୍‌ ସଂଯୋଗ ସହିତ ସ୍ବୟଂଶାସିତ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଥିବା ପାଠାଗାରଗୁଡ଼ିକୁ ଅଧିକ ଉପଯୋଗୀ କରିବା, କାଉନସିଲ୍‌ ଦ୍ୱାରା ୟୁଜି ସିଲାବସ ପ୍ରସ୍ତୁତ ନିମନ୍ତେ ଇ-କାଉଣ୍ଟର ବିକାଶ କରିବା ସହ ଓଡ଼ିଶା ଟେକ୍ସଟ ବୁକ୍‌ ପ୍ରେସ୍‌ରେ ସିଲାବସ୍‌ ଓ ପାଠ୍ୟପୁସ୍ତକଗୁଡ଼ିକୁ ଛପାଇବା ଉପରେ ବୈଠକରେ ଆଲୋଚନା ହୋଇଛି। ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଭାଗୀୟ କମିଶନର ତଥା ଶାସନ ସଚିବ ଶାଶ୍ୱତ ମିଶ୍ର, ଉଚ୍ଚଶିକ୍ଷା ପରିଷଦର ଉପଦେଷ୍ଟା ପ୍ରଫେସର ଅଶୋକ ଦାସଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ ଓ ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳପତି ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri