ରାଜ୍ୟ କ୍ୟାବିନେଟରେ ନିଆଗଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର,୧୨।୮(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୁଧବାର ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏ ନେଇ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ସୂଚନା ଦେଇ କହିଛନ୍ତି, ବୈଠକରେ ମୋଟ୍‌ ୨୦ଟି ପ୍ରସ୍ତାବ ଉପରେ ମଞ୍ଜୁରି ମିଳିଛି। ୨୦୦୭ ଓ ୨୦୧୫ ଶିଳ୍ପନୀତି ଓ ଫ୍ୟାକ୍ଟ୍ରି ଆକ୍ଟ ୧୯୫୮ରେ ସଂଶୋଧନ କରାଯାଇଛି। ସଂଶୋଧିତ ନିୟମ ଅନୁସାରେ, କାରଖାନାରେ ଓଭର ଟାଇମ ବୃଦ୍ଧିକୁ କ୍ୟାବିନେଟ ମଞ୍ଜୁରି ମିଳିଛି। ୩ ମାସରେ ୭୫ ଘଣ୍ଟା ଓଭର ଟାଇମ ୧୧୫ ଘଣ୍ଟାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏଣିକି ୨୪୦ ଦିନ ବଦଳରେ ୧୮୦ ଦିନ ପରେ ଜଣକୁ ଛୁଟି ମିଳିପାରିବ। ମହିଳା କର୍ମଚାରୀଙ୍କୁ ରାତି ଡ୍ୟୁଟି ପାଇଁ ସର୍ତ୍ତମୂଳକ ଅନୁମତି ମିଳିବ ବୋଲି ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି। ସେହିପରି ବିଜେପୁର ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପକୁ ମଧ୍ୟ ମଞ୍ଜୁରି ମିଳିଛି। ଓଡ଼ିଶା ହେଲ୍ଥ ଇନ୍ସୁରାନ୍ସ ସୋସାଇଟି ଗଠନ କରିବା ନେଇ ନିଷ୍ପତ୍ତି ହୋଇଛି। ଏହାଦ୍ୱାରା ବିଜୁ କୃଷକ ବୀମାଧାରୀ ସହ ଅନ୍ୟ ହିତାଧିକାରୀ ଲାଭ ପାଇପାରିବେ। ଏଥିସହିତ ଗ୍ରୁପ ସି ପରୀକ୍ଷା ପାଇଁ ଆଉ କୌଣସି ସାକ୍ଷାତକାର ପରୀକ୍ଷା ହେବ ନାହିଁ। କେବଳ ଲିଖିତ ଟେଷ୍ଟ କରି ଚାକିରୀ ପାଇଁ ଚୟନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri