ରାଜ୍ୟ ପାଳିବ ପ୍ରଥମ ଲୋକକଳା ଦିବସ: ରବୀନ୍ଦ୍ର ମଣ୍ଡପରେ ଯୋଗଦେବେ ୫୦୦ କଳାକାର

ଭୁବନେଶ୍ୱର,୧୩।୬(ବ୍ୟୁରୋ): ପ୍ରଥମ ଥର ପାଇଁ ଜୁନ୍‌ ୧୪ରେ ପାଳନ ହେବାକୁ ଯାଉଛି ଲୋକକଳା ଦିବସ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଉଭୟ ରାଜ୍ୟ ଏବଂ ଜିଲାସ୍ତରରେ ଏହି କାର୍ଯ୍ୟକ୍ରମ ମହାସମାରୋହରେ ପାଳନ କରାଯିବ। ଏ ନେଇ ବିଭାଗୀୟ ପ୍ରକଳ୍ପ ସଂଯୋଜକ ବାସୁଦେବ ମାଲବିଶୋୟୀ ସୂଚନା ଦେଇଛନ୍ତି। ଗତ ଫେବୃୟାରୀ ୨୧ରେ ରାଜ୍ୟସ୍ତରୀୟ ଲୋକନୃତ୍ୟ ଓ ଲୋକସଙ୍ଗୀତ ମହୋତ୍ସବ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉତ୍କଳ ମଣ୍ଡପଠାରେ କଳାକାର ଦିବସ ପାଳନ ସମ୍ପର୍କରେ ଘୋଷଣା କରିବା ସହ ଏହାର ଲୋଗୋ ଉନ୍ମୋଚନ କରିଥିଲେ। ଏହାପରେ ପ୍ରତିବର୍ଷ ରଜ ପର୍ବ ଅବସରରେ ଲୋକକଳା ଦିବସ ପାଳନ କରିବାକୁ ନିଷ୍ପତ୍ତି ହୋଇଥିଲା।
ପ୍ରଥମ ଲୋକକଳା ଦିବସ ପାଳନ ଲାଗି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡକାଯାଇ କାର୍ଯ୍ୟକ୍ରମ ସ୍ଥିରୀକୃତ କରାଯାଇଛି। ଧୀରେ ଧୀରେ ଏହାକୁ ବିଶ୍ୱସ୍ତରରେ ପହଞ୍ଚାଇବାକୁ ପ୍ରୟାସ କରାଯିବ ବୋଲି ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ୧୪ତାରିଖ ସନ୍ଧ୍ୟାରେ ରବୀନ୍ଦ୍ର ମଣ୍ଡପରେ ସ୍ବତନ୍ତ୍ର ସାଂସ୍କୃତିକ ଉତ୍ସବ ଓ ସମ୍ବର୍ଦ୍ଧନା ସଭା ଆୟୋଜନ ହେବ। ଏହି ଅବସରରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ୪ ଲୋକକଳା ଦଳ ଲୋକକଳା ପରିବେଷଣ କରିବେ। ବଲାଙ୍ଗୀରର ସଙ୍ଗୀତ ସାଧନା ଗ୍ରୁପ୍‌ ତରଫରୁ ‘ଭାଇ ଜିଉଁତିଆ’, ଗଞ୍ଜାମର ସନ୍ତୋଷ ପାଢ଼ୀ ଓ ସାଥୀ ‘ଭାରତ ଲୀଳା’, କଟକର ଉତ୍ସବ ଚରଣ ଦାସ ଓ ସାଥୀଙ୍କ ଦ୍ୱାରା ‘ଚଇତିଘୋଡ଼ା’, ଭବାନୀପାଟଣାର ପ୍ରତିଭା ଅନୁଷ୍ଠାନ ପକ୍ଷରୁ ‘ସିଂହାରୀ ନୃତ୍ୟ’ ପରିବେଷଣ କରାଯିବ। ଏଥିସହିତ କଟକ, ପୁରୀ, ଖୋର୍ଦ୍ଧା, ଯାଜପୁର, କନ୍ଧମାଳ, ଜଗତ୍‌ସିଂହପୁର, ଭଦ୍ରକ, ନୟାଗଡ଼, ବଲାଙ୍ଗୀର ଏବଂ ଢେଙ୍କାନାଳ ଜିଲାରୁ ୫୦ଜଣ ଲେଖାଏ ମୋଟ ୫୦୦ କଳାକାର ଏହି କାର୍ଯ୍ୟକ୍ରମରେ ଯୋଗଦେବେ। ରଜର ପ୍ରଥମ ଦିନରେ ପାଳନ କରାଯାଉଥିବାରୁ ସଂସ୍କୃତି ବିଭାଗ ପକ୍ଷରୁ କାର୍ଯ୍ୟକ୍ରମସ୍ଥଳୀରେ ରଜଦୋଳି ସହ ପିଠା ଓ ମିଠାର ବ୍ୟବସ୍ଥା କରାଯିବ। ରବୀନ୍ଦ୍ର ମଣ୍ଡପ ବାହାରେ ରଜ ଉତ୍ସବ ଏବଂ ଭିତରେ ଲୋକକଳା ଦିବସ ପାଳନ ହେବ। ସେହିପରି ଜିଲା କଳା ସଂସ୍କୃତି ସଂଘ(ଜେଡ୍‌କେଏସ୍‌ଏସ୍‌) ଏବଂ ବ୍ଲକ କଳା ସଂସ୍କୃତି ସଂଘ(ବିକେଏସ୍‌ଏସ୍‌)ର ମିଳିତ ସହଯୋଗରେ ଜିଲାସ୍ତରରେ ଲୋକକଳା ଦିବସ ପାଳନ କରାଯିବ। ଶହ ଶହ କଳାକାରଙ୍କୁ ନେଇ ସାଂସ୍କୃତିକ ଶୋଭାଯାତ୍ରା ସହ ସଭା, ସମ୍ବର୍ଦ୍ଧନା, ନାଚ, ଗୀତ ଆଦି ପରିବେଷଣ କରାଯିବ ବୋଲି ମାଲ୍‌ବିଶୋୟୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri