ରାଜ୍ୟ ଫିଲ୍ମ ପୁରସ୍କାର ଘୋଷିତ: ମିହିର ଦାସ, ଅର୍ଚ୍ଚିତା ଶ୍ରେଷ୍ଠ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଉଥିବା ୩୦ତମ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଶ୍ରେଷ୍ଠ ଅଭିନେତ୍ରୀ ଏବଂ ମିହିର ଦାସଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ମିଳିଛି। ଭିଜା ମାଟିର ସ୍ବର୍ଗ ଫିଲ୍ମ ପାଇଁ ଶ୍ରେଷ୍ଟ ନିର୍ଦ୍ଦେଶକ ପୁରସ୍କାର ମନମୋହନ ମହାପାତ୍ରଙ୍କୁ ମିଳିବ। ସେହିପରି ଫିଲ୍ମ ଭିଜା ମାଟିର ସ୍ବର୍ଗ ପାଇଁ ଅକ୍ଷୟ ପରିଜାଙ୍କୁ ମୋହନ ସୁନ୍ଦର ଦେବ ଗୋସ୍ବାମୀ ପୁରସ୍କାର ମିଳିବ। ଏଥର ଜୀବନବ୍ୟାପୀ ସାଧନା ନିମନ୍ତେ ମର୍ଯ୍ୟାଦାଜନକ ଜୟଦେବ ପୁରସ୍କାର ବିଶିଷ୍ଠ ସଂଳାପକାର ବିଜୟ ମିଶ୍ରଙ୍କୁ ମିଳିବ। ଶ୍ରେଷ୍ଠ ଗୀତିକାର ବସନ୍ତରାଜ ସାମଲ, ଶ୍ରେଷ୍ଠ ସଙ୍ଗୀତକାର ଶାନ୍ତିରାଜ ଖୋସଲା, ଶ୍ରେଷ୍ଠ ପ୍ରଚ୍ଛଦପଟ୍ଟ ଗାୟକ କରୁଣାକର ଏବଂ ଶ୍ରେଷ୍ଠ ଗାୟିକା ଭାବେ ଅନ୍ତରା ଚକ୍ରବର୍ତ୍ତୀ ସମ୍ମାନୀତ ହେବେ। ସୂଚନାଯୋଗ୍ୟ, ରାଜ୍ୟରେ ଚଳଚ୍ଚିତ୍ର ଓ ଟେଲି ଧାରାବାହିକକୁ ପ୍ରୋତ୍ସାହନ ଦେବା ନିମନ୍ତେ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ପ୍ରତିବର୍ଷ ଏହି ପୁରସ୍କାର ଦିଆଯାଇଥାଏ। ୨୭ ଭିନ୍ନ ଭିନ୍ନ ବିଭାଗରେ ଯୋଗ୍ୟ ବିବେଚିତ କଳାକାର, ନିର୍ଦ୍ଦେଶକ, ପ୍ରଯୋଜକ, ସ୍କ୍ରିପ୍ଟ ରାଇଟର, ଟେକ୍ନିସିଆନ୍‌ ପ୍ରମୁୁଖଙ୍କୁ ୨୦୧୮ ମସିହା ଲାଗି ଏହି ପୁରସ୍କାର ପ୍ରଦାନ କରାଯାଇଛି। ୨୦୧୮ ମସିହା ଲାଗି ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଚୟନ କରିବାକୁ ଚଳିତବର୍ଷ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଫିଲ୍ମ ପୁରସ୍କାର ଚୟନ ପାଇଁ ସ୍ବତନ୍ତ୍ର ଜୁରି କମିଟି ଗଠନ କରାଯାଇଥିଲା। ଏଥିପାଇଁ ନଭେମ୍ବର ୨୫ରୁ ସ୍କ୍ରିନିଂ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏଥର ପ୍ରାମାଣିକ ଚଳଚ୍ଚିତ୍ରକୁ ମିଶାଇ ୨୦ରୁ ଊର୍ଦ୍ଧ୍ୱ ଚଳଚ୍ଚିତ୍ର ଆବେଦନ କରିଥିବା ଚର୍ଚ୍ଚା ହେଉଥିବାବେଳେ ମୁଖ୍ୟସ୍ରୋତ ଫିଲ୍ମ ବ୍ୟତୀତ କିଛି ଡକ୍ୟୁମେଣ୍ଟାରି, ଶର୍ଟ ଫିଲ୍ମ ଓ ଶିଶୁ ଚଳଚ୍ଚିତ୍ର ମଧ୍ୟ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଦୌଡ଼ରେ ସାମିଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri