ରାଜ୍ୟ ବାହାରୁ ଆସିଥିବା ଲୋକଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା

ବନ୍ତ, ୨୯ା୩(ସ୍ବ.ପ୍ର.)-ବନ୍ତ ବ୍ଲକ ଆଗରପଡା ଥାନା ପୁରୁଷଣ୍ଢ ଗ୍ରାମରେ ବାହାର ରାଜ୍ୟରୁ ଆସି ଆଶ୍ରୟ ନେଇଥିବା ଲୋକଙ୍କ ପାଇଁ ବନ୍ତ ବ୍ଲକ ପ୍ରଶାସନ ପକ୍ଷରୁ ରନ୍ଧା ଖାଦ୍ୟ ଯୋଗାଇ ଦେବାକୁ ବ୍ୟବସ୍ଥା କରାଯାଇଛି। ପଶ୍ଚିମବଙ୍ଗ ରାଜ୍ୟରୁ କେତେକ ଲୋକ ଏଠାରେ ଦୀର୍ଘ ବର୍ଷ ହେବ ରହି ଆଗରପଡା ଅଞ୍ଚଳରେ ଶ୍ରମିକ ଭାବେ କାମ କରି ରୋଜଗାର କରୁଥିଲେ। କରୋନା ପାଇଁ ଲକ୍‌ଡାଉନ କଟକଣା ଜାରି ହେବା ପରେ ସେମାନଙ୍କ ମଧ୍ୟରୁ ୧୬ଜଣ ନିଜ ରାଜ୍ୟକୁ ଯାଇ ନ ପାରି ରହିଯାଇଥିଲେ। ଏବେ କାମଧନ୍ଦା ବନ୍ଦ ଥିବାରୁ ସେମାନେ ଭୋକ ଉପାସରେ ରହୁଥିଲେ। ପ୍ରଶାସନ ଜାଣିବା ପରେ ଶନିବାର ବନ୍ତ ଅତିରିକ୍ତ ତହସିଲଦାର ବନିତାରାଣୀ ସିଙ୍କୁ, ବିଡିଓ ରେବିକା ବିଲୁଙ୍ଗ, ସ୍ଥାନୀୟ ସରପଞ୍ଚଙ୍କ ପ୍ରତିନିଧି କାର୍ତ୍ତିକ ଜେନା ପହଞ୍ଚି ଆଲୋଚନା କରି ସ୍ବୟଂ ସହାୟିକା ଗୋଷ୍ଠୀ ଜରିଆରେ ସେମାନଙ୍କୁ ରନ୍ଧାଖାଦ୍ୟ ଯୋଗାଇଦେବାକୁ ବ୍ୟବସ୍ଥା କରିଥିଲେ। ଅତିରିକ୍ତ ତହସିଲଦାର ବ୍ୟକ୍ତିଗତ ଭାବେ ସେମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଇଁଚପୁର ପଞ୍ଚାୟତକୁ ଗଡୁନି ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓ କହିଲେ….

ଗଞ୍ଜାମ,୨୫ା୭(ବିଦ୍ୟାଧର ସାହୁ ): ପନ୍ଦର ପଞ୍ଚାୟତକୁ ନେଇ ଗଠିତ ହୋଇଛି ଗଞ୍ଜାମ ବ୍ଲକ । ପଞ୍ଚାୟତବାସୀ କିଭଳି ସରକାରଙ୍କ ବିଭିନ୍ନ ସେବା ପାଇ ପାରିବେ ସେଥିପାଇଁ ପ୍ରଶାସନ…

ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ…

କେସିଙ୍ଗା ଅଞ୍ଚଳରେ ବୃଦ୍ଧି ପାଉଛି ମଦ ବ୍ୟବସାୟ: ଯୁବପିଢି ନିଶାରେ ଆଶକ୍ତ

କେସିଙ୍ଗା,୨୫।୭:(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା, କାଣ୍ଡେଲ, ବୋରିଆ, ନୁନ ମାଠ, ତୁର୍ଳାଖମାନ, ତୁଣ୍ଡଳା, ବେଲଖଣ୍ଡି, ଗୋକୁଳେଶ୍ୱର, ଅଧମୁଣ୍ଡା, ଆଦି ଗ୍ରାମପଞ୍ଚାୟତ ଅଞ୍ଚଳରେ ଦେଶୀ,…

ରାମେଶ୍ୱର ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା, ସୁନାମଧନ୍ୟ ନୃତ୍ୟଶିଳ୍ପୀଙ୍କ ସମେତ ୩ ମୃତ

ଗୁଣପୁର,୨୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଶେଫାଳୀ ପାହାଡ଼ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏଥିରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…

ସାର ବିକ୍ରିରେ ଅନିୟମିତତା: ୬ ଡିଲରଙ୍କ ଲାଇସେନ୍ସ ରଦ୍ଦ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ଜୋରସୋର୍‌ରେ ଚାଲିଥିଲାବେଳେ ସାରର କୃତ୍ରିମ ସଙ୍କଟ ଏବଂ କଳାବଜାର ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ପାଇବା ପରେ…

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri