ରାଜ୍ୟ ବାହାରୁ ଆସିଥିବା ଲୋକଙ୍କ ଉପରେ କଡ଼ା ନଜର

କପ୍ତିପଦା, ୨୯ା୩(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକରେ ଲକଡାଉନର ବେଶ ପ୍ରଭାବ ପଡ଼ିଥିତ୍ବା ଦେଖିବାକୁ ମିଳିଛି। ଜରୁରୀ ସାମଗ୍ରୀ ବ୍ୟତୀତ ଅନ୍ୟ ଦୋକାନ ଗୁଡିକ ସମ୍ପୂର୍ଣ୍ଣ ବନ୍ଦ ରହିଛି । ସ୍ଥାନୀୟ ଥାନା ଆଇଆଇସି ସଞ୍ଜୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ପୋଲିସ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି । ଫଳରେ କପ୍ତିପଦା ମୂଖ୍ୟ ବଜାର ସହ ଅନ୍ୟାନ୍ୟ ସ୍ଥାନରେ ରାସ୍ତା ଘାଟ ଖାଁଖାଁ ଲାଗୁଛି । ବିଡିଓ ସତ୍ୟନାଥ ନାଏକ, ତହସିଲଦାର ରାଧା ରଞ୍ଜନ ଦାସ, ବିଇଓ ଶଶୀଧର ସିଂହ, ସିଡିପିଓ ମିତାରାଣୀ ବସା, ଆଇଆଇସି ପ୍ରମୁଖ ବ୍ଲକ୍‌ ଅଧୀନ ବିଭିନ୍ନ ଗ୍ରାମକୁ ଯାଇ ରାଜ୍ୟ ବାହାରୁ ଘରକୁ ଫେରିଥିବା ଲୋକମାନଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ କରୁଛନ୍ତି। ଶନିବାର ସୁଦ୍ଧା ରାଜ୍ୟ ବାହାରୁ ୪୦୦ ଜଣ କପ୍ତିପଦା ବ୍ଲକ ଅଞ୍ଚଳକୁ ଫେରିଥିବା ବିଡିଓ ନାଏକ ସୂଚନା ଦେଇଛନ୍ତି ା ସେମାନଙ୍କ ଉପରେ ସତର୍କ ଦୃଷ୍ଟି ରଖା ଯାଇଥିବା ବେଳେ ହୋମ କ୍ୱାରାଣ୍ଟାଇନରେ ରହିବାକୁ ତାଗିଦ କରାଯାଉଛି ା ବାହାରୁ ଆସିଥିବା ସମସ୍ତଙ୍କ ଘର କାନ୍ଥରେ ପ୍ରଶାସନ ପକ୍ଷରୁ ଷ୍ଟିକର ଲଗାଯାଇ ସେଠାକୁ ବାହାର ଲୋକଙ୍କୁ ଯିବା ପାଇଁ ବାରଣ କରାଯାଉଛି। ସେମାନଙ୍କ ସମ୍ପର୍କରେ କୌଣସି ତଥ୍ୟ ପ୍ରଘଟ ନ କରିବାକୁ କଡା ନିର୍ଦ୍ଦେଶ ଦିଆଯାଇଛି ା ଅନ୍ୟପକ୍ଷେ ପ୍ରଶାସନର କଡ଼ା ତାଗିଦ ପରେ ମଧ୍ୟ କଳାବଜାରୀଙ୍କ ପ୍ରାଦୁର୍ଭାବ କମିନାହିଁ ା ଅଞ୍ଚଳରେ ଖାଉଟି ସାମଗ୍ରୀର ଦରଦାମ ନିୟନ୍ତ୍ରଣ କରାଯାଇ ପାରୁ ନ ଥିତ୍ବା ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର…

ଜୁଆଆଡ୍ଡାରେ ଚଢ଼ାଉ: ୫ ଜଣଙ୍କୁ ଗିରଫ କଲା ପୋଲିସ, ସୁଯୋଗ ନେଇ ଅନ୍ୟମାନେ…

ଦିଗପହଣ୍ଡି୨୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଟିମ୍‌ ପୋଡ଼ାମାରି ଗ୍ରାମ ନିକଟ ଏକ କୁକୁଡ଼ାଫାର୍ମରେ ଚାଲିଥିବା ଜୁଆଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ, ଏବେ ମିଳିଲା…

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଥିବା ଏକ ଅଭାବନୀୟ ଘଟଣା ମଧ୍ୟରେ ମାନବିକତା, ସାହସ ଓ କର୍ତ୍ତବ୍ୟନିଷ୍ଠାର ଏକ ଉଜ୍ଜ୍ୱଳ ଦୃଷ୍ଟାନ୍ତ ଉଦାହରଣ…

ଦିଗପହଣ୍ଡି ରେ ସନ୍ଥ ଅରକ୍ଷିତ ଦାସଙ୍କ ଜନ୍ମୋତ୍ସବ:  ପ୍ରତିମୂର୍ତ୍ତୀରେ …

ଦିଗପହଣ୍ଡି,୨୫|୭ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରେ ମହାପୁରୁଷ ସନ୍ଥ ଅରକ୍ଷିତ ଦାସ ଙ୍କ ପବିତ୍ର ଜନ୍ମତ୍ସୋବ ଶନିବାର ପାଳିତ ହୋଇଯାଇଛି। ଦିଗପହଣ୍ଡି ସହର…

ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି, କହିଲେ ମୋ’ ବିରୋଧରେ…

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ୨୨ରୁ ୨୧ ଜଣ ଓ୍ବାର୍ଡ ସଭ୍ୟା/ସଭ୍ୟ ଅନାସ୍ଥା ଆଣିଛନ୍ତି।…

କାଇଁଚପୁର ପଞ୍ଚାୟତକୁ ଗଡୁନି ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓ କହିଲେ….

ଗଞ୍ଜାମ,୨୫ା୭(ବିଦ୍ୟାଧର ସାହୁ ): ପନ୍ଦର ପଞ୍ଚାୟତକୁ ନେଇ ଗଠିତ ହୋଇଛି ଗଞ୍ଜାମ ବ୍ଲକ । ପଞ୍ଚାୟତବାସୀ କିଭଳି ସରକାରଙ୍କ ବିଭିନ୍ନ ସେବା ପାଇ ପାରିବେ ସେଥିପାଇଁ ପ୍ରଶାସନ…

ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ…

କେସିଙ୍ଗା ଅଞ୍ଚଳରେ ବୃଦ୍ଧି ପାଉଛି ମଦ ବ୍ୟବସାୟ: ଯୁବପିଢି ନିଶାରେ ଆଶକ୍ତ

କେସିଙ୍ଗା,୨୫।୭:(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା, କାଣ୍ଡେଲ, ବୋରିଆ, ନୁନ ମାଠ, ତୁର୍ଳାଖମାନ, ତୁଣ୍ଡଳା, ବେଲଖଣ୍ଡି, ଗୋକୁଳେଶ୍ୱର, ଅଧମୁଣ୍ଡା, ଆଦି ଗ୍ରାମପଞ୍ଚାୟତ ଅଞ୍ଚଳରେ ଦେଶୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri