ରାଜ୍ୟ ବାହାରୁ ଆସିବେ ୧୭ ହଜାର ଶ୍ରମିକ

ଅନୁଗୋଳ ଅଫିସ, ୨୮।୪

ଅନୁଗୋଳ ଜିଲାକୁ ରାଜ୍ୟ ବାହାରୁ ଆସିବାକୁ ଥିବା ୧୭ ହଜାର ଲୋକଙ୍କୁ କିପରି ସଙ୍ଗରୋଧରେ ରଖାଯିବ ସେ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବୈଠକ ସୋମବାର ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ତୁରନ୍ତ ଶେଷ କରିବାକୁ ଜିଲାପାଳ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଜିଲାର ବିଭିନ୍ନ ବ୍ଲକ ଓ ପୌରାଞ୍ଚଳରେ ଯେଉଁମାନେ ୧୪ ଦିନ ସଙ୍ଗରୋଧ ପୂରଣ କରିସାରିଛନ୍ତି ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରି ନିଜ ନିଜ ଅଞ୍ଚଳକୁ ପଠାଇଦେବାକୁ ଜିଲାପାଳ ମହାନ୍ତି ନିର୍ଦ୍ଦେଶ ଦେଇଛନ୍ତି। ସରପଞ୍ଚ ଓ ପୌରାଞ୍ଚଳର ନିର୍ବାହୀ ଅଧିକାରୀମାନେ ସଙ୍ଗରୋଧର ପ୍ରମାଣପତ୍ର ସହ ଗାଡ଼ି ଯୋଗେ ସେମାନଙ୍କୁ ପଠାଇବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି।
ପ୍ରାଥମିକ ଆକଳନ ଅନୁଯାୟୀ ବାହାର ରାଜ୍ୟରୁ ଅନୁଗୋଳ ଜିଲାକୁ ପ୍ରାୟ ୧୭ ହଜାର ଲୋକ ଆସିବେ। ଲକ୍‌ଡାଉନ୍‌ ପରେ ବସ୍‌ ଯୋଗେ ଆସିବାକୁ ଥିବା ଏହି ଲୋକମାନଙ୍କ ନିମନ୍ତେ ପ୍ରତି ପଞ୍ଚାୟତରେ ୧୪ ଦିନିଆ ସଙ୍ଗରୋଧ ପାଇଁ ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥା ମଙ୍ଗଳବାର ସୁଦ୍ଧା କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହି ଆଗନ୍ତୁକମାନଙ୍କ ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ ରହିଛି। ପ୍ରତି ପଞ୍ଚାୟତରେ ଓ ସ୍କୁଲ ଘରେ ୫୦ ଜଣଙ୍କ ରହିବା ଭଳି ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର, ଖାଦ୍ୟ ପାନୀୟ, ଶୌଚାଳୟ ସୁବିଧା ଯୋଗାଇ ଦିଆଯିବ ବୋଲି ଜିଲାପାଳ କହିଥିଲେ। ଏହି ସମୀକ୍ଷା ବୈଠକରେ କୋଭିଡ-୧୯ର ନୋଡାଲ ଅଫିସର ତଥା ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ, ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଅତିରିକ୍ତ ଜିଲାପାଳ (ରାଜସ୍ବ) ସନ୍ତୋଷ କୁମାର ପ୍ରଧାନ, ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ, ଡେପୁଟି କଲେକ୍ଟର ସୋଫି ସାଇନିକା, ଆସିଷ୍ଟାଣ୍ଟ କଲେକ୍ଟର ରଞ୍ଜନ କୁମାର ମହାନ୍ତି ଓ ସୁବ୍ରତ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରି ରାଜ୍ୟକୁ ୧ ନମ୍ବର କରିବା’

ଅନୁଗୋଳ,୩୦ା୪ (ଅମିତ କୁମାର ସାମଲ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ):ଓଡ଼ିଶାରେ ପ୍ରଥମ ଥର ଓ କେନ୍ଦ୍ରରେ ତୃତୀୟ ଥର ପାଇଁ ଭାଜପା ସରକାର...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ନିର୍ବାଚନ ଥିବାରୁ ମୁହଁ ଦେଖାଇଲେ ନେତା

ଅନୁଗୋଳ,୨୮।୪ (ଅମିତ କୁମାର ସାମଲ)ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ହେଲା କାର୍ଯ୍ୟ ଚାଲିଥିଲେ ମଧ୍ୟ ଶେଷ...

ଉଚ୍ଛେଦକୁ ୬ ବର୍ଷ ବିତିଲା, ନିର୍ମାଣ ହେଉନି

ବଇଣ୍ଡା,୨୮।୪(ପରିକ୍ଷିତ ସାହୁ)ରାଜପଥ ନିର୍ମାଣ ପାଇଁ କରାଯାଇଥିଲା ଉଚ୍ଛେଦ। ଭଙ୍ଗା ଯାଇଥିଲା ରାସ୍ତା ପାର୍ଶ୍ୱରେ ଥିବା ଅନେକ ଯାତ୍ରୀ ବିଶ୍ରାମାଗାର। ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ମଧ୍ୟ ମାଟିରେ ମିଶାଇ...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri