ରାଜ୍ୟ ବାହାରୁ ପାଟଣା ଫେରିଥିବା ୧୫୧ ଜଣ ଆଇସୋଲେଶନରେ

ପାଟଣା,୨୩।୩(ସ୍ବ.ପ୍ର.): ମହାମାରୀ କରୋନାକୁ ନେଇ ସାରା ବିଶ୍ୱ ଆତଙ୍କିତ ଅବସ୍ଥାରେ। ଏହି ପରିପ୍ରେକ୍ଷୀରେ ବାଙ୍ଗାଲୋରରେ ରହି କାମ କରୁଥିବା କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ପଞ୍ଚାୟତ ନୂଆ ଖମଣ ଗ୍ରାମର ୨ ଯୁବକ ରବିବାର ଘରକୁ ଫେରିଛନ୍ତି। ଏ ନେଇ ଗ୍ରାମବାସୀ ଆତଙ୍କିତ ହୋଇ ସ୍ବାସ୍ଥ୍ୟ ବିଭାଗ ଓ ତୁରୁମୁଙ୍ଗା ପୋଲିସକୁ ଖବର ଦେଇଥିଲେ। ଖବର ପାଇ ସ୍ବାସ୍ଥ୍ୟ ବିଭାଗ ତରଫରୁ ଏଏନ୍‌ଏମ୍‌, ଆଶା କର୍ମୀ ଓ ବିଜୁ ଯୁବ ବାହିନୀର ବ୍ଲକ ସଂଯୋଜିକା ବେବିରାଣୀ ମହାପାତ୍ର ଗ୍ରାମରେ ପହଞ୍ଚି ୨ ଯୁବକଙ୍କୁ ଘରେ ଆଇସୋଲେଶନରେ ରହିବାକୁ ପରାମର୍ଶ ଦେଇଛନ୍ତି। ଏ ନେଇ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଚିକିତ୍ସା ଅଧିକାରୀ ଡ. ପ୍ରକାଶ ଶତପଥୀ ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ, ବାଙ୍ଗାଲୋର ଓ ଚେନ୍ନାଇରେ ରହି ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ୧୫୧ ଜଣ ବ୍ୟକ୍ତି କିଛିଲ୍‌ଦିନ ହେବ ପାଟଣା ବ୍ଲକକୁ ଫେରିଛନ୍ତି। ସେମାନଙ୍କୁ ୧୪ ଦିନ ପାଇଁ ନିଜ ନିଜ ଘରେ ଆଇସୋଲେଶନରେ ରହିବା ପାଇଁ ବ୍ଲକ ପ୍ରଶାସନ ନିର୍ଦ୍ଦେଶ ଦେବା ସହ ବିଭିନ୍ନ ବ୍ୟବସ୍ଥା କରାଯାଇଛି। ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ କରୋନା ଭୂତାଣୁରେ ସଂକ୍ରମିତ ରୋଗୀଙ୍କ ଚିକିତ୍ସା ପାଇଁ ୨ଟି ଆଇସୋଲେଶନ କକ୍ଷ ନିର୍ମାଣ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri