ରାଜ୍ୟ ଭିତରେ ଚାଲିବ ଟ୍ରେନ୍‌

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟ ଭିତରେ ଟ୍ରେନ୍‌ ଚଳାଚଳ କରିପାରିବ। ଏଥିପାଇଁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ରେଳ ବିଭାଗ ଏବଂ ଗୃହ ମନ୍ତ୍ରଣାଳୟ ଏସ୍‌ଓପି ଅନୁସାରେ ଟ୍ରେନ୍‌ ଚାଲିବ ବୋଲି ଏସ୍‌ଆର୍‌ସି ପ୍ରଦୀପ ଜେନା ରବିବାର ଆୟୋଜିତ ଖବରଦାତା ସମ୍ମିଳନୀରେ କହିଛନ୍ତି।

ପ୍ରକାଶ ଯେ, ରାଜ୍ୟ ଭିତରେ ଦୁଇ ଚକିଆ ଯାନ, ଘରୋଇ କାର୍‌ , ସରକାରୀ ଗାଡ଼ି, ଟ୍ୟାକ୍ସି, ଅଟୋ ରିକ୍ସା ଚାଲିବ। କିନ୍ତୁ ଚାରିଚକିଆ ଯାନରେ ୨ଜଣ ଯାତ୍ରୀ ଯାତ୍ରା କରିପାରିବେ। ରାଜ୍ୟରେ ଅନ୍ୟ ବସ୍‌ ଚାଲିବାକୁ ଅନୁମତି ମିଳିଛି। ସୋମବାରଠାରୁ ବସ୍‌ ଚଳାଚଳକୁ ଅନୁମତି ଦିଆଯାଇଛି। ହେଲେ ଗାଡ଼ିରେ ସିଟ୍‌ କ୍ଷମତାରୁ ଅଧିକ ଲୋକ ଯାଇପାରିବେ ନାହିଁ। କୌଣସି ଯାତ୍ରୀ ଛିଡ଼ା ହୋଇ ଯିବେ ନାହିଁ। ଏହାକୁ କଡ଼ାକଡ଼ି ଭାବେ ଲାଗୁ କରିବା ପାଇଁ ଟ୍ରାନ୍ସପୋର୍ଟ କମିଶନର ଏବଂ ରାଜ୍ୟ ପୋଲିସ ବ୍ୟବସ୍ଥାକୁ ସଜାଗ କରାଯାଇଛି। ସେମାନେ ଏହା ଉପରେ ନଜର ରଖିବେ। ରାଜ୍ୟରେ ଟ୍ରେନ୍‌ ଚଳାଚଳକୁ ମଧ୍ୟ ଅନୁମତି ଦିଆଯାଇଛି। ସେହିଭଳି ବିମାନବନ୍ଦର, ରେଳଷ୍ଟେଶନରୁ ଯାତ୍ରୀ ନେବାଆଣିବା ଲାଗି ଘରୋଇ ଗାଡ଼ି, ଟ୍ୟାକ୍ସିକୁ ଯିବା ଅନୁମତି ଦିଆଯାଇଛି। ଏମାନେ କଫ୍ୟୁ ସମୟରେ ବି ଯାତ୍ରା କରିପାରିବେ। କିନ୍ତୁ ଯାତ୍ରା କରିବା ସମୟରେ ମାସ୍କ ବ୍ୟବହାର କରନ୍ତୁ। ସାନିଟାଇଜର ରଖନ୍ତୁ। ଖିଲାପ ହେଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଯାତ୍ରୀଙ୍କଠାରେ କୋଭିଡ-୧୯ର ଲକ୍ଷଣ ଥିଲେ ତାକୁ ଯିବାକୁ ଦିଆଯିବ ନାହିଁ ବୋଲି ରବିବାର ଖବରଦାତା ସମ୍ମିଳନୀରେ ଏସ୍‌ଆର୍‌ସି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର

ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ…

‘ସରକାର ବହୁତ ଅହଂକାରୀ ହୋଇଗଲାଣି…’, ଜନ୍ତର ମନ୍ତର ପହଞ୍ଚି କାହିଁକି ଏମିତି କହିଲେ ମେହବୁବା ମୁଫତି? CJPକୁ କଲେ ସମର୍ଥନ

ନୂଆଦିଲ୍ଲୀ,୨୩।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଗୁରୁବାର (୨୩ ଜୁଲାଇ) ଦିଲ୍ଲୀର ଜନ୍ତର ମନ୍ତରରେ CJP ଦ୍ୱାରା ଆୟୋଜିତ ଏକ ପ୍ରତିବାଦକୁ…

ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ…

ଗଞ୍ଜାମରେ ଅସାମାଜିକ ଯୁବକଙ୍କ ଆତଙ୍କ, ହସ୍ପିଟାଲରେ ପଶି ଭାଙ୍ଗିଦେଲେ…

ଗଞ୍ଜାମ,୨୩।୭(ବିଦ୍ୟାଧର ସାହୁ ): ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ବଡବଜ଼ାର ଠାରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଅସାମାଜିକ ଯୁବକଙ୍କ ଗୁଣ୍ଡାରାଜ ଦେଖିବାକୁ…

ସୁନାବେଶକୁ ନେଇ ବଡ଼ ସୂଚନା, ସବୁଠୁ ବଡ଼ ଚ୍ୟାଲେଞ୍ଜ ହେବ…

ପୁରୀ,୨୩।୭: ଶୁକ୍ରବାର ପବିତ୍ର ବାହୁଡ଼ାଯାତ୍ରା। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରଥଯାତ୍ରା ପରିଚାଳନା…

CJP ହିଂସା ମାମଲାରେ କଡ଼ା କାର୍ଯ୍ୟାନୁଷ୍ଠାନ! ବାତିଲ ହେବ….

ନୂଆଦିଲ୍ଲୀ,୨୩।୭: ଜନ୍ତର ମନ୍ତରରେ ‘କକ୍ରୋଚ୍ ଜନତା ପାର୍ଟି’ (CJP) ପ୍ରତିବାଦ ସମୟରେ ଘଟିଥିବା ହିଂସାରେ ଜଡିତ ଲୋକଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦିଲ୍ଲୀ ପୋଲିସ…

CJP ଆନ୍ଦୋଳନ, ଏଣ୍ଟ୍ରି ମାରିଲାଣି ପାକିସ୍ତାନ! ଲାଠିଚାର୍ଜକୁ ନେଇ କହିଲା ଏମିତି ହେଉଛି ଖୁବ ଆଲୋଚନା

ନୂଆଦିଲ୍ଲୀ/ଇସଲାମାବାଦ,୨୩।୭: NEET-UG ପେପର୍‌ ଲିକ ବିବାଦ ଏବଂ ‘କକ୍ରୋଚ ଜନତା ପାର୍ଟି’ (CJP) ଦ୍ୱାରା ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରି କରାଯାଇଥିବା ପ୍ରତିବାଦ ଉପରେ ପାକିସ୍ତାନ ପ୍ରତିକ୍ରିୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri