ରାଜ୍ୟ ମହିଳା ଆୟୋଗ ପକ୍ଷରୁ ଆଇନ ସଚେତନତା କର୍ମଶାଳା ‘ନାରୀ ବିନା ସୁନ୍ଦର ସମାଜ ଅସମ୍ଭବ’

ଅନୁଗୋଳ ଅଫିସ, ୮।୧୨ – ଏକ ସୁସ୍ଥ ଓ ସୁନ୍ଦର ସମାଜ ଗଠନ ପାଇଁ ପୁରୁଷ ଓ ନାରୀଙ୍କ ସମାନ ଭୂମିକା ରହିଛି। ନାରୀ ବିନା ଏହା ସମ୍ଭବ ହେବନାହିଁ। ସମାଜରେ ସ୍ବାଭିମାନର ସହ ବଞ୍ଚତ୍ବା ନାରୀମାନଙ୍କ ସାମ୍ବିଧାନିକ ଅଧିକାର। ରାଜ୍ୟ ମହିଳା ଆୟୋଗ, ଜିଲା ପ୍ରଶାସନ ଓ ମିଶନ ଶକ୍ତିର ମିଳିତ ସହଯୋଗରେ ଶନିବାର ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଆୟୋଜିତ ଆଇନ ସଚେତନତା କର୍ମଶାଳାରେ ଯୋଗଦେଇ ରାଜ୍ୟ ମହିଳା ଆୟୋଗର ଅଧ୍ୟକ୍ଷା ଡ. ମିନତୀ ବେହେରା ଏହି ମତବ୍ୟକ୍ତ କରିଛନ୍ତି।
ଏହି ଅବସରରେ ଡ. ବେହେରା କହିଥିଲେ ଯେ, ଆଜିର ସମାଜରେ ନାରୀପ୍ରତି ହେଉଥିବା ନିର୍ଯାତନା ଓ ଅବହେଳାକୁ ବରଦାସ୍ତ କରାଯିବ ନାହିଁ। ଏଥିପାଇଁ ଆୟୋଗ ଦ୍ୱାରା ସମସ୍ତ ପ୍ରକାର ଆଇନକୁ କଡ଼ାକଡ଼ି ଭାବେ ପାଳନ କରାଯିବ। ମିଶନ ଶକ୍ତି ଓ ପଞ୍ଚାୟତିରାଜ ବ୍ୟବସ୍ଥା ସମ୍ପର୍କରେ ମହିଳାମାନେ ସଚେତନ ହେଲେଣି। ମାନସିକତାରେ ପରିବର୍ତ୍ତନ ଆଣି ସେମାନେ ସଚେତନ ହେବା ସହ ନିଜ ଅଧିକାର ସାବ୍ୟସ୍ତ କରିବା ପାଇଁ ଅଧ୍ୟକ୍ଷା ଆହ୍ବାନ ଦେଇଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଢେଙ୍କାନାଳ ଏମ୍‌ପି ମହେଶ ସାହୁ ଯୋଗଦେଇ ନାରୀ ଶକ୍ତିକୁ ରାଷ୍ଟ୍ର ଶକ୍ତି ଭାବେ ବିବେଚନା କରିବା ସହ ତୃଣମୂଳସ୍ତରରେ ସେମାନଙ୍କୁ ନେଇ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିବାର ଆବଶ୍ୟକତା ରହିଥିବା କହିଥିଲେ। ସମ୍ମାନିତ ଅତିଥି ଭାବେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଯୋଗଦେଇ ପଞ୍ଚାୟତିରାଜ ବ୍ୟବସ୍ଥାରେ ମହିଳାମାନଙ୍କୁ ସୁଯୋଗ ଦିଆଯାଇ ସଶକ୍ତୀକରଣ କରିବାରେ ସରକାର ସଫଳ ପଦକ୍ଷେପ ନେଇଥିବା ପ୍ରକାଶ କରିଥିଲେ। ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ସମ୍ମାନିତ ଅତିଥି ଭାବେ ଯୋଗଦେଇ ସବୁ କ୍ଷେତ୍ରରେ ଝିଅମାନଙ୍କୁ ସୁଯୋଗ ଦିଆଗଲେ ସେମାନଙ୍କ ଉପରେ ହେଉଥିବା ହିଂସା ହ୍ରାସ ପାଇବ ବୋଲି ପ୍ରକାଶ କରିଥିଲେ। ଅନ୍ୟତମ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଏସ୍‌ପି ଜଗମୋହନ ମୀନା ମହିଳାମାନଙ୍କ ସୁରକ୍ଷା ପାଇଁ ଉଦ୍ଦିଷ୍ଟ ଆଇନ ଓ ଦଣ୍ଡବିଧାନର ଭୟାବହତା ସମ୍ପର୍କରେ ବ୍ୟାପକ ପ୍ରଚାର ଓ ପ୍ରସାର ଉପରେ ଗୁରୁତ୍ୱାରୋପ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆୟୋଗର ପରାମର୍ଶଦାତା ଡା. ମମତା ଦାସ, ସଦସ୍ୟା ସ୍ନେହାଞ୍ଜଳି ମହାନ୍ତି, ସ୍ବର୍ଣ୍ଣଲତା ସାମଲ, ଜିଲା ସମାଜ ମଙ୍ଗଳ ଅଧିକାରୀ ଆଲମା ବରୁଆ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ଗୌରୀ ଶଙ୍କର ବେହେରା ଉପସ୍ଥିତ ଥିଲେ । ଜିଲା ସମାଜ ମଙ୍ଗଳ କାର୍ଯ୍ୟାଳୟର କର୍ମଚାରୀଙ୍କ ସହ ବିଭିନ୍ନ ସ୍ବୟଂସହାୟକ ଗୋଷ୍ଠୀର ସଦସ୍ୟା, ଅଙ୍ଗନୱାଡ଼ି କର୍ମୀ, ମହିଳାମାନଙ୍କ ସୁରକ୍ଷା ପାଇଁ କାର୍ଯ୍ୟ କରୁଥିବା ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା ଓ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏକା ପଡ଼ିଲେ ଟ୍ରମ୍ପ: ହର୍ମୁଜ ଉପରେ କବ୍‌ଜା ପାଇଁ ହୁଙ୍କାର, NATOକୁ କହିଲେ- ସାହାର୍ଯ୍ୟ କର ନଚେତ…

ୱାଶିଂଟନ,୨୦।୩: ଇରାନ ସହ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ନାଟୋ (NATO) ଦେଶଗୁଡ଼ିକ ଉପରେ ପ୍ରବଳ ଅସନ୍ତୋଷ ବ୍ୟକ୍ତ…

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ମୋଦି ସରକାରଙ୍କ ‘ମାଷ୍ଟରପ୍ଲାନ୍‌’! ବିନା ଡିଲ୍‌, ବିନା ଟୋଲ୍‌ରେ ହର୍ମୁଜରୁ ବାହାରିଲା ଭାରତୀୟ ଜାହାଜ; ସାରା ବିଶ୍ୱ ଚକିତ

ନୂଆଦିଲ୍ଲୀ,୨୦।୩: ଇରାନ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟସ୍ତବହୁଳ ସାମୁଦ୍ରିକ ମାର୍ଗ ‘ହର୍ମୁଜ ପ୍ରଣାଳୀ’ (Strait of Hormuz) ଏବେ…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri