ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ହେଲେ ମୀନାକ୍ଷୀ ବାହିନୀପତି

ଭୁବନେଶ୍ୱର, ୩୧।୧(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନକୁ ଆଉ କମ୍‌ ସମୟ ଥିବାବେଳେ କଂଗ୍ରେସ ରାଜ୍ୟରେ ନିଜର ସାଙ୍ଗଠନିକ ନିଯୁକ୍ତିରେ ବ୍ୟାପକ ପରିବର୍ତ୍ତନ ଆରମ୍ଭ କରିଦେଇଛି। ରାଜ୍ୟରେ କଂଗ୍ରେସ ଅଜୟ କୁମାରଙ୍କୁ ପ୍ରଭାରୀ ଭାବେ ଦାୟିତ୍ୱ ଦେବା ପରେ ଦଳ ନିଜର ସାଙ୍ଗଠନିକ ନିଯୁକ୍ତିର ଅଦଳବଦଳ ଆରମ୍ଭ କରିଦେଇଛି। ଦଳ ପକ୍ଷରୁ ମଙ୍ଗଳବାର ମହିଳା ମୁଖିଆଙ୍କୁ ପରିବର୍ତ୍ତନ କରାଯାଇଛି। କୋରାପୁଟ ଜିଲା କଂଗ୍ରେସର ଦୀର୍ଘଦିନ ଧରି ସଭାପତି ଭାବେ କାର୍ଯ୍ୟ କରିଥିବା ବରିଷ୍ଠ ନେତ୍ରୀ ମୀନାକ୍ଷୀ ବାହିନୀପତିଙ୍କୁ ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ଭାବେ ନିଯୁକ୍ତି ମିଳିଛି। ଏନେଇ ବିଧିବଦ୍ଧ ଭାବେ ଏଆଇସିସି(ଅଖିଳ ଭାରତ କଂଗ୍ରେସ କମିଟି) ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏଆଇସିସି ସାଧାରଣ ସମ୍ପାଦକ କେ.ସି. ବେନୁଗୋପାଳଙ୍କ ପକ୍ଷରୁ ଜାରି ପ୍ରେସ୍‌ ବିଜ୍ଞପ୍ତି ଅନୁଯାୟୀ ମୀନାକ୍ଷୀ ବାହିନୀପତିଙ୍କୁ ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ଭାବେ କାର୍ଯ୍ୟ କରିବା ନିମନ୍ତେ ଆସିଥିବା ପ୍ରସ୍ତାବକୁ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଅନୁମୋଦନ କରିଛନ୍ତି। ମୀନାକ୍ଷୀ ହେଉଛନ୍ତି ଜୟପୁର ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ତାରାପ୍ରସାଦ ବାହିନୀପତିଙ୍କ ସ୍ତ୍ରୀ। ମୀନାକ୍ଷୀଙ୍କୁ ଗତବର୍ଷ ଜୁନ୍‌ ମାସରେ କୋରାପୁଟ ଜିଲା ସଭାପତି ପଦରୁ ହଟାଇ ରାଜ୍ୟ କମିଟିରେ ସ୍ଥାନ ଦିଆଯାଇଥିଲା। ଏହାକୁ ନେଇ ତାରା ଓ ମୀନାକ୍ଷୀଙ୍କ ସମର୍ଥକମାନେ କ୍ଷୁବ୍ଧ ଥିଲେ। ଏବେ ସାଧାରଣ ନିର୍ବାଚନ ପୂର୍ବରୁ ମୀନାକ୍ଷୀଙ୍କୁ ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ଭାବେ ଅବସ୍ଥାପିତ କରାଯାଇଛି। କୋରାପୁଟ ମ୍ୟୁନିସିପାଲିଟି ଅଧ୍ୟକ୍ଷା ଭାବେ ମୀନାକ୍ଷୀ ୨ଥର ନିର୍ବାଚିତ ହୋଇଛନ୍ତି। ସେ କୋରାପୁଟ ଜିଲା ସଭାପତି ଭାବେ ଦୀର୍ଘଦିନ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri