ରାଜ୍ୟ ମାନବାଧିକାର କମିଶନ: ଅଧ୍ୟକ୍ଷ, ସଦସ୍ୟଙ୍କ ନାମ ସୁପାରିସ କଲା ଚୟନ କମିଟି

ଭୁବନେଶ୍ୱର, ୨୦।୮ (ବ୍ୟୁରୋ): ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି)ରେ ଖାଲି ପଡ଼ିଥିବା ଅଧ୍ୟକ୍ଷ ଓ ଜଣେ ସଦସ୍ୟ ପଦବୀ ପୂରଣ ପାଇଁ ଚୟନ କମିଟି ଦୁଇ ଜଣଙ୍କ ନାମ ରାଜ୍ୟପାଳଙ୍କ ଅନୁମୋଦନ ପାଇଁ ସୁପାରିସ କରିଛି। ସୋମବାର ସଚିବାଳୟଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଚୟନ କମିଟି ବୈଠକରେ ଅଧ୍ୟକ୍ଷଙ୍କୁ ମିଶାଇ ଦୁଇ ଜଣଙ୍କ ନାମ ସୁପାରିସ କରାଯାଇଛି। ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ କାର୍ଯ୍ୟକାରୀ ଅଧ୍ୟକ୍ଷ ଥିବା ଜଷ୍ଟିସ ରଘୁବୀର ଦାଶଙ୍କୁ ଓଏଚ୍‌ଆରସି ଅଧ୍ୟକ୍ଷ ଭାବେ ମନୋନୀତ କରାଯାଇଥିବା ବେଳେ ଜଣେ ଜିଲା ଜଜ୍‌ ଓ ଜଣେ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀଙ୍କୁ ସଦସ୍ୟ ଭାବେ ଚୟନ କରାଯାଇଥିବା ଜଣାପଡିଛି। ତେବେ କାହା ନାମ ସୁପାରିସ କରାଯାଇଛି ତାହା ଗୋପନ ରଖାଯାଇଛି।
ଏଠାରେ ସୂଚନାଯୋଗ୍ୟ ଯେ, ଜଷ୍ଟିସ ଆର.କେ. ପାତ୍ର ମାନବାଧିକାର କମିଶନ ଅଧ୍ୟକ୍ଷ ପଦବୀରୁ ଅବସର ଗ୍ରହଣ କରିବା ପରେ ୨୦୧୨ରୁ ଏହା ଖାଲି ରହିଛି। ତେବେ ଜଷ୍ଟିସ ବୀର କିଶୋର ମିଶ୍ରଙ୍କୁ ଓଏଚଆରସିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଥିଲା। ଗତ ୧୫ ତାରିଖରେ ତାଙ୍କର କାର୍ଯ୍ୟକାଳ ଶେଷ ହେବା ପରେ ଅଧ୍ୟକ୍ଷ ପଦବୀ ଖାଲି ରହିଛି। ରାଜ୍ୟ ମାନବାଧିକାର କମିଶନରେ ସୁପ୍ରିମକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତି କିମ୍ବା ହାଇକୋର୍ଟର ଅବସରପ୍ରାପ୍ତ ମୁଖ୍ୟ ବିଚାରପତି ଅଧ୍ୟକ୍ଷ ରହିବା ବ୍ୟବସ୍ଥା ଥିଲା। ତେବେ ଗତ ପାର୍ଲାମେଣ୍ଟ ଅଧିବେଶନ କାଳରେ ଏଥିରେ ସଂଶୋଧନ କରାଯାଇ ହାଇକୋର୍ଟର ବିଚାରପତିଙ୍କୁ କମିଶନ ଅଧ୍ୟକ୍ଷ ଭାବେ ନିଯୁକ୍ତି କରିବା ପାଇଁ ବ୍ୟବସ୍ଥା ହୋଇଛି। ସେହି ଆଧାରରେ ରାଜ୍ୟ ସରକାର ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କୁ କମିଶନ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେବାକୁ ଚୂଡାନ୍ତ କରିଛନ୍ତି। ଏହି ବୈଠକରେ ବିଧାନସଭା ବାଚସ୍ପତି, ବିରୋଧୀ ଦଳ ନେତା ଏବଂ ହାଇକୋର୍ଟ ମୁଖ୍ୟ ବିଚାରପତି ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri