ରାଜ୍ୟ ସଂଗ୍ରହାଳୟରେ ପ୍ରଦର୍ଶିତ ହେଲା କଳ୍ପନାଙ୍କ ସ୍ମୃତି

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ରାଜ୍ୟ ସଂଗ୍ରହାଳୟରେ ସ୍ଥାନ ପାଇଛି ପର୍ବତାରୋହୀ ତଥା ଏଭରେଷ୍ଟ ବିଜୟିନୀ ସ୍ବର୍ଗତା କଳ୍ପନା ଦାସଙ୍କ ସ୍ମୃତି। ୨୦୦୮ରେ କଳ୍ପନା ଏଭରେଷ୍ଟ ଚଢିଥିବାବେଳେ ଯେଉଁ ପୋଷାକ ଓ ଉପକରଣ ବ୍ୟବହାର କରିଥିଲେ ତାହାକୁ ରାଜ୍ୟର ଏହି ଶ୍ରେଷ୍ଠ ସଂଗ୍ରହାଳୟରେ ସର୍ବସାଧାରଣଙ୍କ ପାଇଁ ପ୍ରଦର୍ଶିତ କରାଯାଇଛି। ରାଜ୍ୟର ପ୍ରଥମ ମହିଳାଭାବେ ସେ ଯେଉଁ ସଫଳତା ହାସଲ କରିଥିଲେ ତାଙ୍କର ଅକାଳ ମୃତ୍ୟୁ ପରେ ଏସବୁ ଏବେ ସ୍ମୃତି ହୋଇଯାଇଛି। କଳ୍ପନାଙ୍କ ଅଦମ୍ୟ ସାହସ ଓ ଦୃଢ ମନୋବଳର ସବୁଠୁ ବଡ଼ ସନ୍ତକ ଭାବେ ଏସବୁ ଆଗାମୀ ପିଢ଼ିକୁ ପ୍ରେରଣା ଯୋଗାଇବ ବୋଲି ସଂଗ୍ରହାଳୟର ଅଧୀକ୍ଷକ ଡ. ଜୟନ୍ତୀ ରଥ କହିଛନ୍ତି।
ରାଜ୍ୟ ସଂଗ୍ରହାଳୟରେ ମଙ୍ଗଳବାର ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କଳ୍ପନାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯିବା ସହ ତାଙ୍କ ବ୍ୟବହୃତ ସାମଗ୍ରୀ ଜନସାଧାରଣଙ୍କ ପାଇଁ ପ୍ରଦର୍ଶିତ ହୋଇଥିଲା। ୨୦୧୭ରେ କଳ୍ପନା ତାଙ୍କ ସଫଳତାର ସନ୍ତକ ଭାବେ ଏଭରେଷ୍ଟ ଆରୋହଣ ସମୟରେ ପିନ୍ଧିଥିବା ପୋଷାକ, ଜୋତା ଓ ଅନ୍ୟାନ୍ୟ ସାମଗ୍ରୀକୁ ସଂସ୍କୃତି ବିଭାଗକୁ ପ୍ରଦାନ କରିଥିଲେ। ଏହି ସାମଗ୍ରୀ ସଂଗୃହୀତ ହୋଇ ପରବର୍ତ୍ତୀ ସମୟରେ ରାଜ୍ୟ ସଂଗ୍ରହାଳୟରେ ରଖାଯାଇଥିଲା। ବର୍ତ୍ତମାନ ଅସ୍ଥାୟୀଭାବେ ପ୍ରଦର୍ଶିତ ହୋଇଥିବାବେଳେ ଆଗାମୀ ଦିନରେ ଏହି ପୋଷାକକୁ ସ୍ଥାୟୀ ଭାବେ ପ୍ରଦର୍ଶିତ କରାଯିବ ବୋଲି ସଂଗ୍ରହାଳୟ ପକ୍ଷରୁ କୁହାଯାଇଛି।
ସୂଚନାଯୋଗ୍ୟ, ଜଣେ ମହିଳା ହୋଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗ ଏଭରେଷ୍ଟ ଶିଖରକୁ ଚଢ଼ି ବିଶ୍ୱର ଜଣେ ଚର୍ଚ୍ଚିତ ଚେହେରା ପାଲଟିଥିଲେ ଢେଙ୍କାନାଳର କଳ୍ପନା ଦାଶ। ରାଜ୍ୟର କ୍ରୀଡାବିତ୍‌ ଓ ଯୁବପିଢ଼ି ପାଇଁ ରୋଲ୍‌ ମଡେଲ କଳ୍ପନା ଦ୍ୱିତୀୟଥର ପାଇଁ ଏଭରେଷ୍ଟ ଶୃଙ୍ଗ ଆରୋହଣ କରି ପ୍ରତ୍ୟାବର୍ତ୍ତନ କରୁଥିବା ସମୟରେ ଗତ ଗୁରୁବାର କଳ୍ପନାଙ୍କର ମୃତ୍ୟୁ ଘଟିଥିଲା। ୪୯ବର୍ଷୀୟା କଳ୍ପନା ‘ତିନି ମହିଳା ଅଭିଯାତ୍ରୀ’ ଦଳର ସଦସ୍ୟ ଭାବରେ ଏହି ଦୁଃସାହସିକ ଅଭିଯାନ କରୁଥିଲେ। ହେଲେ ଅମ୍ଳଜାନ ଅଭାବରୁ ଏଭରେଷ୍ଟର ବାଲ୍‌କୋନୀ ଏରିଆରେ କଳ୍ପନା ଦାଶଙ୍କ ଦେହାନ୍ତ ହୋଇଥିବା ସୂଚନା ମିଳିଛି। ହିମାଳୟ ଶିଖରରେ ପହଞ୍ଚତ୍ ପାଦଦେଶକୁ ଓହ୍ଲାଇବାବେଳେ ଏହି ଦୁର୍ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri